Get Updates
Get notified of breaking news, exclusive insights, and must-see stories!

ପଞ୍ଚାୟତ ନିର୍ବାଚନରେ ୨୭% ଓବିସି ପ୍ରାର୍ଥୀ ଦେବ ବିଜେଡି, ଅନ୍ୟ ଦଳକୁ ବି ଦେଲା ଆହ୍ୱାନ

ପଞ୍ଚାୟତ ନିର୍ବାଚନରେ ୨୭% ପ୍ରାର୍ଥୀ ଓବିସିରୁ ଦେବ ବିଜେଡି । ଓବିସି ସଂରକ୍ଷଣ ପ୍ରସଙ୍ଗରେ ବିଜେଡି ପକ୍ଷରୁ ଏକ ସାମ୍ବାଦିକ ସମ୍ମିଳନୀରେ ସମବାୟ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ ଓ କୃଷିମନ୍ତ୍ରୀ ଅରୁଣ ସାହୁ ଘୋଷଣା କରିଛନ୍ତି ।

ଭୁବନେଶ୍ବର: ପଞ୍ଚାୟତ ନିର୍ବାଚନରେ ୨୭% ପ୍ରାର୍ଥୀ ଓବିସିରୁ ଦେବ ବିଜେଡି । ଓବିସି ସଂରକ୍ଷଣ ପ୍ରସଙ୍ଗରେ ବିଜେଡି ପକ୍ଷରୁ ଏକ ସାମ୍ବାଦିକ ସମ୍ମିଳନୀରେ ସମବାୟ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ ଓ କୃଷିମନ୍ତ୍ରୀ ଅରୁଣ ସାହୁ ଘୋଷଣା କରିଛନ୍ତି । ପଞ୍ଚାୟତ ନିର୍ବାଚନରେ ୨୭% ପ୍ରାର୍ଥୀ ଓବିସିରୁ ଦେବ ବୋଲି ବିଜେଡି ପକ୍ଷରୁ ଘୋଷଣା କରାଯାଇଛି । ଅନ୍ୟ ଦଳଗୁଡିକ ମଧ୍ୟ ଏପରି ଘୋଷଣା କରିବାକୁ ବିଜେଡି ଆହ୍ବାନ ଦେଇଛି । ବିଧାନସଭା ଓ ଲୋକସଭାରେ ୩୩% ମହିଳାଙ୍କୁ ପ୍ରାର୍ଥୀ କରିବାକୁ ବିଜେଡି ଦାବି କରିଛି ।

ପଞ୍ଚାୟତ ନିର୍ବାଚନରେ ୨୭% ଓବିସି ପ୍ରାର୍ଥୀ ଦେବ ବିଜେଡି

ତେବେ ଏହା ସଂପ୍ରତି ବିଭିନ୍ନ ନ୍ୟାୟାଳୟର ଅନ୍ତରୀଣ ନିର୍ଦ୍ଦେଶକୁ କାର୍ଯ୍ୟକାରୀ କରିବାର ପରିଚାୟକ ହେବ । ରାଜ୍ୟ ସରକାରଙ୍କ ଏସଇବିସି ଆଇନ ୨୦୦୮ରେ ସାମାଜିକ ଓ ଶିକ୍ଷାଗତ ଅନଗ୍ରସର ବର୍ଗ ପାଇଁ ୨୭ ପ୍ରତିଶତ ସଂରକ୍ଷଣ ବ୍ୟବସ୍ଥା ରହିଛି । କିନ୍ତୁ ବିଭିନ୍ନ କୋର୍ଟର ଆଦେଶ ଦୃଷ୍ଟିରୁ ଏହା କାର୍ଯ୍ୟକାରୀ ହୋଇପାରୁନାହିଁ ।

ସେପଟେ ମଙ୍ଗଳବାର ଓବିସି ବିଲ ପାର୍ଲାମେଣ୍ଟରେ ପାସ ହୋଇଛି । ଏହାଦ୍ୱାରା ରାଜ୍ୟମାନଙ୍କୁ ଓବିସି ତାଲିକା ପ୍ରସ୍ତୁତିର କ୍ଷମତା ମିଳିବ । ଏହାପରେ ବିଜେଡି ସମେତ ବିଭିନ୍ନ ରାଜନୈତିକ ଦଳ କୋଟାକୁ ୫୦ ପ୍ରତିଶତରୁ ଅଧିକ କରିବା ପାଇଁ ଦାବି କରିଛନ୍ତି । ଏନେଇ ବିଜେଡି ସାଂସଦମାନେ ବୁଧବାର କେନ୍ଦ୍ରମନ୍ତ୍ରୀ ଅମିତ ଶାହାଙ୍କୁ ଭେଟିଥିଲେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+