କଟକ ଜେଏମଏଫସି ସ୍ୱତନ୍ତ୍ର କୋର୍ଟରେ ହାଜର ହେଲେନି ଅନୁଭବ ମହାନ୍ତି; ବ୍ୟକ୍ତିଗତ କାରଣ ଦର୍ଶାଇ ମାଗିଲେ ସମୟ
କଟକ ଜେଏମଏଫସି ସ୍ୱତନ୍ତ୍ର କୋର୍ଟରେ ହାଜର ହେଲେନି ସାଂସଦ ଅନୁଭବ ମହାନ୍ତି । ତେବେ ବ୍ୟକ୍ତିଗତ କାରଣ ଦର୍ଶାଇ ଓକିଲଙ୍କ ଜରିଆରେ କୋର୍ଟଙ୍କୁ ମାଗିଲେ ସମୟ ।
ତାଙ୍କ ଆବେଦନକୁ ବିଚାର କରି କୋର୍ଟ ଦେଲେ ସମୟ । ତେଣୁ ଆସନ୍ତା ସୋମବାର ଅନୁଭବ ଓ ତାଙ୍କ ସହଯୋଗୀ କୋଟୟରେ ହାଜର ହେବେ ବୋଲି ସୂଚନା ରହିଛି । ବର୍ଷାାଙ୍କ ଦ୍ୱାରା ଦାଏର ମାମଲାର ଉପରେୀ ଆଜି କୋର୍ଟ ଚାର୍ଜଫ୍ରେମ କରିବାର ଥିଲା ।
ଅନୁଭବଙ୍କ ପତ୍ନୀ ବର୍ଷା ପ୍ରିୟଦର୍ଶନୀଙ୍କ ପକ୍ଷରୁ କରାଯାଇଥିବା ଘରୋଇ ହିଂସା ମାମଲାର ଶୁଣାଣି କରି ଏଭଳି ନିର୍ଦ୍ଦେଶ ଦେଇଥିଲେ କଟକ ଜେଏମଏଫସି ସ୍ୱତନ୍ତ୍ର କୋର୍ଟ । ଅନୁଭବଙ୍କ ବିରୋଧରେ ଚାର୍ଜଫ୍ରେମ ଦାଖଲ ପାଇଁ ନିର୍ଦ୍ଦେଶ ଦେଇଥିଲେ କୋର୍ଟ ।

ଅନୁଭବଙ୍କ ବିରୋଧରେ କଟକ ପୁରୀଘାଟ ଥାନରେ ବର୍ଷା ଅଭିଯୋଗ କରିଥିଲେ । ଏହି ମାମଲା ଏବେ କୋର୍ଟରେ ବିଚାରଧୀନ ଅଛି । ଏହି ମାମଲାରେ ଅନୁଭବଙ୍କ ଡିସଚାର୍ଜ ଆବଦେନର ଗତକାଲି ଶୁଣାଣି ହୋଇଥିଲା । ମାମଲାର ଶୁଣାଣି କରି ଏଭଳି ନିର୍ଦ୍ଦେଶ ଦେଇଥିଲେ କୋର୍ଟ ।












Click it and Unblock the Notifications