Get Updates
Get notified of breaking news, exclusive insights, and must-see stories!

ଟ୍ବିଟର ୱାରରେ 'ଫଟୋ ରାଜନୀତି': ରାଜ୍ୟ ସରକାରଙ୍କୁ ଅପରାଜିତାଙ୍କ କଡା ସମାଲୋଚନା, ଦୃଢ ଜବାବ ଦେଲେ ସାଂସଦ ସସ୍ମିତ ପାତ୍ର

ଟ୍ବିଟର ୱାରରେ ଏବେ ଟିକାକରଣ ଓ ଫଟୋ ରାଜନୀତି । ବିଜେପି ସାଂସଦ ଅପରାଜିତା ଷଡଙ୍ଗୀ ଏକ ଟ୍ୱିଟ କରି ଅତି କଡା ଭାଷାରେ ରାଜ୍ୟ ସରକାରଙ୍କୁ ସମାଲୋଚନା କରିଛନ୍ତି ।

ଭୁବନେଶ୍ୱର: ଟ୍ବିଟର ୱାରରେ ଏବେ ଟିକାକରଣ ଓ ଫଟୋ ରାଜନୀତି । ବିଜେପି ସାଂସଦ ଅପରାଜିତା ଷଡଙ୍ଗୀ ଏକ ଟ୍ୱିଟ କରି ଅତି କଡା ଭାଷାରେ ରାଜ୍ୟ ସରକାରଙ୍କୁ ସମାଲୋଚନା କରିଛନ୍ତି । କହିରଖୁ କି, ଟିକାକରଣ କେନ୍ଦ୍ରରେ ପ୍ରଧାନମନ୍ତ୍ରୀଙ୍କ ଫଟୋ ନ ରହିବା ଘଟଣାକୁ ନେଇ ଉତ୍ତେଜନା ପ୍ରକାଶ କରିଥିଲେ ବିଜେପି କର୍ମୀ । ଆଉ ଟ୍ବିଟରରେ ଆଜି ଏ ସମ୍ପର୍କରେ ମୁହଁ ଖୋଲିଛନ୍ତି ବିଜେପି ସାଂସଦ ଅପରାଜିତା ଷଡଙ୍ଗୀ ।

BJD MP

ସେ ଲେଖିଛନ୍ତି, ବାହାରୁ ଟିକା କିଣିବାରେ ଓଡିଶା ବିଫଳ ହେଲା । ତେଣୁ ବିପଦ ସମୟରେ ଓଡିଶା ମୁଖ୍ୟମନ୍ତ୍ରୀଙ୍କୁ ଉଦ୍ଧାର କରିବାକୁ ଆଗେଇ ଆସିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏଥିପାଇଁ ସାଧାରଣ ସୌଜନ୍ୟ ଦୃଷ୍ଟିରୁ ପ୍ରଧାନମନ୍ତ୍ରୀଙ୍କ ଫଟୋକୁ ରାଜ୍ୟ ସରକାର ଟିକା କେନ୍ଦ୍ର ଗୁଡିକରେ ପ୍ରାଥମିକତା ଭିତିରେ ସ୍ଥାନ ଦେବାକଥା । ହେଲେ ଅସୁରକ୍ଷା ଓ ହୀନମନ୍ୟତା ଦୃଷ୍ଟିରୁ ଏଭଳି କରୁନାହାନ୍ତି ବୋଲି ଉଲ୍ଲେଖ କରିଛନ୍ତି ଭୁବନେଶ୍ୱର ସାଂସଦ ଅପରାଜିତା ଷଡଙ୍ଗୀ ।

ତେବେ ଅପରାଜିତାଙ୍କ ଟ୍ୱିଟ୍‌ର କଡ଼ା ଜବାବ ଦେଇଛନ୍ତି ବିଜେଡି ସାଂସଦ ସସ୍ମିତ ପାତ୍ର। ଏଥିସହ ଟିକାକେନ୍ଦ୍ରରେ ବିଜେପି କର୍ମୀଙ୍କ ପୋଷ୍ଟର ଚିରିବା ଘଟଣାକୁ ବି ସେ ସମାଲୋଚନା କରିଛନ୍ତି । ସେ ଲେଖିଛନ୍ତି, କୋଭିଡ୍ ଟିକାକରଣ ସାର୍ଟିଫିକେଟ୍‌ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଫଟୋ ରହିଛି । ସବୁ ଦଳ ଏହାକୁ ନେଇ ରାଜନୀତି କରୁଥିବା ବେଳେ ବିଜେଡି କେବେ ଏହି ପ୍ରସଙ୍ଗ ଉଠାଇନି କି ରାଜନୀତି କରିନି। ଦେଶରେ ଟିକାକରଣ ସବୁବେଳେ କେନ୍ଦ୍ର ସରକାରଙ୍କ ଦ୍ୱାରା ଜାତୀୟ କାର୍ଯ୍ୟକ୍ରମ ଭାବେ କରାଯାଏ । ପୋଲିଓ ହେଉ କି ବିସିଜି, ମିଳିମିଳା, ଡିପିଟି, ହେପାଟାଇଟିସ୍, ଭିଟାମିନ୍ ଏ ଟିକା, ସବୁବେଳେ ଏହା ଜାତୀୟ କାର୍ଯ୍ୟକ୍ରମ ଭାବେ କରାଯାଇଛି।

ହେଲେ କୋଭିଡ୍ ସଂକଟରେ ଏହାକୁ ରାଜ୍ୟମାନଙ୍କ ଉପରେ ପ୍ରଥମେ ଲଦି ଦିଆ ଯାଇଥିଲା ଓ ପରେ ପ୍ରତ୍ୟାହାର କରାଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମାସ୍କ ବ୍ୟବହାର ଓ କୋଭିଡ୍ ନିୟମ ପାଳିବାକୁ ସଚେତନତା ବାର୍ତ୍ତା ଦେଇଛନ୍ତି । ଏଥିରେ ଟିକାକରଣ ସଂପର୍କିତ କଥା ନାହିଁ। ତେଣୁ ଏହାକୁ ନେଇ ରାଜନୀତି କରିବା ନିହାତି ଲଜ୍ଜାଜନକ ବୋଲି ସସ୍ମିତ ଟ୍ୱିଟ୍ କରିଛନ୍ତି ।

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+