ବ୍ରଜରାଜନଗର ଉପନିର୍ବାଚନ: ନିର୍ବାଚନୀ ରଣନୀତି ପ୍ରସ୍ତୁତ କଲା ବିଜେଡି; ଜାଣନ୍ତୁ, କାହାକୁ ମିଳିଲା କେଉଁ ଦାୟିତ୍ୱ ?
ବ୍ରଜରାଜନଗର ଉପନିର୍ବାଚନ ପାଇଁ ରଣନୀତି ପ୍ରସ୍ତୁତ କଲା ବିଜେଡି । ନିର୍ବାଚନ ପରିଚାଳନା ପାଇଁ ଛାମୁଆ ନେତାଙ୍କୁ ମିଳିଲା ଦାୟିତ୍ୱ । ମନ୍ତ୍ରୀ ଓ ବିଧାୟକଙ୍କୁ ଉପନିର୍ବାଚନ ପାଇଁ ଦାୟିତ୍ବ ଦେଇଛନ୍ତି ସୁପ୍ରିମୋ ।
ଭୁବନେଶ୍ୱର: ବ୍ରଜରାଜନଗର ଉପନିର୍ବାଚନ ପାଇଁ ରଣନୀତି ପ୍ରସ୍ତୁତ କଲା ବିଜେଡି । ନିର୍ବାଚନ ପରିଚାଳନା ପାଇଁ ଛାମୁଆ ନେତାଙ୍କୁ ମିଳିଲା ଦାୟିତ୍ୱ । ମନ୍ତ୍ରୀ ଓ ବିଧାୟକଙ୍କୁ ଉପନିର୍ବାଚନ ପାଇଁ ଦାୟିତ୍ବ ଦେଇଛନ୍ତି ସୁପ୍ରିମୋ ।

ମନ୍ତ୍ରୀ ନବ ଦାସଙ୍କୁ ସଂପୂର୍ଣ୍ଣ ଦାୟିତ୍ବ ଦିଆଯାଇଥିବା ବେଳେ ତାଙ୍କ ସହିତ ଜିଲ୍ଲା ପର୍ଯ୍ଯବେକ୍ଷକ କଟକ ମେୟର ସୁବାସ ସିଂ କେଡ଼ିଆ ରହିଛନ୍ତି। ବିଜେଡି ପକ୍ଷରୁ ଏକ କେନ୍ଦ୍ରୀୟ ଟିମ୍ ଗଠନ କରାଯାଇ ସେଥିରେ ସାଂସଦ ପ୍ରସନ୍ନ ଆଚାର୍ୟ୍ୟ, ମନ୍ତ୍ରୀ ନିରଞ୍ଜନ ପୂଜାରୀ, ବିଧାୟକ ଦେବୀ ପ୍ରସାଦ ମିଶ୍ର ଓ ମନ୍ତ୍ରୀ ଅରୁଣ ସାହୁଙ୍କୁ ଦାୟିତ୍ୱ ଦିଆଯାଇଛି। ସେହିପରି ବ୍ରଜରାଜନଗର ପୌରାଞ୍ଚଳରେ ମନ୍ତ୍ରୀ ପ୍ରତାପ ଜେନା, ଯୋଜନା କମିସନ ଉପାଧ୍ୟକ୍ଷ ସଂଜୟ ଦାସବର୍ମା, ବିଧାୟକ ଦେବେଶ ଆଚାର୍ଯ୍ୟଙ୍କୁ ଦାୟିତ୍ୱ ଦିଆଯାଇଛି ।
ବେଲପାହାଡ଼ ପୌରାଞ୍ଚଳ ପାଇଁ ମନ୍ତ୍ରୀ ସୁଶାନ୍ତ ସିଂ, ବିଧାୟକ ଅତନୁ ସବ୍ୟସାଚୀଙ୍କୁ ଦାୟିତ୍ଵ ଦିଆଯାଇଛି । ସେହିପରି ବିଧାୟକ ଚନ୍ଦ୍ର ସାରଥୀ ବେହେରା କଣ୍ଢେଇକେଲା ଓ ରେମତା ଜିପି ଦାୟିତ୍ୱ, ବିଧାୟକ ପ୍ରିତିରଞ୍ଜନ ଘଡ଼େଇଙ୍କୁ ଚାରପାଲି ଓ ପିଥିଣ୍ଡା, ବିଧାୟକ ରଜେନ୍ଦ୍ର ଡ଼ୋଲକିଆଙ୍କୁ କନକତୋରା ଓ ବାଦିମାଲ ଜିପି, ପୁଷ୍ପେନ୍ଦ୍ର ସିଂଦେଓଙ୍କୁ ଅତାବିରା ଓ ଭିକମପାଲି ଜିପି, ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କୁ ପଞ୍ଚଗାଁ ଓ ପଲସଦା, ବିଧାୟକ ରୋହିତ ପୂଜାରୀଙ୍କୁ ମଚିଦା ଓ କତରବଗା ଗ୍ରାମପଞ୍ଚାୟତର ଦାୟିତ୍ୱ ଦିଆଯାଇଛି ।
-
ପ୍ରକାଶ ପାଇଲା ଟି-୨୦ ରାଙ୍କିଙ୍ଗ୍ : ବିଶ୍ୱର ନମ୍ବର ୧ ବ୍ୟାଟ୍ସମ୍ୟା କିଏ ଜାଣନ୍ତୁ… -
୨୦୨୬ ଟି-୨୦ ବିଶ୍ୱକପ ପାଇଁ ଶ୍ରେଷ୍ଠ ଏକାଦଶ ଘୋଷଣା କଲା ICC, ୪ ଭାରତୀୟ ଖେଳାଳଙ୍କୁ ମିଳିଲା ସ୍ଥାନ -
ବିମାନ ଯାତ୍ରା ଉପରେ ବି ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ, ଟିକେଟ ମୂଲ୍ୟ ବୃଦ୍ଧି କଲା ଏୟାର ଇଣ୍ଡିଆ -
କେନ୍ଦ୍ର ସରକାରଙ୍କୁ କଡ଼ା ନିର୍ଦ୍ଦେଶ, କୋଭିଡ ୧୯ ଭ୍ୟାକସିନ ଯୋଗୁଁ ଯେଉଁ ଜୀବନ ଯାଇଛି, ସେମାନଙ୍କୁ କ୍ଷତିପୂରଣ ମିଳୁ -
ଯୁଦ୍ଧ ଭିତରେ ଇରାନ ସହ କଥା ହେଲା ଭାରତ, ଜାଣନ୍ତୁ କଣ ହେଲା ଆଲୋଚନା -
ଇରାନ ଉପରେ ଆକ୍ରମଣ ନେଇ ଟ୍ରମ୍ପଙ୍କ ବଡ ବୟାନ, ଇସ୍ରାଏଲ ସହ ମିଶି ୪୬ ଜାହାଜ.... -
ହରିଶ ରାଣାଙ୍କୁ ମିଳିଲା ଇଚ୍ଛାମୃତ୍ୟୁ -
T-20 ବିଶ୍ବକପ୍ ଚାମ୍ପିଅନ୍ ଟିମ୍କୁ ୧୩୧ କୋଟିର ପୁରସ୍କାର ରାଶି ଘୋଷଣା କଲା BCCI -
ସଚିନ ତେନ୍ଦୁଲକରଙ୍କୁ ପଛରେ ପକାଇଇଲେ ନୂଆ ରେକର୍ଡ କଲେ ଜସପ୍ରିତ ବୁମରାହ -
ଆମେରିକା, ଇସ୍ରାଏଲ-ଇରାନ ଯୁଦ୍ଧ ସମୟରେ ଭାରତ ଯେଉଁ ଅତ୍ୟାବଶ୍ୟକୀୟ ସାମଗ୍ରୀ ଆଇନ ଲାଗୁ କରିଛି ଜାଣନ୍ତୁ ତାହା କ’ଣ? -
ଇରାନ ପାଇଁ ଆମେରିକା ଋଷ ମୁହାଁମୁହିଁ , ଋଷକୁ ବଡ ଚେତାବନୀ ଦେଲେ ଆମେରିକା -
ଅନ୍ତର୍ଜାତୀୟ ମହିଳା ଦିବସରେ ଆର୍ଟସ୍ ଅଫ୍ ଉଇଭିଂର ପ୍ରଥମ ସ୍ଥାପନା ଦିବସ ପାଳିତ












Click it and Unblock the Notifications