ଡିଜିପି, କମିସନର ଓ ଡିସିପିଙ୍କ ବିରୋଧରେ ଥାନାରେ ଏତଲା ଦେଲା ବିଜେପି
ଯୁବ ମୋର୍ଚ୍ଚା କର୍ମୀଙ୍କୁ ପୋଲିସ ଆକ୍ରମଣ ପ୍ରସଙ୍ଗରେ ବିଭିନ୍ନ ଥାନାରେ ଡିଜିପି, ଭୁବନେଶ୍ୱର ଡିସିପି ଓ ଟ୍ୱିନସିଟି କମିଶନରଙ୍କ ନାଁରେ ବିଜେପି ପକ୍ଷରୁ ଥାନାରେ ଏତଲା ଦିଆଯାଇଛି ।

ଭୁବନେଶ୍ୱର: ଯୁବ ମୋର୍ଚ୍ଚା କର୍ମୀଙ୍କୁ ପୋଲିସ ଆକ୍ରମଣ ପ୍ରସଙ୍ଗରେ ବିଭିନ୍ନ ଥାନାରେ ଡିଜିପି, ଭୁବନେଶ୍ୱର ଡିସିପି ଓ ଟ୍ୱିନସିଟି କମିଶନରଙ୍କ ନାଁରେ ବିଜେପି ପକ୍ଷରୁ ଥାନାରେ ଏତଲା ଦିଆଯାଇଛି । ଆଜି ବହୁସଂଖ୍ୟକ ବିଜେପି କର୍ମୀ ଶୋଭାଯାତ୍ରାରେ ଆସି ରାଜଧାନୀର ଖାରବେଳ ନଗର, ଚନ୍ଦ୍ରଶେଖରପୁର ଓ ଏୟାରଫିଲ୍ଡ ଥାନାରେ ଏତଲା ଦେଇଛନ୍ତି ।
ଗତ ୨୮ ତାରିଖରେ ଶାନ୍ତିପୂର୍ଣ୍ଣ ଭାବେ ବିକ୍ଷୋଭ ପ୍ରଦର୍ଶନ କରୁଥିବା ବିଜେପି ଯୁବମୋର୍ଚ୍ଚାର କର୍ମୀଙ୍କୁ ମାଡ଼ ମାରିଥିବା ପୋଲିସ ଅଧିକାରୀ ଓ କର୍ମଚାରୀଙ୍କୁ ଗିରଫ କରିବା ଦାବିରେ ଏତଲା ଦେବା ସହ ଥାନା ସମ୍ମୁଖରେ ଧାରଣା ଦେଇଛି ଦଳ ।
ସେହିପରି ଆସନ୍ତାକାଲି ରାଜ୍ୟର ସମସ୍ତ ଏସପି ଅଫିସ ଆଗରେ ବିଜେପି ଯୁବ ମୋର୍ଚ୍ଚା କର୍ମୀ ବିକ୍ଷୋଭ ପ୍ରଦର୍ଶନ କରିବ ବୋଲି ଦଳ ପକ୍ଷରୁ କୁହାଯାଇଛି । ଯଦି ପୋଲିସ ଏତଲା ନ ରଖିବ ତା'ହେଲେ କୋର୍ଟଙ୍କ ଦ୍ବାରସ୍ଥ ହେବ ବୋଲି ଦଳ ଚେତାବନୀ ଦେଇଛି ।
ଉଲ୍ଲେଖଯୋଗ୍ୟ, ପୂର୍ବରୁ ବିଜେପି ଯୁବ ମୋର୍ଚ୍ଚା ଓ ପୋଲିସ ମଧ୍ୟରେ ଘଟିଥିବା ଖଣ୍ଡଯୁଦ୍ଧ ମାମଲାରେ ପୋଲିସ କର୍ମଚାରୀଙ୍କ ବିରୋଧରେ କ୍ୟାପିଟାଲ ଥାନାରେ ଅଭିଯୋଗ କରିଥିଲା ଦଳ । ବିକ୍ଷୋଭ ପ୍ରଦର୍ଶନ କରୁଥିବା କର୍ମୀଙ୍କୁ ମାଡ଼ ମାରିଥିବା ପୋଲିସ ଅଧିକାରୀ ଓ କର୍ମଚାରୀଙ୍କୁ ଗିରଫ କରିବା ଦାବିରେ ଏତଲା ଦେଇଥିଲା ଦଳ ।












Click it and Unblock the Notifications