ବିଧାୟକଙ୍କ ଇସ୍ତଫା ମଧ୍ୟରେ ୟୁପି ନିର୍ବାଚନ ପାଇଁ 172 ଜଣ ପ୍ରାର୍ଥୀଙ୍କ ତାଲିକା ଚୂଡାନ୍ତ କରିଛି ବିଜେପି
ଉତ୍ତର ପ୍ରଦେଶରେ ଯୋଗୀ ଆଦିତ୍ୟନାଥ ସରକାରରେ ମନ୍ତ୍ରୀ ଓ ବିଧାୟକଙ୍କ ଇସ୍ତଫା ମଧ୍ୟରେ ଭାରତୀୟ ଜନତା ପାର୍ଟି ଗୁରୁବାର ଦିନ ବିଧାନସଭା ନିର୍ବାଚନ ପାଇଁ 172 ଜଣ ପ୍ରାର୍ଥୀଙ୍କ ନାମ ଚୂଡାନ୍ତ କରିଛି ।
ଲକ୍ଷ୍ନୌ : ଉତ୍ତର ପ୍ରଦେଶରେ ଯୋଗୀ ଆଦିତ୍ୟନାଥ ସରକାରରେ ମନ୍ତ୍ରୀ ଓ ବିଧାୟକଙ୍କ ଇସ୍ତଫା ମଧ୍ୟରେ ଭାରତୀୟ ଜନତା ପାର୍ଟି ଗୁରୁବାର ଦିନ ବିଧାନସଭା ନିର୍ବାଚନ ପାଇଁ 172 ଜଣ ପ୍ରାର୍ଥୀଙ୍କ ନାମ ଚୂଡାନ୍ତ କରିଛି । ଏଥିସହ ଉଭୟ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏବଂ ଡେପୁଟି ସିଏମ କେଶବ ପ୍ରସାଦ ମୌର୍ଯ୍ୟ ବିଧାନସଭା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବେ ବୋଲି ସୂତ୍ରରୁ ପ୍ରକାଶ । ସୂଚନାଯୋଗ୍ୟ ଯେ ନିକଟରେ ଏକ ଖବର ଆସିଥିଲା ଯେ ବିଜେପି ଯୋଗୀ ଆଦିତ୍ୟନାଥଙ୍କୁ ଅଯୋଧ୍ୟାରୁ ପ୍ରତିଦ୍ୱନ୍ଦିତା କରାଇପାରେ । ଯଦିଓ ପ୍ରାର୍ଥୀଙ୍କ ନାମ ଏପର୍ଯ୍ୟନ୍ତ ଆନୁଷ୍ଠାନିକ ଭାବେ ଘୋଷଣା କରାଯାଇ ନାହିଁ, କିନ୍ତୁ ଖୁବ୍ ଶୀଘ୍ର ପ୍ରାର୍ଥୀ ଘୋଷଣା କରାଯିବ ବୋଲି ଆଶା କରାଯାଉଛି ।

ବର୍ତ୍ତମାନ ଯେଉଁ ଆସନ ପାଇଁ ବିଜେପି ପ୍ରାର୍ଥୀ ତାଲିକା ଚୂଡ଼ାନ୍ତ କରିଛି ତାହା ହେଉଛି ପ୍ରଥମ ପର୍ଯ୍ୟାୟ ମତଦାନ ହେବାକୁ ଥିବା ଆସନ ପାଇଁ । ୟୁପିରେ ଫେବୃଆରୀ 10 ରେ ପ୍ରଥମ ପର୍ଯ୍ୟାୟର ଭୋଟ୍ ଗ୍ରହଣ ହେବ । ପିଟିଆଇର ଖବର ଅନୁଯାୟୀ, କେଶବ ପ୍ରସାଦ ମୌର୍ଯ୍ୟଙ୍କ ବ୍ୟତୀତ ଭାରତୀୟ ଜନତା ପାର୍ଟି ଅନ୍ୟ ଉପ ମୁଖ୍ୟମନ୍ତ୍ରୀ ଦୀନେଶ ଶର୍ମା ଏବଂ ରାଜ୍ୟ ବିଜେପି ଅଧ୍ୟକ୍ଷ ସ୍ୱତନ୍ତ୍ର ଦେବ ସିଂହ ଙ୍କୁ ମଧ୍ୟ ପ୍ରତିଦ୍ୱନ୍ଦ୍ୱିତା କରିବାକୁ ଚିନ୍ତା କରୁଛି । ସେଥିରେ କେଶବ ପ୍ରସାଦ ମୌର୍ଯ୍ୟଙ୍କୁ ସିରାଥୁ ଏବଂ ଲକ୍ଷ୍ନୌର ଯେକୌଣସି ବିଧାନସଭା ଆସନରୁ ଦୀନେଶ ଶର୍ମାଙ୍କୁ ଟିକେଟ୍ ମିଳିପାରେ ।
ଆପଣଙ୍କୁ କହି ରଖୁଛୁ ୟୁପି ବିଧାନସଭା ନିର୍ବାଚନ ପାଇଁ ବୁଧବାର ବିଳମ୍ବିତ ରାତି ପର୍ଯ୍ୟନ୍ତ ଦିଲ୍ଲୀରେ ବିଜେପିର କେନ୍ଦ୍ରୀୟ ନିର୍ବାଚନ କମିଟିର ଏକ ଦୀର୍ଘ ବୈଠକ ଅନୁଷ୍ଠିତ ହୋଇଥିଲା, ଯାହା ପରେ ଗୁରୁବାର ପ୍ରାର୍ଥୀ ତାଲିକା ଚୂଡାନ୍ତ ହୋଇଥିଲା । କୁହାଯାଉଛି ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଧ୍ୟ ଏହି ସମ୍ମିଳନୀରେ ଭିଡିଓ କନଫରେନ୍ସିଂ ଜରିଆରେ ଯୋଗ ଦେଇଥିଲେ । ଏହି ବୈଠକରେ କେନ୍ଦ୍ରୀୟ ନିର୍ବାଚନ କମିଟିର ସଦସ୍ୟମାନେ ୟୁପିରେ ପ୍ରାୟ 300 ଟି ଆସନ ପାଇଁ ପ୍ରାର୍ଥୀଙ୍କ ନାମ ଉପରେ ବିଚାର କରିଥିଲେ । ତେବେ ଏପର୍ଯ୍ୟନ୍ତ କେବଳ 172 ଜଣ ପ୍ରାର୍ଥୀଙ୍କ ନାମ ଉପରେ ଚୂଡ଼ାନ୍ତ ନିଷ୍ପତ୍ତି ନିଆଯାଇଛି ।
ବୈଠକ ପରେ ଗଣମାଧ୍ୟମ ସହ କଥାବାର୍ତ୍ତା କରି ୟୁପି ଡେପୁଟି ସିଏମ କେଶବ ପ୍ରସାଦ ମୌର୍ଯ୍ୟ ଦାବି କରିଛନ୍ତି ଯେ ଆସନ୍ତା ବିଧାନସଭା ନିର୍ବାଚନରେ ଭାରତୀୟ ଜନତା ଦଳ 2017 ଠାରୁ ମଧ୍ୟ ବଡ଼ ବିଜୟ ହାସଲ କରିବ । ଏଥି ସହିତ ଭିଡିଓ କନଫରେନ୍ସିଂ ଜରିଆରେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଏବଂ କେନ୍ଦ୍ର ମନ୍ତ୍ରୀ ନିତିନ ଗଡକରୀ ମଧ୍ୟ ଯୋଗ ଦେଇଥିଲେ ।
-
ବିମାନ ଯାତ୍ରା ଉପରେ ବି ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ, ଟିକେଟ ମୂଲ୍ୟ ବୃଦ୍ଧି କଲା ଏୟାର ଇଣ୍ଡିଆ -
T-20 ବିଶ୍ବକପ୍ ଚାମ୍ପିଅନ୍ ଟିମ୍କୁ ୧୩୧ କୋଟିର ପୁରସ୍କାର ରାଶି ଘୋଷଣା କଲା BCCI -
ଇରାନ ଉପରେ ଆକ୍ରମଣ ନେଇ ଟ୍ରମ୍ପଙ୍କ ବଡ ବୟାନ, ଇସ୍ରାଏଲ ସହ ମିଶି ୪୬ ଜାହାଜ.... -
କେନ୍ଦ୍ର ସରକାରଙ୍କୁ କଡ଼ା ନିର୍ଦ୍ଦେଶ, କୋଭିଡ ୧୯ ଭ୍ୟାକସିନ ଯୋଗୁଁ ଯେଉଁ ଜୀବନ ଯାଇଛି, ସେମାନଙ୍କୁ କ୍ଷତିପୂରଣ ମିଳୁ -
ଅନ୍ତର୍ଜାତୀୟ ମହିଳା ଦିବସରେ ଆର୍ଟସ୍ ଅଫ୍ ଉଇଭିଂର ପ୍ରଥମ ସ୍ଥାପନା ଦିବସ ପାଳିତ -
ସଚିନ ତେନ୍ଦୁଲକରଙ୍କୁ ପଛରେ ପକାଇଇଲେ ନୂଆ ରେକର୍ଡ କଲେ ଜସପ୍ରିତ ବୁମରାହ -
ବାଚସ୍ପତିଙ୍କ ବିପକ୍ଷରେ ବିରୋଧୀଙ୍କ ଅବିଶ୍ୱାସ ପ୍ରସ୍ତାବ ଖାରଜ -
ଓଡ଼ିଶାର ଏହି ୯ଟି ଷ୍ଟେସନ ଦେଇ ଚାଲିବ ଅମୃତ ଭାରତ ଟ୍ରେନ୍ -
ଗ୍ୟାସ ସଙ୍କଟକୁ ଏଡାଇବା ପାଇଁ କେନ୍ଦ୍ର ସରକାରଙ୍କ ବଡ ନିଷ୍ପତ୍ତି; ଲାଗୁ କଲେ ESMA ଆଇନ -
ମଧ୍ୟପ୍ରାଚ୍ୟରେ ଲକ୍ଷ ଲକ୍ଷ ଫସିଛନ୍ତି ଓଡ଼ିଆ, ଫେରାଇ ଆଣିବାର ଅନୁରୋଧ କଲେ ନବୀନ -
ମହାରାଷ୍ଟ୍ର ରାଜ୍ୟସଭା ନିର୍ବାଚନ; ୨୬ ନେତା ନିର୍ଦ୍ୱନ୍ଦ୍ୱରେ ବିଜୟୀ -
ଡାଇବେଟିସରେ ରୋଗୀ ଭାତ ଖାଇବା ଉଚିତ୍ ନା ନୁହେଁ, ଜାଣନ୍ତୁ ଏନେଇ....











Click it and Unblock the Notifications