ସକ୍ରିୟ ରହିଛି କାଳବୈଶାଖୀ, ୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
ଭୁବନେଶ୍ୱର: ଝଡ଼ବର୍ଷା, ବଜ୍ରପାତ ହେବାର ସମ୍ଭାବନା ଥିବାରୁ ୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରପଡ଼ା, କଟକ, ଖୋର୍ଦ୍ଧା, ପୁରୀ, କେନ୍ଦୁଝର, ମୟୂରଭଞ୍ଜ, କୋରାପୁଟ, ରାୟଗଡ଼ାରୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ବର୍ଷା ସମୟରେ ଘଣ୍ଟା ପ୍ରତି ୩୦ ରୁ ୪୦ କିମି ବେଗରେ ପବନ ପହିବା ନେଇ ସୂଚନା ରହିଛି ।

ସେହିପରି ଆସନ୍ତାକାଲି ମଧ୍ୟ ରାଜ୍ୟର କିଛି ଅଞ୍ଚଳରେ ବିଜୁଳି ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି । ଅନେଟେ ରାଜ୍ୟରେ ପ୍ରଚଣ୍ତ ଗ୍ରୀଷ୍ମ ପ୍ରବାହ ଜାରି ରହିଛି । ଅସହ୍ୟ ଗୁଳୁଗୁଳି ଲାଗିରହିବା ସହ ଦିନର ତାପମାତ୍ରା ବୃଦ୍ଧିପାଉଛି । ରାଜ୍ୟର କିଛି ଜିଲ୍ଲାରେ ୪୦ ଡିଗ୍ରୀ ଉପରେ ତାପମାତ୍ରା ରେକର୍ଡ କରାଯାଇଛି । ସେହିପରି ଆସନ୍ତା ଦୁଇ ଦିନ ପରେ ରାଜ୍ୟରେ କାଳବୈଶାଖୀ କମିବା ସହ ତାପମାତ୍ରା ବୃଦ୍ଧି ପାଇବାର ଆଶଙ୍କା ରହିଛି ।
ଅନ୍ୟପଟେ ଜୁନ ୪ରେ ମୌସୁମୀ କେରଳ ଛୁଇଁବାକୁ ଥିବା ବେଳେ ଜୁନ ୧୪ ଅର୍ଥାତ ରଜ ବେଳକୁ ଓଡ଼ିଶାରେ ପ୍ରବେଶ କରିବାର ଯଥେଷ୍ଟ ସମ୍ଭାବନା ରହିଛି । ଗତବର୍ଷ ମେ' ୨୯ ତାରିଖରେ ମୌସୁମୀ କେରଳ ଛୁଇଁଥିଲା।












Click it and Unblock the Notifications