୯ଟା ୩୦ ପର୍ଯ୍ୟନ୍ତ ସେଣ୍ଟରକୁ ଆସିଲେ ପରୀକ୍ଷା ଦେଇପାରିବେ, କିଛି ଅନିୟମିତତା କଲେ କଡ଼ା କାର୍ଯ୍ୟାନୁଷ୍ଠାନ

ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ବାରା ପରିଚାଳିତ ମାଟ୍ରିକ ପରୀକ୍ଷା ଗୁରୁବାରରୁ ଆରମ୍ଭ ହେବ। ରାଜ୍ୟରେ ୫ ଲକ୍ଷ ୬୧ ହଜାର ୯୭୯ ଛାତ୍ରଛାତ୍ରୀ ଚଳିତବର୍ଷ ମାଟ୍ରିକ ପରୀକ୍ଷା ଦେବେ। ଏଥିପାଇଁ ୩୦୮୨ଟି ପରୀକ୍ଷା କେନ୍ଦ୍ରର ବ୍ୟବସ୍ଥା କରାଯାଇଛି। ପ୍ରତିଦିନ ଗୋଟିଏ ସିଟିଂରେ ପୂର୍ବାହ୍ଣ ୯ଟାରୁ ୧୧ଟା ୩୦ ମିନିଟ ପର୍ଯ୍ୟନ୍ତ ପରୀକ୍ଷା କରାଯିବାକୁ ନିଷ୍ପତ୍ତି ନିଆଯାଇଛି। ପରୀକ୍ଷା ସୂଚାରୁ ରୂପେ ପରିଚାଳନା ପାଇଁ ବୋର୍ଡ ପକ୍ଷରୁ ସମସ୍ତ ବ୍ୟବସ୍ଥା କରାଯାଇଛି। ବୋର୍ଡ ସଭାପତି କହିଛନ୍ତି ୯ଟା ୩୦ ପର୍ଯ୍ୟନ୍ତ ସେଣ୍ଟରକୁ ଆସିଲେ ଛାତ୍ରଛାତ୍ରୀମାନେ ପରୀକ୍ଷା ଦେଇପାରିବେ। ପୂର୍ବରୁ ୯ଟା ୧୫ ମିନିଟ୍ ପର୍ଯ୍ୟନ୍ତ ସମୟ ଧାର୍ଯ୍ୟ ହୋଇଥିଲା। ଏଥିରେ ଆଉ ୧୫ ମିନିଟ୍ ବୃଦ୍ଧି କରାଯାଇଛି କହିଲେ ବୋର୍ଡ ସଭାପତି। କପି ଯୋଗାଇଲେ କିମ୍ବା କିଛି ଅନିୟମିତତା କଲେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।

exam

ସେପଟେ ବୋର୍ଡ ପକ୍ଷରୁ ଚଳିତବର୍ଷ ୩୭ଟି ସ୍ବତନ୍ତ୍ର ସ୍କ୍ବାଡ୍‌ ଗଠନ କରାଯାଇଛି। ପ୍ରତି ସ୍କ୍ବାଡ୍‌ରେ ୨ ଜଣ ଲେଖାଏଁ ସଦସ୍ୟ ରହିଛନ୍ତି। ସେହିପରି ସମସ୍ତ ପରୀକ୍ଷା କେନ୍ଦ୍ରର ଅଧୀକ୍ଷକ ଏବଂ ନିରୀକ୍ଷକଙ୍କ ପାଇଁ ମାର୍ଗଦର୍ଶିକା ଜାରି କରାଯାଇଛି। ପରୀକ୍ଷା କେନ୍ଦ୍ରରେ କେଉଁ କେଉଁ ସୁବିଧା ରହିବ, ପ୍ରଶ୍ନପତ୍ର ଏବଂ ଉତ୍ତରଖାତା କିଭଳି ନିର୍ଦ୍ଧାରିତ ସମୟ ଅନୁଯାୟୀ ପହଞ୍ଚିବ, ସେଥିପାଇଁ କରାଯାଇଥିବା ବ୍ୟବସ୍ଥାକୁ ଅନୁପାଳନ ନିମନ୍ତେ କୁହାଯାଇଛି। ଗତ ୧୦ ତାରିଖଠାରୁ ନୋଡାଲ ସେଣ୍ଟରଗୁଡିକୁ ବୋର୍ଡ ମୁଖ୍ୟ କାର୍ଯ୍ୟାଳୟରୁ ପ୍ରଶ୍ନପତ୍ର ପଠା କାର୍ଯ୍ୟ ଆରମ୍ଭ ହୋଇଥିଲା। ଆଜି ସବୁ ନୋଡାଲ କେନ୍ଦ୍ରରେ ପ୍ରଶ୍ନପତ୍ର ପହଞ୍ଚିବା ନେଇ ସୂଚନା ମିଳିଛି।

ସୂଚନା ମୂତାବକ ରାଜ୍ୟରେ ୫ ଲକ୍ଷ ୬୧ ହଜାର ୯୭୯ ଛାତ୍ରଛାତ୍ରୀ ଚଳିତବର୍ଷ ମାଟ୍ରିକ ପରୀକ୍ଷା ଦେବେ। ଏଥିପାଇଁ ୩୦୮୨ଟି ପରୀକ୍ଷା କେନ୍ଦ୍ରର ବ୍ୟବସ୍ଥା କରାଯାଇଛି। ପ୍ରତିଦିନ ଗୋଟିଏ ସିଟିଂରେ ପୂର୍ବାହ୍ଣ ୯ଟାରୁ ୧୧ଟା ୩୦ ମିନିଟ ପର୍ଯ୍ୟନ୍ତ ପରୀକ୍ଷା କରାଯିବାକୁ ନିଷ୍ପତ୍ତି ନିଆଯାଇଛି। ପ୍ରଶ୍ନପତ୍ର ପ୍ୟାକେଟ ଖୋଲିବା ବେଳେ ଉପସ୍ଥିତ ରହିବା ଏବଂ ଯେଭଳି କେହି ପରୀକ୍ଷା କେନ୍ଦ୍ରକୁ ମୋବାଇଲ ଫୋନ ନ ନିଅନ୍ତି କିମ୍ବା କୌଣସି ବିଭ୍ରାଟ ନ ହେବ ସେଥିପ୍ରତି ଅଧୀକ୍ଷକ ସତର୍କ ରହିବେ। ଏଥିସହ ପ୍ରତିଦିନ ପରୀକ୍ଷା ଶେଷ ପରେ ଅଧୀକ୍ଷକ ବୋର୍ଡକୁ ରିପୋର୍ଟ ଦେବେ ବୋଲି ଜଣାପଡ଼ିଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+