କାଠ ଚେୟାରରେ ଯାଇ ମହାପ୍ରଭୁଙ୍କ ଦର୍ଶନ କରିବେ ଦିବ୍ୟାଙ୍ଗ
ପୁରୀ: ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ପାଇଁ ଆଉ ଦିବ୍ୟାଙ୍ଗ ଭକ୍ତଙ୍କୁ ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼ିବ ନାହିଁ । ଦିବ୍ୟାଙ୍ଗଙ୍କ ଦର୍ଶନ ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି । ହ୍ବିଲ ଚେୟାର ନୁହଁ ବରଂ କାଠ ଚେୟାରରେ ଯାଇ ମହାପ୍ରଭୁଙ୍କ ଦର୍ଶନ କରିବେ ଦିବ୍ୟାଙ୍ଗ ଭକ୍ତ । ଏନେଇ କାଠ ଚେୟାର ନିର୍ମାଣ ହୋଇଛି ।

ଏଥିଲାଗି ପ୍ରଥମେ ଦିବ୍ୟାଙ୍ଗ ଭକ୍ତମାନଙ୍କୁ ଅନଲାଇନରେ ପଞ୍ଜିକରଣ କରିବାକୁ ପଡିବ । ଅନଲାଇନ୍ ପଞ୍ଜିକରଣ ପରେ ପ୍ରଶାସନ ପକ୍ଷରୁ ସ୍ୱତନ୍ତ୍ର ବନ୍ଦୋବସ୍ତ କରାଯିବ । ବାହକମାନଙ୍କ ସହାୟତାରେ କାଠ ଚେୟାରରେ ବସି ଦିବ୍ୟାଙ୍ଗ ଭକ୍ତ ମାନେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କରିପାରିବେ । ଏଥିପାଇଁ ସ୍ୱତନ୍ତ୍ର ସ୍ୱେଚ୍ଛାସେବୀ ନିୟୋଜିତ ହେବେ । ତେବେ ପ୍ରଥମ ପର୍ଯ୍ୟାୟରେ 20 ଟି କାଠ ଚେୟାର ନିର୍ମାଣ କରାଯାଇଥିବା କହିଛନ୍ତି ପରିଚାଳନା କମିଟି ସଦସ୍ୟ ।
ମହାପ୍ରଭୁଙ୍କ ଗୋପାଳବଲ୍ଲଭ ଠାରୁ ସକାଳ ଧୂପ ଶେଷ ମଧ୍ୟରେ ଦିବ୍ୟାଙ୍ଗ ଭକ୍ତମାନେ ଏହି ସ୍ୱତନ୍ତ୍ର କାଠ ଚେୟାରରେ ଯାଇ ମହାପ୍ରଭୁଙ୍କ ଦର୍ଶନ କରିପାରିବେ । ପଞ୍ଜିକରଣ କରିଥିବା ସମସ୍ତ ଦିବ୍ୟାଙ୍ଗ ଭକ୍ତ ମାସରେ ଥରେ ମାତ୍ର ଦର୍ଶନ କରିପାରିବେ । ସେମାନଙ୍କୁ ପ୍ରଥମେ ହୁଇଲ୍ ଚେୟାରରେ ଉତ୍ତରଦୁଆର ନିକଟକୁ ନିଆଯିବା ପରେ ସେଠାରୁ ସ୍ୱତନ୍ତ୍ର କାଠ ଚୌକି ଯୋଗେ ବାହକ ମାନଙ୍କ ଦ୍ୱାରା ଘଣ୍ଟିଦ୍ୱାର ଦେଇ ଜୟବିଜୟ ଦ୍ୱାର ନିକଟରେ ଦର୍ଶନ କରିବା ବ୍ୟବସ୍ଥା କରାଯିବ ।
ଦିବ୍ୟାଙ୍ଗ ଭକ୍ତଙ୍କ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ବ୍ୟବସ୍ଥା କରିବାକୁ ପୁରୀ ବିଧାୟକ, ସେବାୟତ ଓ ଦିବ୍ୟାଙ୍ଗ ଭକ୍ତ ବାରମ୍ବାର ଦାବି ପରେ ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା ଗ୍ରହଣ କରାଯାଉଛି ।
-
ପାକିସ୍ତାନରେ ବଡ଼ ବିପର୍ଯ୍ୟୟ: ସ୍କୁଲ ଦୁଇ ସପ୍ତାହ ପାଇଁ ବନ୍ଦ, ଦରମା ୨୫% ହ୍ରାସ -
ସାବଧାନ! ହାଡ଼କୁ ଦୁର୍ବଳ କରୁଛି ଏହି ସବୁ ଜିନିଷ -
ଇରାନ ସହିତ ରୁଷ ଦୃଢ଼ ଭାବରେ ଛିଡା ହେବ; ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ -
UAE ରାଷ୍ଟ୍ରଦୂତଙ୍କ ବଡ ବୟାନ ; କହିଲେ ପ୍ରଧାନମନ୍ତ୍ରୀ ଗୋଟାଏ ଫୋନ୍ କଲ ଯୁଦ୍ଧରେ ଲଗାଇ ପାରିବ ବ୍ରେକ -
ଟି୨୦ ବିଶ୍ୱକପରେ ଇତିହାସ ରଚିଲା ଭାରତ , ଗମ୍ଭୀରଙ୍କ ପାଇଁ ଇନଷ୍ଟା ପୋଷ୍ଟ୍ କଲେ ଧୋନୀ -
୨୦୨୬ ଟି-୨୦ ବିଶ୍ୱକପ ପାଇଁ ଶ୍ରେଷ୍ଠ ଏକାଦଶ ଘୋଷଣା କଲା ICC, ୪ ଭାରତୀୟ ଖେଳାଳଙ୍କୁ ମିଳିଲା ସ୍ଥାନ -
ଘରୋଇ ମାଟିରେ ଭାରତର ବଡ଼ ବିଜୟ, ଖୁସିରେ ଝୁମିଲେ ବିରାଟ -
ଭେନେଜୁଏଲାରୁ ୧୦୦ ନିୟୁତ ଡଲାର ମୂଲ୍ୟର ସୁନା ପାଇଛି ଆମେରିକାର ; ଗୃହ ସଚିବ -
ବିମାନ ଯାତ୍ରା ଉପରେ ବି ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ, ଟିକେଟ ମୂଲ୍ୟ ବୃଦ୍ଧି କଲା ଏୟାର ଇଣ୍ଡିଆ -
T-20 ବିଶ୍ବକପ୍ ଚାମ୍ପିଅନ୍ ଟିମ୍କୁ ୧୩୧ କୋଟିର ପୁରସ୍କାର ରାଶି ଘୋଷଣା କଲା BCCI -
ଇରାନ ଉପରେ ଆକ୍ରମଣ ନେଇ ଟ୍ରମ୍ପଙ୍କ ବଡ ବୟାନ, ଇସ୍ରାଏଲ ସହ ମିଶି ୪୬ ଜାହାଜ.... -
ମଧ୍ୟପ୍ରାଚ୍ୟରେ ଯୁଦ୍ଧ ମଧ୍ୟରେ ସରକାରଙ୍କ ବଡ଼ ନିଷ୍ପତ୍ତି, ବଢିଲା ଏଲପିଜି ସିଲିଣ୍ଡର ବୁକିଂର ସମୟ












Click it and Unblock the Notifications