ବିଜେଡି ଓ କଂଗ୍ରେସ ପ୍ରାର୍ଥୀ ତାଲିକା କେବେ ? ବିଜେପି ଟିକେଟ ଘୋଷଣା ପରେ ବଢ଼ିଲା ଚର୍ଚ୍ଚା

ବିଜେଡି ଓ କଂଗ୍ରେସ ପ୍ରାର୍ଥୀ ତାଲିକା କେବେ ? ଗତକାଲି ଓଡ଼ିଶା ପାଇଁ ବିଜେପି ପ୍ରାର୍ଥୀ ତାଲିକା ଘୋଷଣା କରିଛି । ୧୮ ଲୋକସଭା ଆସନ ପାଇଁ ତାଲିକା ଘୋଷଣା କରିଛି ବିଜେପି । ତେବେ ବିଜେପି ପ୍ରାର୍ଥୀ ଘୋଷଣା ପରେ ବିଜେଡି ଓ କଂଗ୍ରେସ ପ୍ରାର୍ଥୀ ତାଲିକାକୁ ଅପେକ୍ଷା । କାହାକୁ ମିଳିବ କାହାର କଟିବ ତା ଉପରେ ସମସ୍ତଙ୍କ ନଜର ରହିଛି ।

ବିଜେପି ବିଭିନ୍ନ ଲୋକସଭା ଆସନରେ ହେଭି ୱେଟ୍ ନେତାଙ୍କୁ ଟିକେଟ୍ ଦେଇସାରିଛି । ଏହାପରେ ବିଜେଡି ଓ କଂଗ୍ରେସର ପ୍ରାର୍ଥୀଙ୍କ ନାଁ ଘୋଷଣା ପରେ କେମିତି ହେବ ନିର୍ବାଚନ ପରିବେଶ ତାକୁ ନେଇ ଆରମ୍ଭ ହୋଇଛି ଚର୍ଚ୍ଚା ।

ଠିକ ସମୟରେ କଂଗ୍ରେସ ପ୍ରାର୍ଥୀ ତାଲିକା ପ୍ରକାଶ ପାଇବ ବୋଲି ଦଳ କହୁଥିବାବେଳେ ବିଭିନ୍ନ ସମୟରେ ବରିଷ୍ଠ ନେତାଙ୍କୁ ନେଇ ନବୀନ ନିବାସରେ ଚାଲିଛି ଟିକେଟ୍ କସରତ୍ । ବିଭିନ୍ନ ଜିଲ୍ଲାର ନେତାଙ୍କୁ ନେଇ ସମୀକ୍ଷା କରୁଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ।

bjd and congress candidate

ଗତକାଲି ନବୀନ ନିବାସରେ ସମ୍ବଲପୁର ଲୋକସଭା କ୍ଷେତ୍ରର ସମୀକ୍ଷା ହୋଇଥିଲା । ଜିଲ୍ଲା ପର୍ଯ୍ୟବେକ୍ଷକ, ଦଳର ବରିଷ୍ଠ ନେତା ଓ ବିଧାୟକ ଉପସ୍ଥିତ ଅଛନ୍ତି । ସମ୍ବଲପୁର ପରେ ସୁନ୍ଦରଗଡ଼ ପାଇଁ ସମୀକ୍ଷା ହେଇଥିଲେ । ବିଜେଡି ବୈଠକରେ ସମ୍ବଲପୁର ସଂସଦୀୟ କ୍ଷେତ୍ରର ବରିଷ୍ଠ ନେତା ଓ ପର୍ଯ୍ୟବେକ୍ଷକ ଉପସ୍ଥିତ ଥିଲେ ।

ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ, ନବ ଦାସଙ୍କ ପୁଅ ବିଶାଳ ଦାସ, ବଣେଇର ପୂର୍ବତନ ବିଧାୟକ ଭୀମସେନ ଚୌଧୁରୀ, ଛେଣ୍ଡିପଦା ବିଧାୟକ ସୁଶାନ୍ତ ବେହେରା ସାମିଲ ହୋଇଥିଲେ ।

ସେହିପରି ସୁନ୍ଦରଗଡ଼ର ପୂର୍ବତନ ବିଧାୟକ ଯୋଗେଶ ସିଂ, ବିଜେଡି ନେତା ମଙ୍ଗଳା କିଷାନ, ସୁନ୍ଦରଗଡ଼ ପର୍ଯ୍ୟବେକ୍ଷକ ପ୍ରୀତିରଞ୍ଜନ ଘଡ଼ାଇ, ସାରଦା ନାୟକ ଓ ଦିଲ୍ଲୀପ ତିର୍କୀ ପ୍ରମୁଖ ଉପସ୍ଥିତ ଥିଲେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+