Get Updates
Get notified of breaking news, exclusive insights, and must-see stories!

Bharat Jodo Nyay Yatra: ‘ରାଜ୍ୟରେ ଚାଲିଛି ପାର୍ଟନରସରିପ୍ ସରକାର', ରାଉରକେଲାରେ ରାଜ୍ୟ-କେନ୍ଦ୍ରକୁ ଟାର୍ଗେଟ୍ କଲେ ରାହୁଲ

କଂଗ୍ରେସର ଭାରତ ଯୋଡ଼ୋ ନ୍ୟାୟ ଯାତ୍ରା ବର୍ତ୍ତମାନ ରାଉରକେଲାରେ ପହଞ୍ଚିଛି । କଂଗ୍ରେସ ନେତା ରାହୁଲ ଗାନ୍ଧୀ ରାଜ୍ୟ ରାଜ୍ୟ ପଦଯାତ୍ରା କରିବା ସହ ଲୋକଙ୍କୁ ଭେଟୁଛନ୍ତି । ଏହି ସମୟଲେ ଭାରତ ଯୋଡ଼ୋ ନ୍ୟାୟ ଯାତ୍ରା ଓଡ଼ିଶାରେ ଦ୍ୱିତୀୟ ଦିନ ରେ ରାଉରକେଲାରେ ଜାରି ରହିଛି । ଏହି ସମୟରେ ରାହୁଲ ରାଉରକେଲାରେ ଜନସାଧାରଣଙ୍କୁ ସମ୍ବୋଧିତ କରିବା ବେଳେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଉପରେ ବର୍ଷିଛନ୍ତି ।

ପାନପୋଷ ଛକରେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କୁ ଟାର୍ଗେଟ୍ କରିଛନ୍ତି କଂଗ୍ରେସ ସାଂସଦ । ରାହୁଲ କହିଛନ୍ତି, ଓଡ଼ିଶାରେ ନବୀନ ପଟ୍ଟନାୟକ ଓ ନରେନ୍ଦ୍ର ମୋଦୀଙ୍କ ପାର୍ଟନରସିପରେ ସରକାର ଚାଲିଛି । ସଂସଦରେ ଏଭଳି ଦୃଶ୍ୟ ଦେଖିଥିବା କହିଛନ୍ତି ରାହୁଲ ଗାନ୍ଧୀ ।

Bharat jodo nyay yatra

ଆଜି ଭାରତ ଯୋଡ଼ୋ ନ୍ୟାୟ ଯାତ୍ରାର ଆରମ୍ଭରୁ ବେଦବ୍ୟାସ ମନ୍ଦିରରେ ପୂଜାର୍ଚ୍ଚନା କରିଥିଲେ ରାହୁଲ । ଏହା ପରେ ରାଉରକେଲା ଉଦିତନଗର ଏସପି ଅଫିସ୍ ସମ୍ମୁଖରୁ ପଦଯାତ୍ରା ଆରମ୍ଭ କରି ପାନପୋଷ ଛକରେ ପହଂଚିଥିଲେ । ସେଠାରେ ରାହୁଲ ଗାନ୍ଧୀ ଉପସ୍ଥିତ ଜନସଧାରଣଙ୍କୁ ସମ୍ବୋଧିତ କରିବା ସମୟରେ ଲୋକଙ୍କ କଥା ଶୁଣିବା ସହ କେନ୍ଦ୍ର-ରାଜ୍ୟ ସରାକରଙ୍କୁ ଟାର୍ଗେଟ୍ କରିଥିଲେ ।

ରାହୁଲ କହିଛନ୍ତି, ପ୍ରଧାନମନ୍ତ୍ରୀ କହିଲେ ମୁଖ୍ୟମନ୍ତ୍ରୀ ସମର୍ଥନ କରୁଛନ୍ତି । ଓଡ଼ିଶାରେ ବହୁ ଶିଳ୍ପ ପ୍ରତିଷ୍ଠାନ ବନ୍ଦ ରହିଥିବା ବେଳେ ବେରୋଜଗାରୀ ବୃଦ୍ଧି ପାଇଛି । ରାଜ୍ୟର 30 ଲକ୍ଷ ଲୋକ ଦାଦନ ଖଟିବା ପାଇଁ ରାଜ୍ୟ ବାହାରକୁ ଯାଉଛନ୍ତି । 30 ଜଣ ଉଦ୍ୟୋଗପତି ଆସି ଓଡ଼ିଶାକୁ ଲୁଟିବାକୁ ବସିଛନ୍ତି । ଗରିବ, ଆଦିବାସୀ, ଦଳିତ ଓ ପଛୁଆବର୍ଗ ଅବହେଳିତ ହୋଇ ରହିଥିବା ଅଭିଯୋଗ ଆଣିଛନ୍ତି ରାହୁଲ । ଅନ୍ୟପଟେ କଂଗ୍ରେସ ଲୋକଙ୍କ ପାଇଁ ଲଢେଇ ଜାରି ରଖିଛି ।

ପାନପୋଷ ପରେ ରାହୁଲ ରାଜଗାଙ୍ଗପୁରର ରାଣୀବନ୍ଧ ନିକଟ ବିର୍ସାମୁଣ୍ଡା ପଡିଆରେ ମଧ୍ୟାହ୍ନଭୋଜନ କରିବାର କାର୍ଯ୍ୟକ୍ରମ ରହିଛି । ପରେ ରାଣୀବନ୍ଧଠାରୁ ଯାତ୍ରା ଆରମ୍ଭ କରି କୁତ୍ରାରେ ସନସାଧାରଣଙ୍କୁ ଉଦବୋଧନ ଦେବେ । ବଡ଼ଗାଁଠାରେ ମଧ୍ୟ ଜନସାଧାରଣକୁ ଉଦବୋଧନ ଦେବେ ରାହୁଲ ଗାନ୍ଧୀ । ବଡ଼ଗାଁରୁ ବାହାରି ସୁନ୍ଦରଗଡ଼ ବସଷ୍ଟାଣ୍ଡ ଛକରେ ଅପରାହ୍ନ ସାଢେ 4ଟାରେ ପହଞ୍ଚି ପଦଯାତ୍ରା କରିବେ । ଏହି ପଦଯାତ୍ରା ଷ୍ଟାଡିୟମ୍ ଛକ ଓ ସୁନ୍ଦରଗଡ଼ ଏସବିଆଇ ଛକ ହୋଇଯିବ । ସେଠାରୁ ଝାରସୁଗୁଡ଼ା ଅଭିମୁଖେ ଯାଇ ଅମଲିପାଲିଠାରେ ରାହୁଲ ରାତ୍ରିଯାପନ କରିବେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+