ଦ୍ୱିତୀୟ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଭୁପେନ୍ଦ୍ର ପଟେଲ
ଗୁଜୁରାଟର ମୁଖ୍ୟମନ୍ତ୍ରୀ ଭାବେ ଆଜି ଶପଥ ଗ୍ରହଣ କରିବେ ବିଜେପି ନେତା ଭୁପେନ୍ଦ୍ର ପଟେଲ । ଏ ନେଇ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି । ଏହି ଶପଥ ଗ୍ରହଣ ସମାରୋହରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, କେନ୍ଦ୍ର ଗୃହମନ୍ତ୍ରୀ ଅମିତ୍ ଶାହା ଉପସ୍ଥିତ ରହିବେ ।
ଗାନ୍ଧୀନଗର: ଗୁଜୁରାଟର ମୁଖ୍ୟମନ୍ତ୍ରୀ ଭାବେ ଆଜି ଶପଥ ଗ୍ରହଣ କରିବେ ବିଜେପି ନେତା ଭୁପେନ୍ଦ୍ର ପଟେଲ । ଏ ନେଇ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି । ଏହି ଶପଥ ଗ୍ରହଣ ସମାରୋହରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, କେନ୍ଦ୍ର ଗୃହମନ୍ତ୍ରୀ ଅମିତ୍ ଶାହା ଉପସ୍ଥିତ ରହିବେ । ଏହା ବ୍ୟତୀତ ବିଜେପି ଓ ଏହାର ସହଯୋଗୀ ଦଳ ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ଅନେକ କେନ୍ଦ୍ରମନ୍ତ୍ରୀ ଯୋଦ ଦେବେ ।

ଗୁଜୁରାଟ ନିର୍ବାଚନ ଜିତିବା ପରେ ନିର୍ବାଚିତ ବିଜେପି ବିଧାୟକ ଭୁପେନ୍ଦ୍ର ପଟେଲଙ୍କୁ ବିଧାୟକ ଦଳର ନେତା ଭାବେ ମନୋନୀତ କରିଥିଲେ । ଏହା ପରେ ଦଳ ପକ୍ଷରୁ ରାଜ୍ୟପାଳଙ୍କୁ ଭେଟି ସରକାର ଗଠନ କରିବା ଲାଗି ଦାବି କରିଥିଲେ । ଏହା ପରେ ଆଜି ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଭୁପେନ୍ଦ୍ର ପଟେଲ୍ । ପଟେଲ 18 ତମ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବା ସହ ଏହା ତାଙ୍କର ଦ୍ୱିତୀୟ ପାଳି ହେବ ।
ଶପଥ ଗ୍ରହଣ ଉତ୍ସବରେ ପ୍ରଧାନମନ୍ତ୍ରୀଙ୍କ ବ୍ୟତୀତ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ, ନିତିନ ଗଡ଼କରୀ ଏବଂ ଅନ୍ୟାନ୍ୟ କେନ୍ଦ୍ରମନ୍ତ୍ରୀମାନେ ଯୋଗ ଦେବେ । ଉତ୍ତର ପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ, ଆସମାର ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ବଶର୍ମା, ହରିୟାଣାର ମୁଖ୍ୟମନ୍ତ୍ରୀ ମନୋହର ଲାଲ୍ ଖଟ୍ଟାର, ମଧ୍ୟପ୍ରଦେଶର ମୁଖ୍ୟମନ୍ତ୍ରୀ ଶିବରାଜ ସିଂହ ଚୌହାନ, କର୍ଣ୍ଣାଟକର ମୁଖ୍ୟମନ୍ତ୍ରୀ ବସବରାଜ ବୋମ୍ମାଇ, ଉତ୍ତରାଖଣ୍ଡର ମୁଖ୍ୟମନ୍ତ୍ରୀ ପୁଷ୍କର ସିଂହ ଧାମି, ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଧେ ଏବଂ ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡ଼ନବିସ ମଧ୍ୟ ଉପସ୍ଥିତ ରହିବେ ।
-
ଆଉ ଆଲୋଚନା ନୁହେଁ, ଆମେ ପାକିସ୍ତାନଠାରୁ ପ୍ରତିଶୋଧ ନେବୁ... କାବୁଲରେ ଆକ୍ରମଣ ପରେ ତାଲିବାନ କଲା ଘୋଷଣା -
ମହାପ୍ରଭୁଙ୍କ ଦର୍ଶନ କଲେ ଦିଲୀପ ରାୟ: କହିଲେ… -
୨୧ ଯାଏଁ କୁଆପଥର ବର୍ଷା ସମ୍ଭାବନା, ଆଜି ପାଇଁ ଆଲର୍ଟ ଜାରି -
ଇରାନ-ଆମେରିକା ଯୁଦ୍ଧ, ଗିରଫ ହେଲେ ୧୯ ଭାରତୀୟ -
Rajya Sabha Election : ୪ ବିଜୟୀ ନେତାଙ୍କୁ ମିଳିଲା ସାର୍ଟିଫିକେଟ୍ -
ଗୁଜୁରାଟ ମୁନ୍ଦ୍ରା ବନ୍ଦରରେ ପହଞ୍ଚିଲା ଶିବାଲିକ୍ ଏଲ୍ପିଜି ଟ୍ୟାଙ୍କର -
ନିଲମ୍ବିତ ବିଧାୟକମାନଙ୍କୁ ବଡ଼ ଆହ୍ବାନ ଦେଲେ ମୋକିମ୍, କହିଲେ...... -
LPG ଗ୍ରାହକଙ୍କ ପାଇଁ ବଡ଼ ଖବର, ଶୀଘ୍ର କରନ୍ତୁ ଏହି କାମ -
ଭୁବନେଶ୍ବରରେ ପହଞ୍ଚିଲେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ -
ରାଜ୍ୟରେ ଆସନ୍ତା ୫ଦିନ ଧରି ଘଡ଼ଘଡ଼ି ଓ ବର୍ଷା ! -
Odisha Weather: ସତର୍କ କଲା ପାଣିପାଗ ବିଭାଗ, ଆହୁରି ୫ଦିନ ଘଡ଼ଘଡ଼ି ସହ ବର୍ଷା -
ଆଜିଠୁ ମାଟ୍ରିକ୍ ଖାତାଦେଖା, ମେରେ ରେଜଲ୍ଟ











Click it and Unblock the Notifications