ବିଜେଡିରେ ଯୋଗଦେଲେ ଭୃଗୁ ବକ୍ସିପାତ୍ର; ବ୍ରହ୍ମପୁରରୁ ଲୋକସଭା ପ୍ରାର୍ଥୀ ହେବା ନେଇ ଚର୍ଚ୍ଚା

ବିଜେଡିରେ ଯୋଗଦେଲେ ଭୃଗୁ ବକ୍ସିପାତ୍ର । ଶଙ୍ଖ ଭବନ ଆସି ଆନୁଷ୍ଠାନିକ ଭାବେ ସାମିଲ ହେଲେ ଭୃଗୁ। ଆଜି ସକାଳେ ବିଜେପିରୁ ଇସ୍ତଫା ଦେଇଥିଲେ ଭୃଗୁ ।

ରାଜ୍ୟ ସଭାପତି ମନମୋହନ ସାମଲଙ୍କ ନିକଟରୁ ସେ ନିଜ ଇସ୍ତଫା ପତ୍ର ଫଠାଇ ଦେଇଛନ୍ତି। ସେ ୨୦୧୯ରେ ବହ୍ମପୁର ଲୋକ ସଭା ଆସନରୁ ପ୍ରତିଦ୍ୱନ୍ଦିତା କରିଥିଲେ । ଏହି ଇସ୍ତଫା ପତ୍ର ସେ ଲେଖିଛନ୍ତି କି ୨୩ ବର୍ଷ ଧରି ଜଣେ ସଭ୍ୟ ଭାବେ ରାଜ୍ୟରେ ପାର୍ଟିର ଉନ୍ନତି ପାଇଁ ସମସ୍ତ ପ୍ରୟାସ କରିଛି । ପାର୍ଟି ଦେଇଥିବା ସମସ୍ତ ଦାୟିତ୍ୱ ନିଷ୍ଠା, ପରିଶ୍ରମ ଏବଂ ସ୍ଥିରତା ସହିତ ତୁଲାଇଛି । ତେବେ ବିଭିନ୍ନ ସାଙ୍ଗଠନିକ ଓ ରାଜନୈତିକ କାର୍ଯ୍ୟ ବୃଦ୍ଧି କରିପାରେ ପାର୍ଟି ମୋ ଉପରେ ଆସ୍ଥା ରଖିଥିବାରୁ ମୁଁ କୃତଜ୍ଞ । କିନ୍ତୁ ଗତ କିଛି ଦିନ ହେଲା ଦଳରେ ମୋର କିମ୍ବା ମୋ ସେବାର ଆବଶ୍ୟକତା ଆଉ ନାହିଁ ବୋଲି ଉପଲବ୍ଧ କଲି ।

Bhrugu Baxipatra

ତେଣୁ ଆଗକୁ ବଢିବା ପାଇଁ ସ୍ଥିର କଲି । ଲୋକଙ୍କ ସେବା ଓ ଓଡିଶାର ବିକାଶରେ ନିଜର କାର୍ଯ୍ୟକୁ ବଜାୟ ରଖିବି ବୋଲି ସେ ନିଜ ଇସ୍ତଫା ପତ୍ରରେ ଉଲ୍ଲେଖ କରିଛନ୍ତି । ତେବେ ଖୁବଶୀଘ୍ର ଭୃଗୁ ବକ୍ସିପାତ୍ର ବିଜେଡିରେ ସାମିଲ ହେବେ ବୋଲି ଚର୍ଚ୍ଚା ହେଉଛି । ତେବେ ତାଙ୍କର ଆଗାମୀ କାର୍ଯ୍ୟପନ୍ଥା କଣ ହେବ ତାହା ଦେଖିବାକୁ ବାକି ରହିଲା ।

ସେହିପରି ଆଜି ବିଜେଡ଼ିରେ ସାମିଲ ହୋଇଛନ୍ତି ସାଲେପୁର ପୂର୍ବତନ ବିଧାୟକ ପ୍ରକାଶ ବେହେରା । ବିଜେପିରୁ ଇସ୍ତଫା ଦେବା ପରେ ସେ ଆଜି ଶଙ୍ଖ ଭବନରେ ବିଜେଡିରେ ସାମିଲ ହୋଇଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+