ବିଷ ପିଇଦେଲେ ମହିଳା ପୋଲିସ୍ SI, ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି
ବଲାଙ୍ଗୀର: ବିଷ ପିଇ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି ମହିଳା ପୋଲିସ୍ SI । ଏହା ପରେ ଗୁରୁତର ଅବସ୍ଥାରେ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ସଇଁତଳା ଥାନାରେ କାର୍ଯ୍ୟରତ SI କାଜଲ ବାଗ ବିଷ ଖାଇଦେଇଥିବା ଜଣାପଡିଛି ।
ଏହା ପରେ ତାଙ୍କୁ ଗୁରୁତର ଅବସ୍ଥାରେ ମହିଳା ପୋଲିସ ଅଧିକାରୀ କାଜଲ ବାଗଙ୍କୁ ପୋଲିସ୍ ଉଦ୍ଧାର କରି ବଲାଙ୍ଗୀର ଭୀମଭୋଇ ମେଡ଼ିକାଲ କଲେଜ ହସ୍ପିଟାଲର ମହିଳା ବିଭାଗରେ ଭର୍ତ୍ତି କରିଥିବା ଜଣାପଡିଛି । ସେ ସଇଁତଲା ଗୋପବନ୍ଧୁ ପଡ଼ାରେ ଏକ ଭଡାଘରେ ରହୁଥିଲେ ବୋଲି ଖବର ମିଳିଛି ।

ତେବେ ସେ କାହିଁକି ବିଷ ଖାଇଛନ୍ତି ତାରସ ପ୍ରକୃତ କାରଣ ଜଣାପଡ଼ିନାହିଁ । ପ୍ରେମରେ ବିଫଳ ଯୋଗୁଁ ଆତ୍ମହତ୍ୟା ଉଦ୍ୟମ କରି ଗୁରୁତର ହୋଇଥିବା ଆଲୋଚନା ହେଉଛି ।
ସୂଚନାଥଆଉକି, ସଇଁତଲା ଥାନାରେ ଟ୍ରେନି ସବ ଇନିସ୍ପେକ୍ଟର ଭାବରେ କାର୍ଯ୍ୟ କରୁଥିବା ମହିଳା ପୋଲିସ ଜଣକ ନିଜ କାମ ସାରିବା ନିଜ କ୍ୱାଟରରେ ରହିଥିଲେ । କିନ୍ତୁ ସକାଳୁ ସେ ଠିକ ସମୟରେ ନ ଉଠିବାରୁ ପାଖ ଲୋକେ ସନ୍ଦେହ କରି ପୁଲିସକୁ ଖବର ଦେଇଥିଲେ । ମହିଳା ଅଧିକାରୀ ଜଣକ ନିଜ ବଏଫ୍ରେଣ୍ଡଙ୍କ ଯୋଗୁଁ ବିଷପାନ କରି ଗୁରୁତର ହୋଇପଡିଛନ୍ତି ବୋଲି କୁହାଯାଉଛି ।
ଭଡା ଘରେ କାହା ସହିତ ଫୋନରେ ପାଟିତୁଣ୍ଡ କରିଥିଲେ କାଜଲ । ତାପରେ ମଶାମରା ତେଲ ଖାଇ ଦେଇଥିବା ଜଣାପଡିଛି । ରାତିରେ ମହିଳା SI ଜଣକ କାହା ସହିତ ଜୋରରେ ପାଟି କରି କଥା ହେଉଥିବାରୁ ଶୁଣିଥିବା ପଡ଼ୋଶୀ କହିଛନ୍ତି । ବୋଧହୁଏ ତାଙ୍କ ବୟଫ୍ରେଣ୍ଡ ହୋଇପାରନ୍ତି ବୋଲି ଅନୁମାନ କରାଯାଉଛି । ତା ପରେ ବୋଧହୁଏ ସେ ମଶା ମାରିବାର ଲିକ୍ୟୁଡ୍ ପିଇ ଦେଇଥିଲେ । ଏ ସଂପର୍କରେ ସେହି ଯୁବକ ଜଣକ ଖବର ଦେବା ପରେ ଥାନାରୁ କନଷ୍ଟେବଳମାନେ ଆସି ଏସଆଇଙ୍କୁ ଉଦ୍ଧାର କରିଥିଲେ ଓ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା ।
ତେବେ ଏହି ଘଟଣାକୁ ଗୋପନ ରଖିବାକୁ ଜିଲ୍ଲା ପୋଲିସ୍ ବିଭାଗ ପକ୍ଷରୁ ଯଥା ସମ୍ଭବ ଚେଷ୍ଟା କରାଯାଉଛି । ଏପରିକି ଗଣମାଧ୍ୟମ ପ୍ରତିନିଧୀଙ୍କୁ କାଜଲ ବାଗଙ୍କ ସ୍ୱାସ୍ଥ୍ୟାବସ୍ଥା ସମ୍ପର୍କରେ କୌଣସି ସୂଚନା ନ ଦେବାକୁ କଡ଼ାକଡ଼ି ଭାବେ କୁହାଯାଇଛି ।
-
ସୁଭଦ୍ରା ଯୋଜନା ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ଚତୁର୍ଥ କିସ୍ତି ଟଙ୍କା, ପଠାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ -
ଯୁଦ୍ଧ ଭିତରେ ଋଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସହ କଥା ହେଲେ ଟ୍ରମ୍ପ, କହିଲେ ଆଲୋଚନା... -
T20 ବିଶ୍ୱକପ: କେତେ ମିଳିଲା ପୁରସ୍କାର ରାଶି ? -
ସୋମବାର ଶ୍ରୀମନ୍ଦିରରେ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ -
ମଧ୍ୟପ୍ରାଚ୍ୟରେ ମହା ଭୟଙ୍କର ଯୁଦ୍ଧ, ଇସ୍ରାଏଲର ମିସାଇଲ ମାଡ଼ରେ ଆମେରିକାର ୩୦ କୋଟି ଡଲାର ମୂଲ୍ୟର ଥଡ୍ ରେଡାର ସିଷ୍ଟମ ଧ୍ବଂସ -
ବର୍ଷିଲେ ରାଷ୍ଟ୍ରପତି, ଅସନ୍ତୋଷ ପରେ ମମତା ବାନାର୍ଜୀ ଦେଲେ ପ୍ରତିକ୍ରିୟା -
ବଦଳିଲା ବୁକିଂ ନିୟମ, ଏଣିକି ୨୧ ଦିନ ନ ହେଲେ ମିଳିବନି ନୂଆ ସିଲିଣ୍ଡର -
ଦକ୍ଷିଣ ଲେବାନନ୍ ଉପରେ ପୁନର୍ବାର ଆକ୍ରମଣ କଲା ଇସ୍ରାଏଲ, ଏପର୍ଯ୍ୟନ୍ତ ଯୁଦ୍ଧରେ ୧,୨୩୦ ଲୋକଙ୍କର ମୃତ୍ୟୁ -
ଟି୨୦ ବିଶ୍ୱକପରେ ଇତିହାସ ରଚିଲା ଭାରତ , ଗମ୍ଭୀରଙ୍କ ପାଇଁ ଇନଷ୍ଟା ପୋଷ୍ଟ୍ କଲେ ଧୋନୀ -
ଘରୋଇ ମାଟିରେ ଭାରତର ବଡ଼ ବିଜୟ, ଖୁସିରେ ଝୁମିଲେ ବିରାଟ -
ଭେନେଜୁଏଲାରୁ ୧୦୦ ନିୟୁତ ଡଲାର ମୂଲ୍ୟର ସୁନା ପାଇଛି ଆମେରିକାର ; ଗୃହ ସଚିବ -
ସାବଧାନ! ହାଡ଼କୁ ଦୁର୍ବଳ କରୁଛି ଏହି ସବୁ ଜିନିଷ












Click it and Unblock the Notifications