ବିଜେଡ଼ିରେ ମିଶିଲେ ବିଜୟ ମହାପାତ୍ରଙ୍କ ପୁଅ ଅରବିନ୍ଦ, ନବୀନ ନୀବାସରେ ହେଲା ମିଶ୍ରଣ ପର୍ବ
ଭୁବନେଶ୍ୱର: ବିଜେଡିରେ ସାମିଲ ହେଲେ ବିଜେପିର ବରିଷ୍ଠ ନେତା ବିଜୟ ମହାପାତ୍ରଙ୍କ ପୁଅ ଅରବିନ୍ଦ ମହାପାତ୍ର । ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ଶଙ୍ଖ ଧରିଲେ ଅରବିନ୍ଦ । ଶତାଧିକ ସମର୍ଥକଙ୍କ ସହ ଯାଇ ନବୀନ ନିବାସରେ ବିଜେଡିରେ ସାମିଲ ହୋଇଛନ୍ତି ।

ଏହା ପୂର୍ବରୁ ବୁଧବାର ଦିନ ବିଭିନ୍ନ ସାମାଜିକ ଗଣମାଧ୍ୟମରେ ଏ ନେଇ ଅନେକ ପୋଷ୍ଟ ଦେଖିବାକୁ ମିଳିଥିଲା । ତାଙ୍କ ଅନୁଗତ ଓ ସମର୍ଥକମାନେ ମଧ୍ୟ ଗୁରୁବାର ସକାଳ 11 ଟାରେ ଭୁବନେଶ୍ୱରରେ ବିଜେଡିରେ ମିଶୁଥିବା ନେଇ ପୋଷ୍ଟରେ ଦର୍ଶାଇଛନ୍ତି । ଅବଶ୍ୟ ବିଜୟ କିମ୍ବା ତାଙ୍କ ପୁଅ ଅରବିନ୍ଦ ଗଣମାଧ୍ୟମକୁ ଏନେଇ କୌଣସି ସ୍ପଷ୍ଟ ସୂଚନା ଦେଇନଥିଲେ । ବିଜୟଙ୍କ ଶିବିର ପକ୍ଷରୁ ଏ ଚର୍ଚ୍ଚା, ଆଲୋଚନା ଓ ପୋଷ୍ଟ୍କୁ ଖଣ୍ଡନ ବି କରାଯାଉନଥିଲା । ମିଳିଥିବା ଖବର ଅନୁସାରେ ପାଟକୁରା ଓ ମହାକାଳପଡ଼ା ନିର୍ବାଚନମଣ୍ଡଳୀ ସମେତ କେନ୍ଦ୍ରାପଡ଼ା ଜିଲ୍ଲାର ଅନ୍ୟ କିଛି ଅଞ୍ଚଳରୁ ବିଜୟଙ୍କ ସମର୍ଥକମାନେ ମିଶ୍ରଣ ପର୍ବରେ ସାମିଲ ହୋଇଛନ୍ତି ।
ଅରବିନ୍ଦ ସୂଚନା ଓ ପ୍ରଯୁକ୍ତି ବିଦ୍ୟାରେ ଡିଗ୍ରୀ ଇଞ୍ଜିନିୟରିଂ କରିବା ପରେ ଯୁକ୍ତରାଷ୍ଟ୍ର ଆମେରିକାର ଏକ ଘରୋଇ ସଂସ୍ଥାର ଓଡ଼ିଶା ଶାଖାରେ କାମ କରୁଥିଲେ । 2019 ନିର୍ବାଚନ ପରଠାରୁ ତାଙ୍କୁ ପାଟକୁରା ଓ ମହାକାଳପଡ଼ା ନିର୍ବାଚନମଣ୍ଡଳୀର ଏକାଧିକ କାର୍ଯ୍ୟକ୍ରମରେ ଦେଖିବାକୁ ମିଳୁଥିଲା । ଏଣୁ ପାଟକୁରାରୁ ଅରବିନ୍ଦ ରାଜନୈତିକ ଇନିଂସ ଆରମ୍ଭ କରିବେ ବୋଲି ଅନୁମାନ କରାଯାଉଛି ।
ଯଦି ଅରବିନ୍ଦ ଆଗାମୀ ନିର୍ବାଚନ ଲଢ଼ୁଛନ୍ତି, ତେବେ ବିଜୟ ନିର୍ବାଚନରେ ଭାଗ ନେବେ କି ନାହିଁ ତାହା ଅଦ୍ୟାବଧି ସ୍ପଷ୍ଟ ହୋଇନାହିଁ । ଏମିତିକି ଅରବିନ୍ଦ ବିଜେଡିରେ ଯୋଗ ଦେବା ପରେ ବିଜୟଙ୍କ ରାଜନୈତିକ ଜୀବନ କେଉଁ ମୋଡ଼ ନେବ ତାହା ବି ଅସ୍ପଷ୍ଟ ରହିଛି । ବିଜୟ ଏବେ ବିଜେପିରେ ଥିଲେ ମଧ୍ୟ ସକ୍ରିୟ ନାହାଁନ୍ତି ।
କିନ୍ତୁ ବିଜେଡି ରାଜନୀତିରେ ପୂର୍ବରୁ ବିଜୟ ମହାପାତ୍ର ବେଶ ସକ୍ରିୟ ଥିଲେ । ତେବେ 2000 ମସିହାରେ ଟିକେଟ କଟିବା ପରେ ବିଜୟଙ୍କୁ ଦୂରେଇ ଦେଇଥିଲା ଦଳ । ଏହାପରେ ଓଜିପି, ଏନସିପି, ବିଜେପିରେ ନିଜର ଭାଗ୍ୟପରୀକ୍ଷା କରିଥିଲେ ମଧ୍ୟ ପୁଣିଥରେ ବିଧାୟକ ଭାବେ ନିର୍ବାଚିତ ହୋଇପାରିନଥିଲେ ବିଜୟ । ତେବେ 2019 ନିର୍ବାଚନରେ ପରାଜୟ ପରେ ବିଜୟ ମହାପାତ୍ର ବିଜେପି ରାଜନୀତିରୁ ନିଜକୁ ଦୂରେଇ ରଖିଥିଲେ ।
-
୪ଜିଲାକୁ ବିଜୁଳି, ଘଡ଼ଘଡ଼ି ସତର୍କତା -
ପାକିସ୍ତାନରେ ବଡ଼ ବିପର୍ଯ୍ୟୟ: ସ୍କୁଲ ଦୁଇ ସପ୍ତାହ ପାଇଁ ବନ୍ଦ, ଦରମା ୨୫% ହ୍ରାସ -
ସାବଧାନ! ହାଡ଼କୁ ଦୁର୍ବଳ କରୁଛି ଏହି ସବୁ ଜିନିଷ -
ଇରାନ ସହିତ ରୁଷ ଦୃଢ଼ ଭାବରେ ଛିଡା ହେବ; ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ -
UAE ରାଷ୍ଟ୍ରଦୂତଙ୍କ ବଡ ବୟାନ ; କହିଲେ ପ୍ରଧାନମନ୍ତ୍ରୀ ଗୋଟାଏ ଫୋନ୍ କଲ ଯୁଦ୍ଧରେ ଲଗାଇ ପାରିବ ବ୍ରେକ -
୨୦୨୬ ଟି-୨୦ ବିଶ୍ୱକପ ପାଇଁ ଶ୍ରେଷ୍ଠ ଏକାଦଶ ଘୋଷଣା କଲା ICC, ୪ ଭାରତୀୟ ଖେଳାଳଙ୍କୁ ମିଳିଲା ସ୍ଥାନ -
ଟି୨୦ ବିଶ୍ୱକପରେ ଇତିହାସ ରଚିଲା ଭାରତ , ଗମ୍ଭୀରଙ୍କ ପାଇଁ ଇନଷ୍ଟା ପୋଷ୍ଟ୍ କଲେ ଧୋନୀ -
ଘରୋଇ ମାଟିରେ ଭାରତର ବଡ଼ ବିଜୟ, ଖୁସିରେ ଝୁମିଲେ ବିରାଟ -
ଭେନେଜୁଏଲାରୁ ୧୦୦ ନିୟୁତ ଡଲାର ମୂଲ୍ୟର ସୁନା ପାଇଛି ଆମେରିକାର ; ଗୃହ ସଚିବ -
ବିମାନ ଯାତ୍ରା ଉପରେ ବି ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ, ଟିକେଟ ମୂଲ୍ୟ ବୃଦ୍ଧି କଲା ଏୟାର ଇଣ୍ଡିଆ -
T-20 ବିଶ୍ବକପ୍ ଚାମ୍ପିଅନ୍ ଟିମ୍କୁ ୧୩୧ କୋଟିର ପୁରସ୍କାର ରାଶି ଘୋଷଣା କଲା BCCI -
ଇରାନ ଉପରେ ଆକ୍ରମଣ ନେଇ ଟ୍ରମ୍ପଙ୍କ ବଡ ବୟାନ, ଇସ୍ରାଏଲ ସହ ମିଶି ୪୬ ଜାହାଜ....












Click it and Unblock the Notifications