ଏହି ୮ ଜିଲ୍ଲାକୁ ବର୍ଷା ଓ ବଜ୍ରପାତ ନେଇ ୟେଲୋ ୱାର୍ଣ୍ଣିଂ ଜାରି
ଭୁବନେଶ୍ୱର: ଉପକୂଳବର୍ତ୍ତୀ ଓଡିଶା ଉପରେ ଊର୍ଦ୍ଧ୍ୱ ବାୟୁ ଘୂର୍ଣ୍ଣିବଳୟ ଦକ୍ଷିଣ-ପଶ୍ଚିମ ଦିଗରେ ଅଗ୍ରସର ହେଉଛିି। ଏହି କ୍ରମରେ ଉତ୍ତର ଓଡ଼ିଶାର ଅନେକ ସ୍ଥାନରେ ଏବଂ ଦକ୍ଷିଣ ଓଡ଼ିଶାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା ସହ ବଜ୍ରପାତ ଅନଭୂତ ହୋଇଛି। ଓଡିଶାର ୮ଟି ଜିଲ୍ଲାରେ ବର୍ଷା ଓ ବଜ୍ରପାତ ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର।
ଏହି ଜିଲ୍ଲା ଗୁଡିକ ମଧ୍ଯରେ ରହିଛି- ଭଦ୍ରକ, କେନ୍ଦୁଝର, ଅନୁଗୁଳ, ଯାଜପୁର, କେନ୍ଦ୍ରାପଡ଼ା, ଗଞ୍ଜାମ, ଖୋର୍ଦ୍ଧା ଓ ପୁରୀ। ଏହି ଜିଲ୍ଲା ଗୁଡିକରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ସହ ବଜ୍ରପାତ ଆଶଙ୍କା ରହିଛି।ସୂଚନାଯୋଗ୍ୟ, ଉତ୍ତର ଆଭ୍ୟନ୍ତରୀଣ ଓଡିଶାର କିଛି ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ସର୍ବାଧିକ ତାପମାତ୍ରାର ହ୍ରାସ ଘଟିଥିବାର ଦେଖାଯାଇଛି।

ଉତ୍ତର ଉପକୂଳ ଓଡିଶାର ଜିଲାର କିଛି ସ୍ଥାନରେ ଏବଂ ଦକ୍ଷିଣ ଆଭ୍ୟନ୍ତରୀଣ ଓଡିଶାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ତାପମାତ୍ରା ବୃଦ୍ଧି ପାଇଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ରହିଛି।












Click it and Unblock the Notifications