ବିଜେଡିର ୨୫ ତମ ପ୍ରତିଷ୍ଠା ଦିବସ ପାଳିତ: ନେତା ଓ କର୍ମୀଙ୍କୁ ଶୁଭେଚ୍ଛା ଜାଣାଇଲେ ନବୀନ
ଆଜି (ରବିବାର) ବିଜୁ ଜନତା ଦଳ (ବିଜେଡି)ର ୨୫ ତମ ପ୍ରତିଷ୍ଠା ଦିବସ ପାଳିତ ହେଉଛି । ପ୍ରତିଷ୍ଠା ଦିବସରେ ଶୁଭେଚ୍ଛା ଜଣାଇଛନ୍ତି ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ । ଓଡ଼ିଶାବାସୀଙ୍କ ସହ ଦଳର ସମସ୍ତ ନେତା ଓ କର୍ମୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ନବୀନ ।
ଭୁବନେଶ୍ୱର: ଆଜି (ରବିବାର) ବିଜୁ ଜନତା ଦଳ (ବିଜେଡି)ର ୨୫ ତମ ପ୍ରତିଷ୍ଠା ଦିବସ ପାଳିତ ହେଉଛି । ପ୍ରତିଷ୍ଠା ଦିବସରେ ଶୁଭେଚ୍ଛା ଜଣାଇଛନ୍ତି ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ । ଓଡ଼ିଶାବାସୀଙ୍କ ସହ ଦଳର ସମସ୍ତ ନେତା ଓ କର୍ମୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ନବୀନ ।

ସେ କହିଛନ୍ତି, ଆପଣମାନଙ୍କ ନିରନ୍ତର ଭଲପାଇବା ଓ ଉତ୍ସର୍ଗୀକୃତ କାର୍ଯ୍ୟ ପାଇଁ ବିଜେଡି ଆଜି କୋଟି କୋଟି ଓଡ଼ିଆଙ୍କ ବଳ ସାଜିଛି । ଏହାକୁ ଅତୁଟ ରଖି ନୂଆ ଓଡ଼ିଶା ଓ ଶ୍ରେଷ୍ଠ ଓଡ଼ିଶା ଗଠନ ଦିଗରେ ଅଗ୍ରସର ହେବା ପାଇଁ ନବୀନ ଆହ୍ୱାନ ଦେଇଛନ୍ତି ।
ସୁବର୍ଣ୍ଣପୁର ଜିଲ୍ଲା ବିନିକା ସହର ଟାଉନହଲ ଠାରେ ବିଜେଡ଼ି ପକ୍ଷରୁ ନିର୍ବାଚନ ମଣ୍ଡଳୀ ସ୍ତରୀୟ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଓଡିଶା ସରକାରଙ୍କ ଯୋଜନା ସମନ୍ଵୟ ଓ ବାଣିଜ୍ୟ ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଅଭିଭାଷଣ ଦେଇଛନ୍ତି ।

ସେହିଭଳି ଭୁବନେଶ୍ୱର ସ୍ଥିତ ବିଜେଡି ମୁଖ୍ୟ କାର୍ଯ୍ୟାଳୟରେ ପ୍ରତିଷ୍ଠା ଦିବସ ପାଳନ ହୋଇଛି । ଏହି ଅବସରରେ ଦଳର ଛାମୁଆ ନେତା ସାମିଲ ହୋଇ ଗୁରୁମନ୍ତ୍ର ଦେଇଛନ୍ତି । ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ କହିଛନ୍ତି, ନବୀନ ପଟ୍ଟନାୟକ ଯାହା କୁହନ୍ତି ତାହା କାମରେ କରି ଦେଖାନ୍ତି । ଜୀବନ ଥିବା ଯାଏ ତାଙ୍କୁ କେହି କ୍ଷମତାଚ୍ୟୁତ କରିପାରିବେନି । ସଂସଦରେ ୩୩ ପ୍ରତିଶତ ମହିଳା ସଂରକ୍ଷଣ ବ୍ୟବସ୍ଥା ଘୋଷଣା କରିଛନ୍ତି ନବୀନ । ଆମେ ଭାବିନଥିବା କଥାକୁ ନବୀନ କରି ଦେଖାଇଛନ୍ତି । ବିଜେଡି ଏକ ଦଳ ନୁହେଁ ବରଂ ଏକ ଆନ୍ଦୋଳନ ।


-
ଡାଲମାରୁ ବାହାରିଲା ସାପ, ଲୋକେ ଛାନିଆ, ସ୍ଵାସ୍ଥ୍ୟ ପରୀକ୍ଷା ପାଇଁ ୪୦ରୁ ଊର୍ଦ୍ଧ୍ବ ଲୋକଙ୍କ ଲମ୍ବା ଲାଇନ -
୨୪ ଘଣ୍ଟାରେ ବ୍ୟାକଫୁଟକୁ ଗଲେ ଟ୍ରମ୍ପ, ଏହି ଦେଶର ତୈଳ କିମ୍ବା ଗ୍ୟାସ ଉପରେ...... -
ଗ୍ରାହକଙ୍କ ପାଇଁ ଖୁସି ଖବର; ଏକାଥରକେ ଏତିକି ଟଙ୍କା କମିଲା ସୁନା ଦର -
ରିଲ୍ସ ନିଶା, ବୃଦ୍ଧ ବାପାଙ୍କୁ ବସ୍ତାରେ ବାନ୍ଧି କୋରିଅର୍ରେ ପାର୍ସଲ କଲା ଝିଅ -
ଭାରତ ପାକିସ୍ତାନ ମଧ୍ୟରେ ପରମାଣୁ ଯୁଦ୍ଧ ଆଶଙ୍କା ,' ପ୍ରକାଶ କଲା ଆମେରିକାର ଗୁଇନ୍ଦା ରିପୋର୍ଟ -
ଆସୁଛି କାଳବୈଶାଖୀ, ଝଡ଼ବର୍ଷା ପାଇଁ ୬ ଜିଲ୍ଲାକୁ ଅରେଞ୍ଜ ଓ୍ବାର୍ଣ୍ଣିଂ -
LPG ସଙ୍କଟକୁ ନେଇ ବଡ଼ କଥା କହିଲେ ସରକାର,‘ଡୋରଷ୍ଟେପ... -
କାରଣ ଦର୍ଶାଅ ନୋଟିସ୍ର ଉତ୍ତର ରଖିଲେ ବିଜେଡିର ୬ ବିଧାୟକ, କହିଲେ ନୋଟିସ୍ ପ୍ରତ୍ୟାହାର କରନ୍ତୁ, ନଚେତ୍... -
ମୁଁ ଆମ ଦଳର ସୁପ୍ରିମୋ ନବୀନ ବାବୁଙ୍କ ନିର୍ଦ୍ଦେଶରେ ଭୋଟ୍ ଦେଇଛି; ସୁବାସିନୀ ଜେନା -
ଭୁବନେଶ୍ୱର CRP ଛକ ନିକଟ ମାର୍କେଟ୍ କମ୍ପ୍ଲେକ୍ସରେ ଭୟଙ୍କର ଅଗ୍ନିକାଣ୍ଡ -
ଏମ୍ଏସ୍ ଧୋନିଙ୍କ ନାଁରେ ଥିବା କ୍ରିକେଟ ଷ୍ଟାଡିୟମ ସିଲ୍ -
ଆଜିଠୁ ମାଟ୍ରିକ୍ ଖାତାଦେଖା, ମେରେ ରେଜଲ୍ଟ












Click it and Unblock the Notifications