Get Updates
Get notified of breaking news, exclusive insights, and must-see stories!

ଜିରୋ ନାଇଟ୍ ସେଲିବ୍ରେସନ୍ ଝଟକା, ଅସ୍ଥାୟୀ ମଦ ଲାଇସେନ୍ସ ଆବେଦନକୁ ଖାରଜ କଲା ଅବକାରୀ ବିଭାଗ

ଫିକା ପଡ଼ିବ ଜିରୋ ନାଇଟ୍ ସେଲିବ୍ରେସନ୍ । କଠୋର ହୋଇଛି ଅବକାରୀ ବିଭାଗ । ଜିରୋ ନାଇଟ୍ ପାଇଁ ଅସ୍ଥାୟୀ ମଦ ଲାଇସେନ୍ସ ଆବେଦନକୁ ଖାରଜ କରି ଦେଇଛି ଅବକାରୀ ବିଭାଗ । ଯାହାକୁ ନେଇ ଚିନ୍ତାରେ ପଡିଛନ୍ତି ରାଜ୍ୟର ଶହ ଶହ ଇଭେଣ୍ଟ ଅର୍ଗାନାଇଜର।

Zero Night Celebrations

ଆଉ ଦିନ କେଇଟା ପରେ ଆସିବ ନୂଆ ବର୍ଷ । ଜିରୋ ନାଇଟ୍ ସେଲିବ୍ରେସନ ପାଇଁ ଗତ କିଛି ଦିନ ଧରି ଭୁବନେଶ୍ୱର ଅବକାରୀ ଅଧିକ୍ଷକଙ୍କ ନିକଟରେ ଅସ୍ଥାୟୀ ଲାଇସେନ୍ସ ପାଇଁ ୩୦ଟି ଇଭେଣ୍ଟ ଅର୍ଗାନାଇଜର ଆବେଦନ କରିଥିଲେ। ଦିନିକିଆ ଲାଇସେନ୍ସ ପାଇଁ ଏମାନେ ଆବେଦନ କରିଥିଲେ। ଲୋକଙ୍କୁ ଦେଖି ଅବକାରୀ ବିଭାଗ ପାଖରେ ଲାଇସେନ୍ସ ଫି' ଡିପୋଜିଟ୍ କରିବାକୁ ପଡିବ। ପୁରୁଣା ଅବକାରୀ ନିତି ଅନୁସାରେ, ୨୫ ଲୋକଙ୍କ ପାଇଁ ୩ ହଜାର, ୨୫ରୁ୧୦୦ ଲୋକଙ୍କ ପାଇଁ ୫ ହଜାର, ୧୦୧ ଲୋକଙ୍କ ଠାରୁ ୨୦୦ ଶହ ଲୋକଙ୍କ ପାଇଁ ୧୦ ହଜାର, ୨୦୧ରୁ୫୦୦ ଲୋକଙ୍କ ପାଇଁ ୧୫ ହଜାର, ୫୦୧-୧୦୦୦ ଲୋକଙ୍କ ପାଇଁ ଦିନିକିଆ ଅସ୍ଥାୟୀ ଲାଇସେନ୍ସ ଫି ୨୦ ହଜାର ଟଙ୍କା ଡିପୋଜିଟ୍ କରିବାକୁ ପଡ଼ିବ। ୧ ହଜାରୁ ଅଧିକ ଲୋକଙ୍କ ପାଇଁ ଦିନିକିଆ ଲାଇସେନ୍ସ ଫି' ୨୫ ହଜାର ଟଙ୍କା ଦେବାକୁ ପଡିବ । ସେହି ହିସାବରେ ହୋଟେଲ୍, ମଲ୍, ଓ ବିଭିନ୍ନ କ୍ଲବ୍ ଓ ସୋସାଇଟି ପକ୍ଷରୁ ୩୦ଟି ଅସ୍ଥାୟୀ ଆବେଦନ କରାଯାଇଥିଲା । ସେମାନଙ୍କୁ ଗତ ଶନିବାରଠାରୁ ଲାଇସେନ୍ସ ମିଳିବାର ଥିଲା। ତେବେ ସମସ୍ତଙ୍କ ଆବେଦନକୁ ଖାରଜ କରି ଦେଇଛି ଅବକାରୀ ବିଭାଗ ।

ସେପଟେ ଅବକାରୀ ଡେପୁଟି କମିଶନର କହିଛନ୍ତି, ଚଳିତ ବର୍ଷ ନୂଆ ବର୍ଷକୁ ଶାନ୍ତି ଶୃଙ୍ଖଳାରେ ସାରିବା ପାଇଁ ଯୋଜନା କରିଛନ୍ତି ସରକାର । ସେଥିପାଇଁ ଅସ୍ଥାୟୀ ଲାଇସେନ୍ସ ବାତିଲ କରିଛନ୍ତି । ଜାନୁଆରୀ ୧ ତାରିଖ ଠାରୁ ପୁଣି ଯେମିତି ଅସ୍ଥାୟୀ ଲାଇସେନ୍ସ ଦିଆଯାଏ, ତାହା ଦିଆଯିବ । କେବଳ ଭୁବନେଶ୍ୱର ନୁହେଁ ରାଜ୍ୟର ବିଭିନ୍ନ ଜିଲ୍ଳାରେ ଆବେଦନ କରିଥିବା ଇଭେଣ୍ଟ ଅର୍ଗାନାଇଜରଙ୍କ ଆବେଦନ ମଧ୍ୟ ଖାରଜ କରାଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+