ବିଜେଡିର କାର୍ଯ୍ୟକାରିଣୀ ବୈଠକ: ଜାନୁଆରୀ ୨୩ରୁ ମାର୍ଚ୍ଚ ୫ ପର୍ଯ୍ୟନ୍ତ ବ୍ୟାପକ ଅଭିଯାନ

ମାର୍ଚ୍ଚ ୫ ପର୍ଯ୍ୟନ୍ତ ବ୍ୟାପକ ଅଭିଯାନ ଚଳାଇବ ବିଜୁ ଜନତା ଦଳ । କର୍ମକର୍ତ୍ତାଙ୍କୁ ପ୍ରଶିକ୍ଷଣ ଓ ଗାଁକୁ ଚାଲ ଅଭିଯାନ ଚଲାଇବ ବିଜେଡି । ସେହିପରି ସାଙ୍ଗଠନିକ ନିର୍ବାଚନକୁ ଗୋଟିଏ ବର୍ଷ ଘୁଞ୍ଚାଇଛି ବିଜେଡି । ଶଙ୍ଖ ଭବନରେ ପ୍ରତି ନିର୍ବାଚନ ମଣ୍ଡଳୀୱାରୀ ପ୍ରଶିକ୍ଷଣ ଦିଆଯିବ । ନିର୍ବାଚନ ମଣ୍ଡଳୀ ପରେ ଜୋନାଲ ୱାରୀ ପ୍ରଶିକ୍ଷଣ ଦିଆଯିବ ।

ପଞ୍ଚାୟତ ସ୍ତରୀୟ ସମ୍ମିଳନୀ କରିବାକୁ ମଧ୍ୟ କାର୍ଯ୍ୟକାରିଣୀରେ ନିଷ୍ପତ୍ତି ହୋଇଛି । ଜାନୁଆରୀ ୨୩ରୁ ମାର୍ଚ୍ଚ ୫ ପର୍ଯ୍ୟନ୍ତ ବ୍ୟାପକ ଅଭିଯାନ ମଧ୍ୟ ହେବ । ତୃଣମୂଳ ସ୍ତରରେ ମାର୍ଚ୍ଚ ୫ ଯାଏ ଅଭିଯାନ ଚଳାଇବ ବିଜେଡି ।

ସୋସିଆଲ ମିଡିଆକୁ ଅସ୍ତ୍ର ଭାବେ ବ୍ୟବହାର କରିବ ବିଜେଡି । ବିରୋଧୀଙ୍କୁ କାଉଣ୍ଟର କରିବାକୁ ସୋସିଆଲ ମିଡିଆ ଅସ୍ତ୍ର ହେବ । ସୋସିଆଲ ମିଡିଆକୁ ଅସ୍ତ୍ର ପାଇଁ ନିର୍ଦ୍ଦେଶ ଦେଇଛନ୍ତି ନବୀନ ପଟ୍ଟନାୟକ ।

bjd_meeting

ପୁଣି ପୁରୁଣା ପ୍ରସଙ୍ଗ ସବୁ ଉଠାଇବାକୁ କାର୍ଯ୍ୟକାରିଣୀରେ ନିଷ୍ପତ୍ତି ହୋଇଛି । ସ୍ବତନ୍ତ୍ର ରାଜ୍ୟ ପାହ୍ୟା ମାନ୍ୟତା ପାଇଁ ଉଦ୍ୟମ ଜାରି ରଖିବାକୁ ନିଷ୍ପତ୍ତି ହୋଇଛି ।

ମହାନଦୀ, ପୋଲାଭରମ ପ୍ରସଙ୍ଗରେ କେନ୍ଦ୍ରର ନିରବତା ନେଇ ଦୁଃଖପ୍ରକାଶ କରିଛି ଦଳ । କୋଇଲା ରୟାଲିଟି, ସେସ୍‌ରେ ଦାବି ପୂରଣ ପାଇଁ ଉଦ୍ୟମ ଚାଲିବ । ଏନ୍‌ଏଚ୍‌, ରେଲୱେ ବିକାଶ କାର୍ଯ୍ୟ ତ୍ବରାନ୍ବିତ ପାଇଁ ବି ଦାବି ହେବ । ଏ ଦିଗରେ ଆବଶ୍ୟକ ପଦକ୍ଷେପ ନିମନ୍ତେ କେନ୍ଦ୍ରକୁ ଅନୁରୋଧ ପାଇଁ ନିଷ୍ପତ୍ତି ।

ବିଜେଡି ପରିବର୍ଦ୍ଧିତ ରାଜ୍ୟ କାର୍ଯ୍ୟକାରିଣୀରେ ୧୧ଟି ରାଜନୈତିକ, ୧୬ଟି ଧନ୍ୟବାଦ ପ୍ରସ୍ତାବ ପାରିତ ହୋଇଛି । ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟାନାୟକଙ୍କ ଅଧ୍ୟକ୍ଷତାରେ ଶଙ୍ଖ ଭବନରେ ଅନୁଷ୍ଠିତ ହୋଇଛି । ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକମର ସଫଳ କାର୍ଯ୍ୟକାରିତା ପାଇଁ ସଂକଳ୍ପବଦ୍ଧ ହୋଇ କାମ କରିବାକୁ ନିଷ୍ପତ୍ତି ପାରିତ ହୋଇଥିଲା ।

ପ୍ରତିଷ୍ଠା ଦିବସ ପରେ ଗୋଟିଏ ପକ୍ଷରେ ପଂଚାୟତ ସ୍ତରୀୟ ସମ୍ମିଳନୀ ଏବଂ ଜାନୁଆରୀ ୨୩ ନେତାଜୀ ଜୟନ୍ତୀ ଠାରୁ ବିଜୁ ଜୟନ୍ତୀ ମାର୍ଚ୍ଚ ୫ ଯାଏଁ ନବୀନ ସରକାରର ସଫଳତା ତଥା ବିକାଶର ଆଭିମୁଖ୍ୟ ତୃଣମୁଳ ସ୍ତରରେ ଲୋକଙ୍କ ପାଖରେ ପହଁଚାଇବା ପାଇଁ ଅଭିଯାନ ଆରମ୍ଭ କରାଯିବ ବୋଲି କାର୍ଯ୍ୟକାରିଣୀ ପ୍ରସ୍ତାବରେ କୁହାଯାଇଛି ।

ଜଗନ୍ନାଥ ସଂସ୍କୃତି ଓ ଚେତନାର ପ୍ରଚାର ପ୍ରସାର ତଥା ଅଭିନବ ଶ୍ରୀ ଜଗନ୍ନାଥ ପରିକ୍ରମା ପ୍ରକଳ୍ପର ରୂପାୟନ ପାଇଁ ତଥା ଓଡିଶାର ବିଭିନ୍ନ ପ୍ରାନ୍ତରେ ଯଥା ଶ୍ରୀ ଲିଙ୍ଗରାଜ, ମା ସମଲେଇ, ତାରାତାରିଣୀ ସହିତ ବିଭିନ୍ନ ଉପାସନା ପୀଠ ଓ ଐତିହ୍ୟର ସଂରକ୍ଷଣ ଏବଂ ପୁନରୁଦ୍ଧାର ପାଇଁ ନେଇଥିବା ପଦକ୍ଷେପ ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଅର୍ପଣ କରାଯାଇଥିଲା ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+