ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିବ ସର୍ବଦଳୀୟ ବୈଠକ, ମଣ୍ଡିରୁ ଉଠିବ ଧାନ ; ପ୍ରତିଶୃତି ଦେଲେ ମୁଖ୍ୟମନ୍ତ୍ରୀ
ନବୀନ ନିବାସ ଆଗରେ ଧାରଣାରେ ବସିଥିବା ବିଜେପି ବିଧାୟକଙ୍କ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।
ଭୁବନେଶ୍ୱର : ନବୀନ ନିବାସ ଆଗରେ ଧାରଣାରେ ବସିଥିବା ବିଜେପି ବିଧାୟକଙ୍କ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବାଚସ୍ପତିଙ୍କ ସହ ଆଲୋଚନା କରି ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ସର୍ବଦଳୀୟ ବୈଠକ ବସିବା ସହ ଗୃହକୁ ସ୍ୱାଭାବିକ ଅବସ୍ଥାକୁ ଫେରାଇ ଆଣିବା ପାଇଁ ପ୍ରତିଶୃତି ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଏଥି ସହିତ ମଣ୍ଡିରୁ ଧାନ ଉଠାଇବା ନେଇ ପଦକ୍ଷେପ ନିଆଯିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରତିଶୃତି ଦେଇଥିବା ନେଇ କହିଛନ୍ତି ବିରୋଧୀ ଦଳ ନେତା ପ୍ରଦୀପ୍ତ ନାଏକ ।

ଏଥିସହିତ ବିଜେପି ବିଧାୟକ ବିଷ୍ଣୁ ସେଠୀ କହିଛନ୍ତି, ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ସର୍ବଦଳୀୟ ବୈଠକ ହେବା ସହ ଧାନ କିଣା ପ୍ରସଙ୍ଗ ଆଲୋଚନା ହେବା ପରେ ଗୃହ ସ୍ୱାଭାବିକ ହୋବ ବୋଲି ଆଶା କରୁଛୁ ।
ଅପରପକ୍ଷରେ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା ସଫଳ ହୋଇଛି ବୋଲି ଦାବି କରିଛି ବିଜେଡ଼ି । ବେଜେଡ଼ି ବିଧାୟକ ତଥା ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାସ କହିଛନ୍ତି, ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା ସଫଳ ହୋଇଛି । ସମସ୍ତ ଦଳର ନେତାଙ୍କ ସହ ଆଲୋଚନା କରିବା ସହ ଗୃହ ସ୍ୱାଭାବିକ କରିବା ନେଇ ମୁଖ୍ୟମନ୍ତ୍ରୀ ଆଶ୍ୱାସନା ଦେଇଛନ୍ତି ।

ସୂଚନାଯୋଗ୍ୟ, ତିନି ଦିନ ଧରି ଗୃହରେ ଅଚଳାବସ୍ଥା ଜାରି ରହିଥିବାରୁ ଏଥିରେ ହସ୍ତକ୍ଷେପ କରିବା ଦାବି କରି ବିଜେପି ବିଧାୟକ ମାନେ ନବୀନ ନିବାସ ସାମ୍ନାରେ ଧାରଣାରେ ବସିଥିଲେ । ଧାରଣାରେ ବସିଥିବା ବିଜେପି ବିଧାୟକଙ୍କୁ ଆଲୋଚନା ପାଇଁ ନବୀନ ପଟ୍ଟନାୟକ ବାହାରକୁ ଆସି ଆଲୋଚନା ପାଇଁ ଭିତରକୁ ଡାକିଥିଲେ ।
-
ଇରାନ ଜାହାଜକୁ ନେଇ ମୁହଁ ଖୋଲିଲେ ଜୟଶଙ୍କର ‘ଆମେ ଯାହା କରିଛୁ ଠିକ୍ କରିଛୁ’, -
ବିଶ୍ୱକପରେ ହେବ ଟଙ୍କା ବର୍ଷା, ଜାଣନ୍ତୁ କେଉଁ ଦଳ ପାଇବେ କେତେ… -
ଉପ ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା;କାଲି ମିଳିବ ସୁଭଦ୍ରା ଚତୁର୍ଥ କିସ୍ତି ଟଙ୍କା -
ରବିବାର ମହାମୁକାବିଲା; ଟିମ୍ ଇଣ୍ଡିଆର ପ୍ଲେଇଂ ଇଲେଭେନରେ ହେବ ବଡ଼ ପରିବର୍ତ୍ତନ! -
ମମତା ବାନାର୍ଜୀଙ୍କ ଉପରେ ଅସନ୍ତୋଷ ପ୍ରକାଶ କଲେ ରାଷ୍ଟ୍ରପତି, କହିଲେ..... -
ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ଆନ୍ନା ହଜାରେ, ଜାଣନ୍ତୁ କେଉଁ କାରଣ ପାଇଁ ଲେଖିଲେ ପତ୍ର? -
ରାଷ୍ଟ୍ରପତିଙ୍କୁ TMC ସରକାର ଅପମାନ କରିବା ଲଜ୍ଜାଜନକ ;ମୋଦି -
ସୋମବାର ଶ୍ରୀମନ୍ଦିରରେ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ -
ଓଜନ ହ୍ରାସ ପାଇଁ କେଉଁ ପନିପରିବା ଖାଇବା ଉଚିତ ? -
ସୁଭଦ୍ରା ଯୋଜନା ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ଚତୁର୍ଥ କିସ୍ତି ଟଙ୍କା, ପଠାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ -
ନବୋଦୟ ବିଦ୍ୟାଳୟର ୩ ଦଶମ ଛାତ୍ର ପାଣିରେ ବୁଡି ମୃତ -
ପଡୋଶୀ ଦେଶଗୁଡିକୁ କ୍ଷମା ମାଗିଲେ ଇରାନ ରାଷ୍ଟ୍ରପତି, ଜାଣନ୍ତୁ ଯୁଦ୍ଧ ଭିତରେ ଏମିତି କାହିଁକି କଲା .....












Click it and Unblock the Notifications