ବିଜେଡି ହେଉଛି ଲୋକଙ୍କ ଦଳ; ଲୋକଙ୍କ ସେବାରେ ସମର୍ପିତ: ନବୀନ
ବିଜେଡି ହେଉଛି ଲୋକଙ୍କ ଦଳ; ଲୋକଙ୍କ ସେବାରେ ସମର୍ପିତ ବୋଲି ନିଜର ଅଭିଭାଷଣରେ କହିଛନ୍ତି ନବୀନ ।
ଭୁବନେଶ୍ୱର: ଆଜି ବିଜୁ ଜନତା ଦଳର ରାଜ୍ୟ ମୁଖ୍ୟକାର୍ଯ୍ୟାଳୟଠାରେ ଦଳର ସଭାପତି ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ୯ଟି ପ୍ରସ୍ତାବ ପାରିତ ହୋଇଯାଇଛି । ପ୍ରଥମେ ଦିବଙ୍ଗତ ନେତାଙ୍କ ପାଇଁ ୧ ମିନିଟ ନିରବ ପ୍ରାର୍ଥନା ହୋଇଥିଲା । ପରେ ନିଜର ଅଭିଭାଷଣ ପ୍ରଦାନ କରିଥିଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ।
ବିଜେଡି ହେଉଛି ଲୋକଙ୍କ ଦଳ; ଲୋକଙ୍କ ସେବାରେ ସମର୍ପିତ । ପ୍ରତିଦିନ ଲୋକଙ୍କ କାମ କରିବାକୁ କାର୍ଯ୍ୟକାରିଣୀରେ କର୍ମକର୍ତ୍ତାଙ୍କୁ ଆହ୍ୱାନ ଦେଇଥିଲେ ଦଳର ସଭାପତି ନବୀନ ପଟ୍ଟନାୟକ । ତୃଣମୂଳସ୍ତରରେ ବିଜେଡିକୁ ଅଧିକ ସଂଗଠିତ କରାଯିବା ସହ ଦଳର ସଦସ୍ୟଙ୍କ ସଂଖ୍ୟା ୧ କୋଟିରୁ ଅଧିକରେ ପହଞ୍ଚିଛି । ଦଳ ତଥା ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ପ୍ରତି ପ୍ରତିଦିନ ସାଧାରଣ ଲୋକଙ୍କ ଆସ୍ଥା ବଢିବାରେ ଲାଗିଛି । ମୁଖ୍ୟମନ୍ତ୍ରୀଙ୍କ ପାଇଁ ଦଳ ଆଜି ମୁଣ୍ଡ ଟେକି ଠିଆ ହୋଇଛି । କେବଳ ସେତିକି ନୁହେଁ ମୁଖ୍ୟମନ୍ତ୍ରୀଙ୍କ ଛବିକୁ କଦାପି ମଳିନ କରିବାକୁ ଦିଆଯିବ ନାହିଁ ଏବଂ ସାରା ରାଜ୍ୟରେ ବିଜେଡି ତଥା ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ବିକାଶମୂଳକ କାର୍ଯ୍ୟ ଘରେ ଘରେ ପହଞ୍ଚାଇବାକୁ କହିଛନ୍ତି ସାଙ୍ଗଠନିକ ସଂପାଦକ ପ୍ରଣବ ପ୍ରକାଶ ଦାସ ।

ଏହି ବୈଠକରେ ଦଳର ବରିଷ୍ଠ ନେତା ୯ଟି ପ୍ରସ୍ତାବ ଆଗତ କରିଥିଲେ । କେନ୍ଦ୍ରର ଅବହେଳା ଓ ନକରାତ୍ମକ ଆଭିମୁଖ୍ୟ ରାଜ୍ୟ ବିକାଶରେ ବାଧକ ବୋଲି ବରିଷ୍ଠ ନେତାମାନେ ମତ ଦେଇଥିଲେ । ଏସବୁ ସତ୍ତ୍ୱେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଯୁଗାନ୍ତକାରୀ ଦିଗଦର୍ଶନ ପାଇଁ ରାଜ୍ୟର ସମସ୍ତ ଲୋକାଭିମୁଖୀ କାର୍ଯ୍ୟ ଜାରି ରହିଛି ଏବଂ ଆଗକୁ ମଧ୍ୟ ଜାରି ରହିବ ବୋଲି ଦଳ ପକ୍ଷରୁ କୁହାଯାଇଛି ।
କେବଳ ଏତକି ନୁହେଁ ବିଭିନ୍ନ ପ୍ରାକୃତିକ ଦୁର୍ବିପାକ ରାଜ୍ୟକୁ ବାରମ୍ବାର ଆଘାତ ଦେଇଚାଲିଛି । ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ରାଜ୍ୟ ସରକାର ଏହାକୁ ସଠିକ ଭାବେ ମୁକାବିଲା କରିପାରିଛନ୍ତି ବୋଲି ବରିଷ୍ଠ ନେତାମାନେ କହିଛନ୍ତି । ସେହିପରି କୃଷି ଓ କୃଷକଙ୍କୁ ଅଗ୍ରାଧିକାର ତଥା ସାମଗ୍ରିକ ବିକାଶ ପାଇଁ ବିଜେଡି ସଦାସର୍ବଦା କାର୍ଯ୍ୟ କରିଆସିଛି । ସ୍ୱାମୀନାଥନ କମିଟି ସୁପାରିସ ଅନୁସାରେ ଏମ୍ଏସ୍ପି ପାଇଁ ଲଢେଇ ଜାରି ରହିବ ।












Click it and Unblock the Notifications