Get Updates
Get notified of breaking news, exclusive insights, and must-see stories!

ମହିଳା ସଶକ୍ତିକରଣ ଏକ ପବିତ୍ର ଦାୟିତ୍ୱ : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ସ୍ୱୟଂ ସହାୟକ ଗୋଷ୍ଠୀ ଜରିଆରେ ମା' ମାନଙ୍କୁ ଆହୁରି ସଶକ୍ତ କରିବାକୁ ସବୁକିଛି କରିବାକୁ ପ୍ରସ୍ତୁତ ଅଛନ୍ତି ରାଜ୍ୟ ସରକାର । ଏ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି କହିଛନ୍ତି ମହିଳା ସଶକ୍ତି କରଣ ଏକ ସ୍ଲୋଗାନ ନୁହଁ, ବରଂ ଏକ ପବିତ୍ର ଦାୟିତ୍ୱ ।

ଭୁବନେଶ୍ୱର : ମହିଳାମାନଙ୍କୁ ସଶକ୍ତ କରିବାରେ ରାଜ୍ୟ ସରକାରଙ୍କ ଅବଦାନ ଅତୁଳନୀୟ । ବର୍ତ୍ତମାନ ମହିଳାଙ୍କୁ ଆର୍ଥିକ କ୍ଷେତ୍ରରେ ସୁଦୃଢ କରି ସ୍ୱାବଲମ୍ବୀ କରିବା ନେଇ ଆଉ ଏକ ପାଦ ଆଗକୁ ବଢିଛନ୍ତି ଓଡିଶା ସରକାର । ସ୍ୱୟଂ ସହାୟକ ଗୋଷ୍ଠୀ ଜରିଆରେ ମା' ମାନଙ୍କୁ ଆହୁରି ସଶକ୍ତ କରିବାକୁ ସବୁକିଛି କରିବାକୁ ପ୍ରସ୍ତୁତ ଅଛନ୍ତି ରାଜ୍ୟ ସରକାର । ଏ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି କହିଛନ୍ତି ମହିଳା ସଶକ୍ତି କରଣ ଏକ ସ୍ଲୋଗାନ ନୁହଁ, ବରଂ ଏକ ପବିତ୍ର ଦାୟିତ୍ୱ ।

Naveen patnaik

ମା' ମାନଙ୍କୁ ସଶକ୍ତ ନ କରି କୌଣସି ପରିବାର, କୌଣସି ସାମାଜ, କୌଣସି ରାଜ୍ୟ ତଥା ଦେଶ ଆଗକୁ ବଢ଼ି ପାରିବ ନାହିଁ । 2001 ରେ ଆରମ୍ଭ ହୋଇଥିବା ମିଶନ ଶକ୍ତି, ଆଜି ଓଡ଼ିଶାର 70 ଲକ୍ଷ ସଶକ୍ତ ମା' ମାନଙ୍କର ଏକ ମହାଶକ୍ତି ହୋଇଛି । ଓଡ଼ିଶାରେ ଛଅ ଲକ୍ଷ ଏସ୍ଏଚଜି କାମ କରୁଛନ୍ତି । ସେମାନଙ୍କୁ SME ରେ ରୂପାନ୍ତର କରିବା ରାଜ୍ୟ ସରକାରଙ୍କ ଲକ୍ଷ୍ୟ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ମେକ୍ ଇନ୍ ଓଡ଼ିଶା କନକ୍ଲେଭରେ ଆୟୋଜିତ ଏସଏଚଜି ସମ୍ମିଳନୀରେ ଉଦବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ମିଶନ ଶକ୍ତି ମା ମାନଙ୍କୁ ବିନା ସୁଧରେ ପାଞ୍ଚ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ ଦେବା ନେଇ ରାଜ୍ୟ ସରକାରଙ୍କ ନିଷ୍ପତ୍ତି ଓଡିଶାର ଲକ୍ଷ ଲକ୍ଷ ମା ଉପକାର ପାଇବେ । ଏହା ବାଦ୍ ମିଶନ ଶକ୍ତି ଫେଡେରେସନ ଗୁଡ଼ିକୁ ଆହୁରି ମଜବୁତ କରିବା ଓ ସେମାନଙ୍କୁ ସକ୍ରିୟ ଆର୍ଥିକ କେନ୍ଦ୍ରରେ ପରିଣତ କରିବା ଆମର ଲକ୍ଷ୍ୟ ବୋଲି ଉଲ୍ଲେଖ କରି ପ୍ରତି ଜିଲ୍ଲା ଫେଡେରେସନ କୁ ଏକ କୋଟି ଟଙ୍କାର ରିଭଲ୍ଭିଂ ପାଣ୍ଠି, ପ୍ରତି ବ୍ଲକ ସ୍ତରରେ ଫେଡେରେସନକୁ 50 ଲକ୍ଷ ଟଙ୍କାର ରିଭଲ୍ଭିଂ ପାଣ୍ଠି ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି । ଏହା ସହିତ ପଞ୍ଚାୟତ ସ୍ତରରେ ଥିବା ଫେଡେରେସନ ପାଇଁ ମାର୍କେଟ କମ୍ପ୍ଲେକ୍ସ ସହ ସ୍ଵତନ୍ତ୍ର ଅଫିସ ଘର ଯୋଗାଇ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ନବାନ ପଟ୍ଟନାୟକ ଘୋଷଣା କରିଛନ୍ତି । ଏପରିକି ମହିଳା ମାନଙ୍କୁ ଉଦ୍ୟୋଗୀ କରିବା ଲକ୍ଷ୍ୟକୁ ସାକାର କରି ଆର୍ଥିକ କ୍ଷେତ୍ରରେ ସୁଦୃଢ କରିବା ପାଇଁ ସମସ୍ତ ଜିଲ୍ଲାରେ ମାଇକ୍ରୋ, ମିନି ଶିଳ୍ପ ପାର୍କ କରାଯିବା ନେଇ କହିଛନ୍ତି ମୁଖ୍ୟମନ୍ତ୍ରୀ ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ମିଶନ ଶକ୍ତି ବିଭାଗର କଫି ଟେବୁଲ ବୁକ, ମିଶନ ଶକ୍ତି ସ୍କେଲିଂ ଅପ୍ ଉନ୍ମୋଚନ କରିଥିଲେ । ଏହାସହିତ ଏସଏଚଜିମାନଙ୍କୁ ଋଣ ଦେବାରେ ଭଲ କାମ କରିଥିବା ଓଡିଶା ଗ୍ରାମ୍ୟ ବ୍ୟାଙ୍କ, ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ଡିଆ ଓ ୟୁକୋ ବ୍ୟାଙ୍କକୁ ସମ୍ବର୍ଦ୍ଧିତ କରିଥିଲେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+