ବିଜେଡି ସମସ୍ତ ଆସନରେ ଲଢ଼ିବ, ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ତିନି ଚତୁର୍ଥାଂଶ ସିଟ୍ ପାଇବୁ: ପ୍ରଣବ ପ୍ରକାଶ
ମନମୋହନଙ୍କ ପୋଷ୍ଟ ପରେ ବିଜେଡି ସଂଗଠନ ସଂପାଦକ ବବି ଦାସ ସୋସିଆଲ ମିଡିଆରେ ପୋଷ୍ଟ କରିଛନ୍ତି । ବିଜେଡି ସମସ୍ତ ଆସନରେ ଲଢ଼ିବ ବୋଲି ପୋଷ୍ଟ କରିଛନ୍ତି ପ୍ରଣବ ପ୍ରକାଶ । ଲୋକଙ୍କ ସମର୍ଥନରେ ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ତିନି ଚତୁର୍ଥାଂଶ ସିଟ୍ ପାଇବୁ ବୋଲି ସେ କହିଛନ୍ତି।
ସେ ଆହୁରି ଲେଖୁଛନ୍ତି ଯେ, ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଆଶୀର୍ବାଦ ଓ ଓଡ଼ିଶାବାସୀଙ୍କ ଆସ୍ଥା ବଳରେ ବିଜେଡି ରାଜ୍ୟର ସେବା କରିବା ସହ ସବୁ କ୍ଷେତ୍ରରେ ବ୍ୟାପକ ରୂପାନ୍ତରଣ ଆଣିଛି।
ବିଜେଡି ସମସ୍ତ ୧୪୭ଟି ବିଧାନସଭା ନିର୍ବାଚନ ମଣ୍ଡଳୀ ଓ ସମସ୍ତ ୨୧ଟି ଲୋକସଭା ନିର୍ବାଚନ ମଣ୍ଡଳୀରେ ପ୍ରତିଦ୍ୱନ୍ଦିତା କରିବା ସହିତ ଓଡ଼ିଶାବାସୀଙ୍କ ସମର୍ଥନ ଏବଂ ଶ୍ରୀ ନବୀନ ପଟ୍ଟନାୟକଙ୍କ ନେୃତ୍ୱତ୍ୱରେ ତିନି ଚତୁର୍ଥାଂଶରୁ ଅଧିକ ଆସନରେ ବିଜୟୀ ହେବ।
ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଆଶୀର୍ବାଦ ଓ ଓଡ଼ିଶାବାସୀଙ୍କ ଆସ୍ଥା ବଳରେ ବିଜେଡି ରାଜ୍ୟର ସେବା କରିବା ସହ ସବୁ କ୍ଷେତ୍ରରେ ବ୍ୟାପକ ରୂପାନ୍ତରଣ ଆଣିଛି।
ବିଜେଡି ସମସ୍ତ ୧୪୭ଟି ବିଧାନସଭା ନିର୍ବାଚନ ମଣ୍ଡଳୀ ଓ ସମସ୍ତ ୨୧ଟି ଲୋକସଭା ନିର୍ବାଚନ ମଣ୍ଡଳୀରେ ପ୍ରତିଦ୍ୱନ୍ଦିତା କରିବା ସହିତ ଓଡ଼ିଶାବାସୀଙ୍କ ସମର୍ଥନ ଏବଂ ଶ୍ରୀ ନବୀନ…
— Pranab Prakash Das (@pranabpdas) March 22, 2024
ରାଷ୍ଟ୍ର ଗଠନ ପାଇଁ ସହକାରୀ ସଂଘବାଦ (Cooperative Federalism) ଓ ରାଷ୍ଟ୍ରନୀତିଜ୍ଞତା (Statesmanship) ମନୋଭାବ ସହିତ ଓଡ଼ିଶାବାସୀଙ୍କୁ ସବୁବେଳେ ଆଗଧାଡ଼ିରେ ରଖି ସେମାନଙ୍କ କଲ୍ୟାଣ ପାଇଁ ବିଜେଡି ନିଷ୍ପତ୍ତି ନେବ।
ନୂତନ ଓ ସଶକ୍ତ ଓଡ଼ିଶା ଆମର ଲକ୍ଷ୍ୟ ହେବ ଏବଂ ଆମର ଲୋକପ୍ରିୟ ନେତା ଶ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ଆମେ ଏହାକୁ ହାସଲ କରିବା ଦିଗରେ ଆଗେଇ ଚାଲିଛୁ।

ଗତ ୧୦ ବର୍ଷ ଧରି ଶ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ବରେ ଓଡ଼ିଶାର ବିଜୁ ଜନତା ଦଳ (ବିଜେଡି) ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ସରକାରଙ୍କୁ ରାଷ୍ଟ୍ରୀୟ ମହତ୍ତ୍ବ ଥିବା ଅନେକ ପ୍ରସଙ୍ଗରେ ସମର୍ଥନ କରିଆସୁଛି । ଏଥିପାଇଁ ଆମେ ତାଙ୍କୁ ଧନ୍ୟବାଦ ଜଣାଉଛୁ ।
ସମଗ୍ର ଦେଶରେ ଯେଉଁସବୁ ରାଜ୍ୟରେ ଡବଲ ଇଞ୍ଜିନ ସରକାର ରହିଛି…
— Manmohan Samal (Modi Ka Parivar) (@SamalManmohan7) March 22, 2024
ସମଗ୍ର ଦେଶରେ ଯେଉଁସବୁ ରାଜ୍ୟରେ ଡବଲ ଇଞ୍ଜିନ ସରକାର ରହିଛି ସେଠାରେ ବିକାଶ ଓ ଗରିବ କଲ୍ୟାଣର କାର୍ଯ୍ୟସବୁ ତ୍ବରାନ୍ବିତ ହୋଇଛି ଏବଂ ସବୁ କ୍ଷେତ୍ରରେ ସଂପୃକ୍ତ ରାଜ୍ୟମାନେ ମଧ୍ୟ ଅଗ୍ରଗତି ହାସଲ କରୁଛନ୍ତି ବୋଲି ଆମେ ଅନୁଭବ କରୁଅଛୁ ।
କିନ୍ତୁ ଆଜି ଓଡ଼ିଶାରେ ମୋଦୀ ସରକାରଙ୍କ ଅନେକ କଲ୍ୟାଣକାରୀ ଯୋଜନା ତୃଣମୂଳ ସ୍ତରକୁ ପହଞ୍ଚି ପାରୁନାହିଁ, ଯେଉଁ କାରଣରୁ ଓଡିଶାର ଗରିବ ଭଉଣୀ ଓ ଭାଇମାନେ ଏସବୁର ସୁଫଳ ପାଇପାରୁନାହାଁନ୍ତି । ଓଡ଼ିଆ-ଅସ୍ମିତା, ଓଡ଼ିଶାର ଗୌରବ ଏବଂ ଓଡ଼ିଶାବାସୀଙ୍କ ସ୍ବାର୍ଥ ସହ ଜଡ଼ିତ ଅନେକ ପ୍ରସଙ୍ଗରେ ଆମେ ରାଜ୍ୟ ସରକାରଙ୍କ ସହ ସହମତ ହୋଇପାରୁନାହୁଁ ।
ସାଢ଼େ ଚାରି କୋଟି ଓଡ଼ିଆଙ୍କ ଆଶା, ଅଭିଳାଷ ଓ ଆକାଂକ୍ଷାକୁ ପୂରଣ କରିବା ପାଇଁ ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଦୂରଦର୍ଶୀ ନେତୃତ୍ବରେ ଏକ ବିକଶିତ ଭାରତ ତଥା ବିକଶିତ ଓଡ଼ିଶା ଗଠନ ନିମନ୍ତେ ଭାରତୀୟ ଜନତା ପାର୍ଟି (ବିଜେପି) ଏଥର ସମସ୍ତ ୨୧ ଲୋକସଭା ଓ ୧୪୭ ବିଧାନସଭା ଆସନରେ ଏକାକୀ ଲଢ଼ିବ ।
ତେବେ ଏହା ଶ ଚଳିତ ବର୍ଷ ହେବାକୁ ଥିବା ଲୋକସଭା ଓ ବିଧାନସଭା ନିର୍ବାଚନ ପୂର୍ବରୁ ରାଜ୍ୟରେ ଲାଗି ରହିଥିବା ମେଣ୍ଟ ଚର୍ଚ୍ଚାର ଅବସାନ ଘଟିଛି । ବିଜିପି-ବିଜେଡ଼ି ମଧ୍ୟରେ ମେଣ୍ଟ ହେବା ନେଇ ଚର୍ଚ୍ଚା ଶେଷ ହୋଇଛି । ବିଜେପି ଏକାକୀ ଲଢିବ ବୋଲି ସ୍ପଷ୍ଟ ହୋଇଛି ।












Click it and Unblock the Notifications