ବିଜେପି ନେତାଙ୍କ ଗାଡ଼ି ଧକ୍କାରେ ଯୁବକଙ୍କ ମୃତ୍ୟୁ
କାମାକ୍ଷାନଗର: ପୂର୍ବତନ କେନ୍ଦ୍ରମନ୍ତ୍ରୀଙ୍କ ଗାଡ଼ି ଧକ୍କାରେ ଚାଲିଗଲା ଯୁବକଙ୍କ ଜୀବନ । ସୁନ୍ଦରଗଡ ସାଂସଦ ତଥା ବରିଷ୍ଠ ବିଜେପି ନେତା ଜୁଏଲ ଓରାମଙ୍କ ଗାଡି ଧକ୍କାରେ ଜଣଙ୍କର ମୃତ୍ୟୁ ହୋଇଛି । କାମାକ୍ଷାନଗର ଥାନା ରେକୁଳା ଛକ ନିକଟରେ ହୋଇଛି ଏ ଦୁର୍ଘଟଣା । ଜୁଏଲ ଓରାମଙ୍କ ଇନୋଭା ଧକ୍କାରେ ଜଣେ RMCA କର୍ମଚାରୀଙ୍କ ମୃତ୍ୟୁ ହୋଇଛି ।

ସୂଚନା ଅନୁଯାୟୀ, ଜୁଏଲ ଓରାମ ନିଜ ଇନୋଭା ଯୋଗେ ଭୁବନେଶ୍ୱରରୁ ରାଉରକେଲା ଯାଉଥିବା ବେଳେ କାମାକ୍ଷାନଗର ଥାନା ରେକୁଳା ଛକ ଠାରେ କାମାକ୍ଷାନଗର RMCA କର୍ମଚାରୀ ସର୍ବେଶ୍ୱର ଚୌଧୁରୀଙ୍କ ବାଇକକୁ ଧକ୍କା ଦେଇଥିଲା । ଫଳରେ ସର୍ବେଶ୍ୱର ଘଟଣା ସ୍ଥଳରେ ଗୁରୁତର ଅବସ୍ଥାରେ ପଡି ରହିଥିଲେ । ଏହା ଦେଖି ଜୁଏଲ ନିଜ ପାଇଲଟିଂ ଗାଡିରେ ସର୍ବେଶ୍ୱରଙ୍କୁ ତୁରନ୍ତ କାମାକ୍ଷାନଗର ମେଡିକାଲରେ ଭର୍ତ୍ତି କରାଇଥିଲେ । ସେଠାରେ ଡାକ୍ତର ସର୍ବେଶ୍ୱରଙ୍କୁ ମୃତ ଘୋଷଣା କରିଛନ୍ତି ।
ଦୁର୍ଘଟଣା ଏତେ ଭୟଙ୍କର ଥିଲା ଯେ ସାଂସଦ ଜୁଏଲ ଓରାମଙ୍କ ଗାଡିର ସମ୍ମୁଖ ଭାଗ ସଂପୂର୍ଣ୍ଣ ନଷ୍ଟ ହୋଇଯାଇଛି । ବାଇକ ମଧ୍ୟ ଦୁର୍ଘଟଣାରେ କ୍ଷତିଗ୍ରସ୍ତ ହୋଇଛି । ଅନ୍ୟପଟେ ଦୁର୍ଘଟଣାକୁ ଦୁର୍ଭାଗ୍ୟଜନକ ବୋଲି କହିଛନ୍ତି ସାଂସଦ ଜୁଏଲ ଓରାମ । ତାଙ୍କ ଗାଡି ଆଗକୁ ହଠାତ୍ ବାଇକ ଆସିଯିବାରୁ ଦୁର୍ଘଟଣା ଘଟିଥିବା ଜୁଏଲ ଓରାମ କହିଛନ୍ତି । କାମାକ୍ଷାନଗର ଥାନାରେ ଜୁଏଲ ଉପସ୍ଥିତ ରହିଛନ୍ତି ।
-
ଗ୍ରାହକଙ୍କ ପାଇଁ ଖୁସି ଖବର; ଏକାଥରକେ ଏତିକି ଟଙ୍କା କମିଲା ସୁନା ଦର -
ଆସୁଛି କାଳବୈଶାଖୀ, ଝଡ଼ବର୍ଷା ପାଇଁ ୬ ଜିଲ୍ଲାକୁ ଅରେଞ୍ଜ ଓ୍ବାର୍ଣ୍ଣିଂ -
LPG ସଙ୍କଟକୁ ନେଇ ବଡ଼ କଥା କହିଲେ ସରକାର,‘ଡୋରଷ୍ଟେପ... -
କାରଣ ଦର୍ଶାଅ ନୋଟିସ୍ର ଉତ୍ତର ରଖିଲେ ବିଜେଡିର ୬ ବିଧାୟକ, କହିଲେ ନୋଟିସ୍ ପ୍ରତ୍ୟାହାର କରନ୍ତୁ, ନଚେତ୍... -
ଭୁବନେଶ୍ୱର CRP ଛକ ନିକଟ ମାର୍କେଟ୍ କମ୍ପ୍ଲେକ୍ସରେ ଭୟଙ୍କର ଅଗ୍ନିକାଣ୍ଡ -
ଇରାନକୁ କଡ଼ା ଚେତାବନୀ ଦେଲେ ୟୁରୋପୀୟ ଦେଶ -
ଚଳିତ ବର୍ଷ ମାଟ୍ରିକ ପରୀକ୍ଷାରୁ ଦେଇନାହାନ୍ତି ୯୯୩୦ ଛାତ୍ରଛାତ୍ରୀ -
ଯୁଦ୍ଧର ବଡ଼ ପ୍ରଭାବ ; ମିଳୁନି କ୍ରିକେଟ୍ ବଲ୍; ନୂଆ ସିଜିନ୍ ପୂର୍ବରୁ ବଢିଲା ଟେନସନ୍ -
୫ ବିଶ୍ୱନେତାଙ୍କ ସହ କଥା ହେଲେ ମୋଦି -
ପ୍ରେମାନନ୍ଦ ମହାରାଜ ଜୀଙ୍କୁ ଭେଟିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ -
ଗୃହକୁ ୧୧ଟା ୩୦ ଯାଏଁ ମୁଲତବି ଘୋଷଣା କଲେ ବାଚସ୍ପତି -
ଆୟର୍ଲାଣ୍ଡ ସହ ଦୁଇଟି ସୀମିତ ଓଭର ମ୍ୟାଚ୍ ଖେଳିବ ଭାରତ












Click it and Unblock the Notifications