For Quick Alerts
Turn On Notification  
For Daily Alerts
Oneindia App Download

କାଳବୈଶାଖୀ ନେଇ ୧୧ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ

ଆସନ୍ତା ୪୮ ଘଣ୍ଟା ପର୍ଯ୍ୟନ୍ତ ରାଜ୍ୟର ବହୁ ଜିଲ୍ଲାରେ ବର୍ଷା ସହ ବିଜୁଳି ଓ ଘଡ଼ଘଡ଼ିର ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି। ଏଥି ପାଇଁ ୧୧ ଜିଲ୍ଲାକୁ ୟେଲୋଓ୍ଵାର୍ଣ୍ଣିଂ ଜାରି କରାଯାଇଛି ।

|

ଭୁବନେଶ୍ୱର: ଆସନ୍ତା ୪୮ ଘଣ୍ଟା ପର୍ଯ୍ୟନ୍ତ ରାଜ୍ୟର ବହୁ ଜିଲ୍ଲାରେ ବର୍ଷା ସହ ବିଜୁଳି ଓ ଘଡ଼ଘଡ଼ିର ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି। ଏଥି ପାଇଁ ୧୧ ଜିଲ୍ଲାକୁ ୟେଲୋଓ୍ଵାର୍ଣ୍ଣିଂ ଜାରି କରାଯାଇଛି । ତେବେ ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ରହିଛି- କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ, ଯାଜପୁର, ଢ଼େଙ୍କାନାଳ, ଗଞ୍ଜାମ, ଗଜପତି, ନୂଆପଡା, ସମ୍ବଲପୁର ।

odisha weather update

ସେପଟେ, ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଯାଉଛି ପଛକୁ ପଛ ଦୁଇଟି ଲଘୁଚାପ । ଅକ୍ଟୋବର ଦ୍ବିତୀୟ ସପ୍ତାହ ତଥା ଆସନ୍ତା ୧୦ ତାରିଖ ବେଳକୁ ଆଣ୍ଡାମାନ ସାଗରରେ ଗୋଟିଏ ଲଘୁଚାପ ସୃଷ୍ଟି ହେବ। ଏହାର ପ୍ରଭାବ କିଭଳି ରହିବ ଏବଂ କେଉଁ ଆଡ଼େ ଗତି କରିବ, ସେନେଇ ସ୍ପଷ୍ଟ ଚିତ୍ର ମିଳି ନ ଥିଲେ ମଧ୍ୟ ଉତ୍ତର ଆନ୍ଧ୍ରପ୍ରଦେଶ ଓ ଦକ୍ଷିଣ ଓଡ଼ିଶା ଉପକୂଳରେ ସ୍ଥଳ ଭାଗକୁ ସ୍ପର୍ଶ କରିବାର ସମ୍ଭାବନା ଅଧିକ ଥିବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପ୍ରାରମ୍ଭିକ ଆକଳନ କରାଯାଇଛି । ତେବେ ଏହା କେଉଁ ରୂପ ନେଇ ସ୍ଥଳ ଭାଗ ସ୍ପର୍ଶ କରିବ, ସେନେଇ କୌଣସି ଆକଳନ କରାଯାଇନାହିଁ ।

ଆମକୁ ଫୋଲୋ କରନ୍ତୁ
Instagram Youtube
English summary
Yellow Warning to 11 districts for thunderstorm
ସର୍ବଶେଷ ସମ୍ବାଦ ପ୍ରାପ୍ତ କରନ୍ତୁ
Enable
x
Notification Settings X
Time Settings
Done
Clear Notification X
Do you want to clear all the notifications from your inbox?
Settings X