ମହିଳା ସଶକ୍ତିକରଣ ଆମ ପ୍ରଗତିର ମନ୍ତ୍ର - ନବୀନ ପଟ୍ଟନାୟକ
ଭୁବନେଶ୍ୱର: ବିଜୁ ମହିଳା ଜନତା ଦଳର ରାଜ୍ୟ କାର୍ଯ୍ୟକାରିଣୀରେ ଗୁରୁମନ୍ତ୍ର ଦେଇଛନ୍ତି ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ସମୟରେ ବିଜେଡ଼ି ମହିଳା କର୍ମୀଙ୍କୁ ସମ୍ବୋଧିତ କରି କହିଛନ୍ତି ମହିଳା ସଶକ୍ତିକରଣ ଏକ ସ୍ଲୋଗାନ ନୁହେଁ, ଆମ ପ୍ରଗତିର ମନ୍ତ୍ର । ମାହିଳା ସଶକ୍ତିକରଣ ବିନା ସମାଜ, ରାଜ୍ୟ କି ଦେଶ ଆଗକୁ ସମ୍ଭବ ନୁହଁ । ତେଣୁ ମହିଳା ସଶକ୍ତିକରଣ ଆମ ପ୍ରଗତିର ମନ୍ତ୍ର ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ।

ରାଜ୍ୟରେ ମା'ମାନେ ସଶକ୍ତ ହୋଇଛନ୍ତି । ବିକାଶର ସବୁ କ୍ଷେତ୍ରରେ ସେମାନଙ୍କ ଭୂମିକା ରହିଛି । ଓଡ଼ିଶାର ବିକାଶରେ ମହିଳାମାନେ ସମାନ ସହଯୋଗୀ ଓ ଭାଗୀଦାର । ମାଆମାନେ ଏବେ ଗାଁ ଗାଁ ରେ ନେତୃତ୍ୱ ନେଇଛନ୍ତି । ପଞ୍ଚାୟତରେ ବିକାଶ କଥା ବୁଝୁଛନ୍ତି । ମିଶନ ଶକ୍ତି ମାଆମାନଙ୍କର ଶକ୍ତିକେନ୍ଦ୍ର ହୋଇପାରିଛି । ଧାନ ସଂଗ୍ରହ ହେଉ ବା ସହରରେ ଆହାର କେନ୍ଦ୍ର ପରିଚାଳନା ବା ବିଦ୍ୟୁତ୍ ମିଟର ରିଡିଂ, ଜଳସାଥୀ ବା 5Tରେ ରୂପାନ୍ତରିତ ସ୍କୁଲଗୁଡ଼ିକର ତଦାରଖ କରିବା ପରି ଦାୟିତ୍ବ ନେଉଛନ୍ତି ମାଆ । ଗାଁ ପୋଖରୀରେ ମାଛଚାଷ କରୁଛନ୍ତି । ମିଶନ ଶକ୍ତି କାଫେ ଏବେ ସାରା ରାଜ୍ୟରେ ନ୍ୟୁଟ୍ରିସନର ବାର୍ତ୍ତା ଦେଉଛି । ମାଆମାନଙ୍କୁ ଗତ ବର୍ଷ ୧୧ ହଜାର କୋଟି ଟଙ୍କାର ଋଣ ଦିଆଯାଇଛି ।
ବର୍ତ୍ତମାନ ମା'ମାନଙ୍କ ସୁବିଧା ପାଇଁ ଆମ ସ୍କୁଟର ଯୋଜନା ଆରମ୍ଭ ହେବ । ଏକ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ବିନା ସୁଧରେ ଋଣ ଦିଆଯିବ । ମିଶନଶକ୍ତିକୁ ପରବର୍ତ୍ତୀ ସ୍ତରକୁ ନେବା ପାଇଁ କାମ ଆରମ୍ଭ ହୋଇଛି । ମା'ମାନଙ୍କୁ ଉଦ୍ୟୋଗୀ କରିବାକୁ କାମ ଆରମ୍ଭ ହୋଇଛି ବୋଲି ବିଜୁ ଜନତା ଦଳର କାର୍ଯ୍ୟକାରିଣୀରେ ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି ।












Click it and Unblock the Notifications