କାଳବୈଶାଖୀ ନେଇ ୧୧ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ

ଆସନ୍ତା ୪୮ ଘଣ୍ଟା ପର୍ଯ୍ୟନ୍ତ ରାଜ୍ୟର ବହୁ ଜିଲ୍ଲାରେ ବର୍ଷା ସହ ବିଜୁଳି ଓ ଘଡ଼ଘଡ଼ିର ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି। ଏଥି ପାଇଁ ୧୧ ଜିଲ୍ଲାକୁ ୟେଲୋଓ୍ଵାର୍ଣ୍ଣିଂ ଜାରି କରାଯାଇଛି ।

ଭୁବନେଶ୍ୱର: ଆସନ୍ତା ୪୮ ଘଣ୍ଟା ପର୍ଯ୍ୟନ୍ତ ରାଜ୍ୟର ବହୁ ଜିଲ୍ଲାରେ ବର୍ଷା ସହ ବିଜୁଳି ଓ ଘଡ଼ଘଡ଼ିର ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି। ଏଥି ପାଇଁ ୧୧ ଜିଲ୍ଲାକୁ ୟେଲୋଓ୍ଵାର୍ଣ୍ଣିଂ ଜାରି କରାଯାଇଛି । ତେବେ ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ରହିଛି- କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ, ଯାଜପୁର, ଢ଼େଙ୍କାନାଳ, ଗଞ୍ଜାମ, ଗଜପତି, ନୂଆପଡା, ସମ୍ବଲପୁର ।

odisha weather update

ସେପଟେ, ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଯାଉଛି ପଛକୁ ପଛ ଦୁଇଟି ଲଘୁଚାପ । ଅକ୍ଟୋବର ଦ୍ବିତୀୟ ସପ୍ତାହ ତଥା ଆସନ୍ତା ୧୦ ତାରିଖ ବେଳକୁ ଆଣ୍ଡାମାନ ସାଗରରେ ଗୋଟିଏ ଲଘୁଚାପ ସୃଷ୍ଟି ହେବ। ଏହାର ପ୍ରଭାବ କିଭଳି ରହିବ ଏବଂ କେଉଁ ଆଡ଼େ ଗତି କରିବ, ସେନେଇ ସ୍ପଷ୍ଟ ଚିତ୍ର ମିଳି ନ ଥିଲେ ମଧ୍ୟ ଉତ୍ତର ଆନ୍ଧ୍ରପ୍ରଦେଶ ଓ ଦକ୍ଷିଣ ଓଡ଼ିଶା ଉପକୂଳରେ ସ୍ଥଳ ଭାଗକୁ ସ୍ପର୍ଶ କରିବାର ସମ୍ଭାବନା ଅଧିକ ଥିବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପ୍ରାରମ୍ଭିକ ଆକଳନ କରାଯାଇଛି । ତେବେ ଏହା କେଉଁ ରୂପ ନେଇ ସ୍ଥଳ ଭାଗ ସ୍ପର୍ଶ କରିବ, ସେନେଇ କୌଣସି ଆକଳନ କରାଯାଇନାହିଁ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+