ଭୁବନେଶ୍ବରରେ ପହଞ୍ଚିଲେ ବିଜେପି ରାଷ୍ଟ୍ରୀୟ ସଭାପତି ଜେ.ପି ନଡ୍ଡା: ସଦସ୍ୟତା ଅଭିଯାନ କାର୍ଯ୍ୟକ୍ରମରେ ଯୋଗ ଦେବେ
ଭୁବନେଶ୍ବରରେ ପହଞ୍ଚିଲେ ବିଜେପି ରାଷ୍ଟ୍ରୀୟ ସଭାପତି ଜେ.ପି ନଡ୍ଡା । ସଦସ୍ୟତା ଅଭିଯାନ କାର୍ଯ୍ୟକ୍ରମରେ ଯୋଗ ଦେବେ ନଡ୍ଡା ।
ଦଳ ପକ୍ଷରୁ ଆୟୋଜିତ କାର୍ଯ୍ୟକ୍ରମରେ ସାମିଲ ହେବେ । ଅପରାହ୍ନରେ ସେ ପ୍ରତ୍ୟାବର୍ତ୍ତନ କରିବେ । ଶ୍ରୀ ନଡ୍ଡା ଏଜି ଛକଠାରେ ବାବା ସାହେବ ଡ.ଭୀମରାଓ ଆମ୍ବେଦକରଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବେ।

ଏହାପରେ ବୁଦ୍ଧିଜୀବୀ ସମ୍ମିଳନୀରେ ଯୋଗ ଦେଇ ଦଳର ସଦସ୍ୟତା ଅଭିଯାନ ସମ୍ପର୍କରେ ଆଲୋଚନା କରିବେ । ଏଥିରେ ରାଜ୍ୟର ବିଭିନ୍ନ ଗୋଷ୍ଠୀ, ଅନୁଷ୍ଠାନ ଓ ସଂଗଠନକୁ ପ୍ରତିନିଧିତ୍ୱ କରୁଥିବା ବିଶିଷ୍ଟ ବ୍ୟକ୍ତି ବିଶେଷ ଯୋଗ ଦେବେ । ମଧ୍ୟାହ୍ନରେ ବିଜେପି ରାଜ୍ୟ କାର୍ଯ୍ୟାଳୟରେ ମନ୍ତ୍ରୀ, ସାଂସଦ, ବିଧାୟକ ଓ ରାଜ୍ୟ ପଦାଧିକାରୀଙ୍କ ସହ ସଦସ୍ୟତା ଅଭିଯାନ ନେଇ ଆଲୋଚନା କରିବେ ଶ୍ରୀ ନଡ୍ଡା । ରାଜ୍ୟ ବିଜେପି ସାଧାରଣ ସମ୍ପାଦକ ଡ. ଯତୀନ ମହାନ୍ତି ଏ ସମ୍ପର୍କରେ ସୂଚନା ଦେଇଛନ୍ତି । ଗତ ୨ ତାରିଖଠାରୁ ବିଜେପି ପକ୍ଷରୁ ଦେଶବ୍ୟାପୀ ସଦସ୍ୟତା ଅଭିଯାନ ଆରମ୍ଭ ହୋଇଛି । ଓଡ଼ିଶାରେ ଏହାକୁ ବ୍ୟାପକ କରିବା ପାଇଁ ଶ୍ରୀ ନଡ୍ଡା ଭୁବନେଶ୍ୱର ଆସୁଛନ୍ତି ।












Click it and Unblock the Notifications