ତ୍ରିପୁରା ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ବିପ୍ଲବ କୁମାର ଦେବ
ତ୍ରିପୁରା ମୁଖ୍ୟମନ୍ତ୍ରୀ ବିପ୍ଲବ କୁମାର ଦେବ ତାଙ୍କ ପଦରୁ ଇସ୍ତଫା ଦେଇଛନ୍ତି । ରାଜ୍ୟପାଳ ସତ୍ୟଦେବ ନାରାୟଣ ଆର୍ଯ୍ୟଙ୍କ ନିକଟରେ ବିପ୍ଳବ ନିଜର ଇସ୍ତଫା ପତ୍ର ପ୍ରଦାନ କରିଛନ୍ତି ।
ଅଗରତାଲା : ତ୍ରିପୁରା ମୁଖ୍ୟମନ୍ତ୍ରୀ ବିପ୍ଲବ କୁମାର ଦେବ ତାଙ୍କ ପଦରୁ ଇସ୍ତଫା ଦେଇଛନ୍ତି । ରାଜ୍ୟପାଳ ସତ୍ୟଦେବ ନାରାୟଣ ଆର୍ଯ୍ୟଙ୍କ ନିକଟରେ ବିପ୍ଳବ ନିଜର ଇସ୍ତଫା ପତ୍ର ପ୍ରଦାନ କରିଛନ୍ତି । ବିପ୍ଳବ କୁମାରଙ୍କ ଇସ୍ତଫା ପରେ ବର୍ତ୍ତମାନ ବିଜେପି ବିଧାନସଭା ଦଳର ନୂତନ ନେତା ନିର୍ବାଚିତ ହେବେ । ଆଜି ରାତି 8 ଟାରେ ବିଜେପି ବିଧାୟକ ଦଳ ବୈଠକ ଡକାଯାଇଛି । ବିଜେପି ପର୍ଯ୍ୟବେକ୍ଷକ ଭାବରେ ଭୁପେନ୍ଦ୍ର ଯାଦବ ଏବଂ ବିନୋଦ ତାୱଡେ ମଧ୍ୟ ଏହି ସଭାରେ ଯୋଗ ଦେବାକୁ ପହଞ୍ଚିଛନ୍ତି । ବୈଠକ ପରେ ତ୍ରିପୁରାର ନୂତନ ମୁଖ୍ୟମନ୍ତ୍ରୀଙ୍କ ନାମ ଘୋଷଣା କରାଯିବ ।

ବିପ୍ଲବ ଦେବ ଗୁରୁବାର ଦିନ ଦିଲ୍ଲୀରେ ପହଞ୍ଚି ଗୃହମନ୍ତ୍ରୀ ଅମିତ ଶାହା ଏବଂ ବିଜେପି ସଭାପତି ଜେପି ନଡ୍ଡାଙ୍କୁ ଭେଟିଥିଲେ ଏବଂ ଏହା ପରେ ସେ ଆଜି ଇସ୍ତଫା ଦେଇଛନ୍ତି । ପ୍ରାୟ ଚାରି ବର୍ଷ ଧରି ବିଜେପି ନେତା ବିପ୍ଲବ କୁମାର ଦେବ ତ୍ରିପୁରାର ମୁଖ୍ୟମନ୍ତ୍ରୀ ଥିଲେ । ତ୍ରିପୁରାରେ 2018 ବିଧାନସଭା ନିର୍ବାଚନରେ ବିଜେପି ବୃହତ ବିଜୟ ହାସଲ କରିଥିଲା, ଯାହା ପରେ ଦେବଙ୍କୁ ମୁଖ୍ୟମନ୍ତ୍ରୀ କରାଯାଇଥିଲା । ସିଏମ୍ ପଦବୀ ପାଇଁ ଉପମୁଖ୍ୟମନ୍ତ୍ରୀ ଜିଷ୍ଣୁ ଦେବ ବର୍ମାଙ୍କ ନାମରେ ଚର୍ଚ୍ଚା ହେଉଛି ।
ଇସ୍ତଫା ଦେବା ପରେ ଦେବ କହିଛନ୍ତି ମୁଁ ପ୍ରଧାନମନ୍ତ୍ରୀ ମୋଦୀ ଏବଂ ଗୃହମନ୍ତ୍ରୀ ଅମିତ ଶାହାଙ୍କ ସହ କଥା ହୋଇଛି । ହାଇ କମାଣ୍ଡର ନିର୍ଦ୍ଦେଶରେ ମୁଁ ଏହି ନିଷ୍ପତ୍ତି ନେଇଛି । ଜଣେ ବିଜେପି କର୍ମୀ ଭାବରେ ମୁଁ ଦଳ ସଂଗଠନକୁ ମଜବୁତ କରିବା ଜାରି ରଖିବି । ସୂଚନାଯୋଗ୍ୟ, ଆସନ୍ତା ବର୍ଷ ତ୍ରିପୁରାରେ 2023 ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ ।
-
ଭାରତରେ ବଢ଼ିଲା ପେଟ୍ରୋଲ ଦାମ୍, ଆଜିଠାରୁ ପ୍ରତି ଲିଟର ପିଛା... -
ଡାଲମାରୁ ବାହାରିଲା ସାପ, ଲୋକେ ଛାନିଆ, ସ୍ଵାସ୍ଥ୍ୟ ପରୀକ୍ଷା ପାଇଁ ୪୦ରୁ ଊର୍ଦ୍ଧ୍ବ ଲୋକଙ୍କ ଲମ୍ବା ଲାଇନ -
୨୪ ଘଣ୍ଟାରେ ବ୍ୟାକଫୁଟକୁ ଗଲେ ଟ୍ରମ୍ପ, ଏହି ଦେଶର ତୈଳ କିମ୍ବା ଗ୍ୟାସ ଉପରେ...... -
ଗ୍ରାହକଙ୍କ ପାଇଁ ଖୁସି ଖବର; ଏକାଥରକେ ଏତିକି ଟଙ୍କା କମିଲା ସୁନା ଦର -
ରିଲ୍ସ ନିଶା, ବୃଦ୍ଧ ବାପାଙ୍କୁ ବସ୍ତାରେ ବାନ୍ଧି କୋରିଅର୍ରେ ପାର୍ସଲ କଲା ଝିଅ -
ଭାରତ ପାକିସ୍ତାନ ମଧ୍ୟରେ ପରମାଣୁ ଯୁଦ୍ଧ ଆଶଙ୍କା ,' ପ୍ରକାଶ କଲା ଆମେରିକାର ଗୁଇନ୍ଦା ରିପୋର୍ଟ -
ଆସୁଛି କାଳବୈଶାଖୀ, ଝଡ଼ବର୍ଷା ପାଇଁ ୬ ଜିଲ୍ଲାକୁ ଅରେଞ୍ଜ ଓ୍ବାର୍ଣ୍ଣିଂ -
LPG ସଙ୍କଟକୁ ନେଇ ବଡ଼ କଥା କହିଲେ ସରକାର,‘ଡୋରଷ୍ଟେପ... -
କାରଣ ଦର୍ଶାଅ ନୋଟିସ୍ର ଉତ୍ତର ରଖିଲେ ବିଜେଡିର ୬ ବିଧାୟକ, କହିଲେ ନୋଟିସ୍ ପ୍ରତ୍ୟାହାର କରନ୍ତୁ, ନଚେତ୍... -
ମୁଁ ଆମ ଦଳର ସୁପ୍ରିମୋ ନବୀନ ବାବୁଙ୍କ ନିର୍ଦ୍ଦେଶରେ ଭୋଟ୍ ଦେଇଛି; ସୁବାସିନୀ ଜେନା -
ଭୁବନେଶ୍ୱର CRP ଛକ ନିକଟ ମାର୍କେଟ୍ କମ୍ପ୍ଲେକ୍ସରେ ଭୟଙ୍କର ଅଗ୍ନିକାଣ୍ଡ -
ଏମ୍ଏସ୍ ଧୋନିଙ୍କ ନାଁରେ ଥିବା କ୍ରିକେଟ ଷ୍ଟାଡିୟମ ସିଲ୍












Click it and Unblock the Notifications