ଏହି ସବୁ ଜିଲ୍ଲାକୁ ବର୍ଷା ଓ ବଜ୍ରପାତ ବିପଦ ନେଇ ୟେଲୋ ୱାର୍ଣ୍ଣିଂ ଜାରି
ରାଜ୍ୟର ୮ଟି ଜିଲ୍ଲାକୁ ସତର୍କ ରହିବାକୁ ପରାମର୍ଶ । ଆସନ୍ତା ୩ ଘଣ୍ଟା ପର୍ଯ୍ୟନ୍ତ ୮ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରି ସତର୍କ ରହିବାକୁ ପରାମର୍ଶ ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ବର୍ଷା ଘଡ଼ଘଡ଼ି ସହ ଝଡ଼ ତୋଫାନର ପୂର୍ବାନୁମାନ କରି ନବରଙ୍ଗପୁର, ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, କଳାହାଣ୍ଡି, ଗଞ୍ଜାମ ଏବଂ ନୂଆପଡ଼ା ଭଳି ଜିଲ୍ଲାକୁ ସତର୍କତା ଜାରି କରାଯାଇଛି । ଏହିସବୁ ଜିଲ୍ଲାବାସୀ ଆସନ୍ତା ୩ ଘଣ୍ଟା ପର୍ଯ୍ୟନ୍ତ ପାଣିପାଗ ଗତିବିଧି ଉପରେ ନଜର ରଖିବା ସହ ବଜ୍ରପାତ ମୁକ୍ତ ସ୍ଥାନରେ ରହିବାକୁ ପରାମର୍ଶ ଦିଆଯାଇଛି ।












Click it and Unblock the Notifications