ଓଡ଼ିଶା ପ୍ରଦେଶ କମିଟିକୁ ଭଙ୍ଗ କଲା AICC; ପଟ୍ଟାଙ୍ଗି ବିଧାୟକ ରାମଚନ୍ଦ୍ର କାଡ଼ାମଙ୍କ ବିଧାୟକ ଦଳ ନେତା

ରାଜ୍ୟରେ ବିଧାନସଭା ଏବଂ ଲୋକ ସଭା ନିର୍ବାଚନରେ ନୈରାଶ୍ୟଜନକ ପ୍ରଦର୍ଶନ ପାଇଁ ଓଡ଼ିଶା ପ୍ରଦେଶର ସମସ୍ତ କମିଟି ଭଙ୍ଗ କରିଛି ଭାରତୀୟ ଜାତୀୟ କଂଗ୍ରେସ(ଏଆଇସିସି) । ପିସିସି ସମେତ କାର୍ଯ୍ୟକାରୀ କମିଟି, ଜିଲା, ବ୍ଲକ୍‌ ଓ ମଣ୍ଡଳସ୍ତରୀୟ କମିଟି ମଧ୍ୟ ଭାଙ୍ଗିଛି କଂଗ୍ରେସ ।

ଏବେ ଚର୍ଚ୍ଚା, କିଏ ହେବେ ଓଡ଼ିଶାର ନୂଆ ପିସିସି ସଭାପତି । ଶରତ ପଟ୍ଟନାୟକଙ୍କ ସ୍ଥାନ ନେବେ କିଏ ? ରେସରେ ରହିଛନ୍ତି ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ବରିଷ୍ଠ ନେତା ଭକ୍ତ ଚରଣ ଦାସ, ମହମ୍ମଦ ମୋକିମ ।ସେହିପରି ପୂର୍ବତନ ପିସିସି ସଭାପତି ଜୟଦେବ ଜେନାଙ୍କ ନାଁକୁ ବି ନେଇ ଚର୍ଚ୍ଚା ହେଉଛି । ଚଳିତ ନିର୍ବାଚନରେ କଂଗ୍ରେସ ବିଧାୟକଙ୍କ ସଂଖ୍ୟା ୯ରୁ ୧୪କୁ ବୃଦ୍ଧି ପାଇଛି । ଆଗକୁ ରାଜ୍ୟରେ ସଂଗଠନକୁ ଅଧିକ ମଜଭୁତ କରିବାକୁ ଲକ୍ଷ୍ୟ ରଖିଛି କଂଗ୍ରେସ

ବର୍ତ୍ତମାନର ଜିଲା ସଭାପତିଙ୍କୁ କାମଚଳା ସଭାପତି ଦାୟିତ୍ୱ ଦିଆଯାଇଛି । ଏଥିସହିତ ଓଡ଼ିଶା ବିଧାନସଭା ନିର୍ବାଚନ ଫଳ ପ୍ରକାଶ ପାଇବାର ଦେଢ଼ ମାସ ପରେ ବିଧାନସଭାରେ ବିଧାୟକ ଦଳ ନେତା ଚୟନ କରିଛି କଂଗ୍ରେସ ।

POttangi MLA Ramachandra Kadam

ପଟ୍ଟାଙ୍ଗି ବିଧାୟକ ରାମଚନ୍ଦ୍ର କାଡ଼ାମଙ୍କୁ ବିଧାୟକ ଦଳ ନେତା ନିର୍ବାଚିତ କରିଛି । ଅଶୋକ ଦାସଙ୍କୁ ବିଧାୟକ ଦଳର ଉପନେତା ନିର୍ବାଚିତ କରାଯାଇଛି। ସେହିପରି ଡାକ୍ତର ସିଏସ ରାଯେନ ଏକ୍କାଙ୍କୁ ଦଳର ମୁଖ୍ୟ ସଚେତକ ନିଯୁକ୍ତ କରାଯାଇଛି। ଏକ୍କା ଜଣେ ଅବସରପ୍ରାପ୍ତ ଲେଟନାଣ୍ଟ କଲୋନେଲା।

ସେପଟେ ରବିବାର ବିଧାନସଭାର ବଜେଟ ଅଧିବେଶନକୁ ନେଇ ବାଚସ୍ପତି ସୁରମା ପାଢୀଙ୍କ ଅଧ୍ୟକ୍ଷତାରେ ସର୍ବଦଳୀୟ ବୈଠକ ବସିଥିଲା ବେଳେ ଏଥିରେ କଂଗ୍ରେସ ଯୋଗ ଦେଇନାହିଁ। କଂଗ୍ରେସ ବିଧାୟକ ଦଳ ନେତା ଘୋଷଣା ହୋଇ ନ ଥିବା ବେଳେ ଦଳ ପକ୍ଷରୁ ସର୍ବଦଳୀୟ ବୈଠକରେ କେହି ଯୋଗ ଦେଇ ନ ଥିବା ଦେଖିବାକୁ ମିଳିଥିଲା।

ତେବେ ଏନେଇ ଫୋନ ଜରିଆରେ ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ସହ କଥା ହୋଇଥିବା ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗ କହିଛନ୍ତି । ସେହିପରି ବାମପନ୍ଥୀ ବିଧାୟକ ଲକ୍ଷ୍ମଣ ମୁଣ୍ଡା ମଧ୍ୟ ଏହି ବୈଠକରେ ସାମିଲ ହୋଇ ନ ଥିଲେ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+