ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ଏହି ୩ ବରିଷ୍ଠ ନେତାଙ୍କୁ ଦାୟିତ୍ୱ ଦେଲା ବିଜେଡି଼

Jharsuguda By Election

ଭୁବନେଶ୍ୱର: ଘୋଷଣା ହୋଇସାରିଛି ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ତାରିଖ । ଯେଉଁଥି ପାଇଁ ପାଗ ଭିଡିଲେଣି ତିନି ପ୍ରମୁଖ ରାଜନୈତିକ ଦଳ ବିଜେଡି଼, ବିଜେପି ଓ କଂଗ୍ରେସ । ତେବେ ଆଗୁଆ ବିଜେଡ଼ି ତାର ପ୍ରାର୍ଥୀ ଘୋଷଣା କରି ସାରିଥିବା ବେଳେ ଆଜି ୩ ବରିଷ୍ଠ ନେତାଙ୍କୁ ଝାରସୁଗୁଡ଼ା ଉପନିର୍ବାଚନ ଦାୟିତ୍ୱ ନ୍ୟସ୍ତ କରିଛି ।

ତେବେ ନିର୍ବାଚନ ପରିଚାଳନା ପାଇଁ ତିନି ଜଣ ବରିଷ୍ଠ ନେତାଙ୍କୁ ଦାୟିତ୍ୱ ଦେଇଛି ଦଳ । ସେମାନେ ହେଛନ୍ତି ପୂର୍ବତନ ସାଂସଦ ପ୍ରସନ୍ନ ଆଚାର୍ଯ୍ୟ, ବିଧାୟକ ଦେବୀ ପ୍ରସାଦ ମିଶ୍ର ଓ ସାରଦା ପ୍ରସାଦ ନାୟକ। ସେମାନଙ୍କୁ ପର୍ଯ୍ୟବେକ୍ଷକ ଭାବେ ନିଯୁକ୍ତି ଦିଆଯାଇଛି । ସୂଚନାଯୋଗ୍ୟ, ସାରଦା ପ୍ରସାଦ ନାୟକ ଏବେ ଦଳର ଝାରସୁଗୁଡ଼ା ଜିଲ୍ଲା ପର୍ଯ୍ୟବେକ୍ଷକ ମଧ୍ୟ ଅଛନ୍ତି ।

ସୂଚନାଥାଉ କି, ଆସନ୍ତା ମେ' ୧୦ ତାରିଖରେ ହେବ ଝାରସୁଗୁଡା ଉପନିର୍ବାଚନ । ମେ' ୧୩ ତାରିଖରେ ଫଳାଫଳ ଘୋଷଣା କରାଯିବ । ଏହି ଉପନିର୍ବାଚନ ପାଇଁ ବିଜେଡି ଦିବଙ୍ଗତ ମନ୍ତ୍ରୀ ନବ କିଶୋର ଦାସଙ୍କ ଝିଅ ଦୀପାଳି ଦାସଙ୍କୁ ପ୍ରାର୍ଥୀ କରିଛି । ଏହି ଆସନରୁ ରେକର୍ଡ ହାରରେ ଜିତିବ ବୋଲି ଦଳ ଆଶା ରଖିଛି । ତେବେ ଉପନିର୍ବାଚନ ପାଇଁ ବିଜେଡି ପ୍ରାର୍ଥୀ ଘୋଷଣା କରି ସାରିଥିବା ବେଳେ କଂଗ୍ରେସ ଓ ବିଜେପି ପକ୍ଷରୁ ଏଯାଏଁ ପ୍ରାର୍ଥୀଙ୍କ ନାଁ ଘୋଷଣା କରାଯାଇ ନାହିଁ ।

ଗତ ଜାନୁଆରୀ ୨୯ ତାରିଖରେ ବ୍ରଜରାଜନଗରରେ ତତକାଳୀନ ସ୍ୱାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କୁ ଗୁଳି କରି ହତ୍ୟା କରାଯାଇଥିଲା । ଏହି ଘଟଣାରେ ପୋଲିସ୍ ଏଏସଆଇ ଗୋପାଳ ଦାସଙ୍କୁ ଗିରଫ କରାଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+