For Quick Alerts
Turn On Notification  
For Daily Alerts
Oneindia App Download

ଦ୍ୱିତୀୟ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଭୁପେନ୍ଦ୍ର ପଟେଲ

ଗୁଜୁରାଟର ମୁଖ୍ୟମନ୍ତ୍ରୀ ଭାବେ ଆଜି ଶପଥ ଗ୍ରହଣ କରିବେ ବିଜେପି ନେତା ଭୁପେନ୍ଦ୍ର ପଟେଲ । ଏ ନେଇ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି । ଏହି ଶପଥ ଗ୍ରହଣ ସମାରୋହରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, କେନ୍ଦ୍ର ଗୃହମନ୍ତ୍ରୀ ଅମିତ୍ ଶାହା ଉପସ୍ଥିତ ରହିବେ ।

|

ଗାନ୍ଧୀନଗର: ଗୁଜୁରାଟର ମୁଖ୍ୟମନ୍ତ୍ରୀ ଭାବେ ଆଜି ଶପଥ ଗ୍ରହଣ କରିବେ ବିଜେପି ନେତା ଭୁପେନ୍ଦ୍ର ପଟେଲ । ଏ ନେଇ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି । ଏହି ଶପଥ ଗ୍ରହଣ ସମାରୋହରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, କେନ୍ଦ୍ର ଗୃହମନ୍ତ୍ରୀ ଅମିତ୍ ଶାହା ଉପସ୍ଥିତ ରହିବେ । ଏହା ବ୍ୟତୀତ ବିଜେପି ଓ ଏହାର ସହଯୋଗୀ ଦଳ ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ଅନେକ କେନ୍ଦ୍ରମନ୍ତ୍ରୀ ଯୋଦ ଦେବେ ।

bhupendra patel

ଗୁଜୁରାଟ ନିର୍ବାଚନ ଜିତିବା ପରେ ନିର୍ବାଚିତ ବିଜେପି ବିଧାୟକ ଭୁପେନ୍ଦ୍ର ପଟେଲଙ୍କୁ ବିଧାୟକ ଦଳର ନେତା ଭାବେ ମନୋନୀତ କରିଥିଲେ । ଏହା ପରେ ଦଳ ପକ୍ଷରୁ ରାଜ୍ୟପାଳଙ୍କୁ ଭେଟି ସରକାର ଗଠନ କରିବା ଲାଗି ଦାବି କରିଥିଲେ । ଏହା ପରେ ଆଜି ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଭୁପେନ୍ଦ୍ର ପଟେଲ୍ । ପଟେଲ 18 ତମ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବା ସହ ଏହା ତାଙ୍କର ଦ୍ୱିତୀୟ ପାଳି ହେବ ।

ଶପଥ ଗ୍ରହଣ ଉତ୍ସବରେ ପ୍ରଧାନମନ୍ତ୍ରୀଙ୍କ ବ୍ୟତୀତ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ, ନିତିନ ଗଡ଼କରୀ ଏବଂ ଅନ୍ୟାନ୍ୟ କେନ୍ଦ୍ରମନ୍ତ୍ରୀମାନେ ଯୋଗ ଦେବେ । ଉତ୍ତର ପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ, ଆସମାର ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ବଶର୍ମା, ହରିୟାଣାର ମୁଖ୍ୟମନ୍ତ୍ରୀ ମନୋହର ଲାଲ୍‌ ଖଟ୍ଟାର, ମଧ୍ୟପ୍ରଦେଶର ମୁଖ୍ୟମନ୍ତ୍ରୀ ଶିବରାଜ ସିଂହ ଚୌହାନ, କର୍ଣ୍ଣାଟକର ମୁଖ୍ୟମନ୍ତ୍ରୀ ବସବରାଜ ବୋମ୍ମାଇ, ଉତ୍ତରାଖଣ୍ଡର ମୁଖ୍ୟମନ୍ତ୍ରୀ ପୁଷ୍କର ସିଂହ ଧାମି, ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଧେ ଏବଂ ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡ଼ନବିସ ମଧ୍ୟ ଉପସ୍ଥିତ ରହିବେ ।

ଆମକୁ ଫୋଲୋ କରନ୍ତୁ
Instagram Youtube
English summary
Bhupendra Patel Will Take Oath As Chief Minister Of Gujarat
ସର୍ବଶେଷ ସମ୍ବାଦ ପ୍ରାପ୍ତ କରନ୍ତୁ
Enable
x
Notification Settings X
Time Settings
Done
Clear Notification X
Do you want to clear all the notifications from your inbox?
Settings X