ତାତିରୁ ମିଳିବ ଆଶ୍ୱସ୍ତି, କାଳବୈଶାଖୀ ବର୍ଷା ନେଇ ୧୧ ଜିଲ୍ଲାକୁ ସତର୍କ ସୂଚନା ଜାରି କଲା ପାଣି ପାଗ ବିଭାଗ
ପାଗରେ ଅସ୍ବାଭାବିକ ପରିବର୍ତ୍ତନ। ଦିନରେ ଗରମ, ଅପରାହ୍ଣରେ ବର୍ଷା। ପ୍ରଚଣ୍ଡ ଘଡ଼ଘଡ଼ି ପବନ ସହ ବର୍ଷା ହେଉଛି। ତେବେ ଆଜି ରାଜ୍ୟର ୧୧ଟି ଜିଲ୍ଲାରେ କାଳବୈଶାଖୀର ପ୍ରଭାବ ଦେଖିବାକୁ ମିଳିବାରେ। ଆଜି କାଳବୈଶାଖୀ ବର୍ଷା ନେଇ ୧୧ଟି ଜିଲ୍ଲାକୁ ୟୋଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଏହି ସବୁ ଜିଲ୍ଲାର କେତେକ ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ବର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର। ପୁରୀ, ଜଗତସିଂପୁର, କେନ୍ଦ୍ରପଡ଼ା ଏବଂ କୋରାପୁଟ ଜିଲ୍ଲାର ବିଭିନ୍ନ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ଝଡ଼ବର୍ଷା, ବଜ୍ରପାତ ସହିତ ୩୦-୪୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି। ସାଧାରଣ ଲୋକଙ୍କୁ ସୁରକ୍ଷା ସ୍ଥାନକୁ ଯିବାକୁ ପରାମର୍ଶ ଦେଇଛି ପାଣିପାଗ ବିଭାଗ।
ଅନ୍ୟପଟେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ରାଜ୍ୟରେ ସକ୍ରିୟ ହେବା ପର୍ଯ୍ୟନ୍ତ ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ ଆକଳନ କରିଛି । ଅସହ୍ୟ ତାତିରେ ଭାଜି ହେଉଛି ସାରା ଓଡ଼ିଶା। ଉପକୂଳରୁ ଉପାନ୍ତ ସବୁଠି ତାତି। ଆଜିଠୁ ରାଜ୍ୟରେ ତାପମାତ୍ରା କ୍ରମଶଃ ବଢିବ। ଆସନ୍ତା ଦୁଇ ଦିନ ପର୍ଯ୍ୟନ୍ତ ୨ ରୁ ୩ ଡ଼ିଗ୍ରୀ ବଢିବ ତାପମାତ୍ରା। ଅନେକ ସ୍ଥାନରେ ତାପମାତ୍ରା ୪୨ ଡ଼ିଗ୍ରୀ ଅତିକ୍ରମ କରିବା ନେଇ ଆଗୁଆ ଆକଳନ କରିଛି ପାଣିପାଗ ବିଭାଗ।












Click it and Unblock the Notifications