ଦୁର୍ଘଟଣା ରୋକିବାକୁ ରାଜ୍ୟ ସଡ଼କ ସୁରକ୍ଷା ପରିଷଦର ଗୁରୁତ୍ବପୂର୍ଣ୍ଣ ବୈଠକ: ରବିବାର ଓ ବୁଧବାର ଶୂନ୍ୟ ସହନଶୀଳତା

ଦିନକୁ ଦିନ ବଢୁଥିବା ସଡ଼କ ଦୁର୍ଘଟଣାକୁ ନଜରରେ ରଖି ବଡ଼ ପଦକ୍ଷେପ ନେଇଛନ୍ତି ରାଜ୍ୟ ସରକାର । ଏଣିକି ପ୍ରତ୍ୟେକ ରବିବାର ଓ ବୁଧବାର ହେବ ଶୂନ୍ୟ ସହନଶୀଳତା ଦିବସ ।

ସଡ଼କ ସୁରକ୍ଷା ନେଇ ଲୋକସେବା ଭବନରେ ଅନୁଷ୍ଠିତ ହୋଇଯାଇଛି ରାଜ୍ୟ ସଡ଼କ ସୁରକ୍ଷା ପରିଷଦର ଗୁରୁତ୍ବପୂର୍ଣ୍ଣ ବୈଠକ । ଏଥିରେ ସୁରକ୍ଷିତ ଘର ବାହୁଡ଼ା ଉପରେ ଗୁରୁତ୍ବ ଦେଇଛନ୍ତି ପରିବହନ ମନ୍ତ୍ରୀ ବିଭୁତିଭୂଷଣ ଜେନା ।

Zero Tolerance Day

୪ଟି ପ୍ରମୁଖ ବିଷୟ ଉପରେ ଆଲୋଚନା ହୋଇଛି। ସଡ଼କ ସୁରକ୍ଷା ଉପରେ ସଚେତନତା ସୃଷ୍ଟିକୁ ଗୁରୁତ୍ବ, ନିୟମ ଭଙ୍ଗକାରୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ, ନିୟମିତ ଚେକିଂ ସହ ଜୋରିମାନା ଆଦାୟ, ଏବଂ ରବିବାର ଓ ବୁଧବାର ଶୂନ୍ୟ ସହନଶୀଳତା ଦିବସ ନେଇ ନିଷ୍ପତ୍ତି ହୋଇଛି ।

ଏହି ବୈଠକରେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ଉନ୍ନୟନ କମିଶନର ଅନୁ ଗର୍ଗ, ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ, ପୋଲିସ ଡିଜି ୱାଇ ବି ଖୁରାନିଆ, ପରିବହନ ବିଭାଗ ସଚିବ ଉଷା ପାଢ଼ୀ, ଓଏସ୍‌ଆରଟିସି ସିଏମଡି ଦିପ୍ତେଶ ପଟ୍ଟନାୟକ ପ୍ରମୁଖ ଯୋଗଦେଇଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+