ପରୀ ହତ୍ୟା ମାମଲା: 'କିଏ କହୁଛି ସତ? ଗୃହ ରାଷ୍ଟ୍ରମନ୍ତ୍ରୀ ନା ଏସଆଇଟି ମୁଖ୍ୟ'
ବିରୋଧି ଦଳ ନେତା ପ୍ରଦୀପ୍ତ ନାଏକ ରାଜ୍ୟ ସରକାରଙ୍କ ଉପରେ ବର୍ଷିବା ସହ ଏସଆଇଟି ତଦନ୍ତ ଉପରେ ମଧ୍ୟ ପ୍ରଶ୍ନବାଚୀ ଲଗାଇଛନ୍ତି ।
ଭୁବନେଶ୍ୱର: ପରୀ ସମେତ ରାଜ୍ୟର ନିଖୋଜ ଶିଶୁମାନଙ୍କୁ ନ୍ୟାୟ ଦେବା ଦାବିରେ ଦ୍ୱିତୀୟ ଦିନରେ ପହଞ୍ଚିଛି ରାଜ୍ୟ ବିଜେପିର ପଦଯାତ୍ରା । ତେବେ ଏହି ଅବସରରେ ବିରୋଧି ଦଳ ନେତା ପ୍ରଦୀପ୍ତ ନାଏକ ରାଜ୍ୟ ସରକାରଙ୍କ ଉପରେ ବର୍ଷିବା ସହ ଏସଆଇଟି ତଦନ୍ତ ଉପରେ ମଧ୍ୟ ପ୍ରଶ୍ନବାଚୀ ଲଗାଇଛନ୍ତି ।
ପରୀ ହତ୍ୟାକାଣ୍ଡ ସଂପର୍କରେ ବିଧାନସଭାରେ ବିରୋଧୀ ଦଳ ପଚାରିବାରୁ ଗୃହରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ଏହାକୁ ହତ୍ୟା ବୋଲି ସ୍ୱୀକାର କରିଥିଲେ । ପରୀର ମୃତ ଶରୀରରୁ ଦୁଷ୍କର୍ମ ହୋଇଛି ବୋଲି କୌଣସି ପ୍ରମାଣ ମିଳିପାରିବ ନାହିଁ ବୋଲି ଗୃହରାଷ୍ଟ୍ର ମନ୍ତ୍ରୀ ଲିଖିତ ଉତ୍ତର ରଖିଥିଲେ । ଅନ୍ୟପଟେ ପୋଲିସ କ୍ଷମିତା ନଥିବା ଏସଆଇଟି ମୁଖ୍ୟ ଅରୁଣ ବ୍ରୋଥା ପରୀର ଦୁଷ୍କର୍ମ ହୋଇଛି ବୋଲି କହିଛନ୍ତି । ତେବେ ଗୃହ ରାଷ୍ଟ୍ରମନ୍ତ୍ରୀ କି ଏସଆଇଟି ମୁଖ୍ୟ ଅରୁଣ ବ୍ରୋଥାଙ୍କ ମଧ୍ୟରୁ କିଏ ସତ କହୁଛନ୍ତି ବୋଲି ବିରୋଧୀ ଦଳ ନେତା ପ୍ରଦୀପ୍ତ ନାଏକ ପ୍ରଶ୍ନ କରିଛନ୍ତି ।

ପ୍ରଦୀପଙ୍କ ଅଭିଯୋଗ, ନୟାଗଡ ଜିଲ୍ଲା ଯଦୁପୁର ଗାଁର ୫ ବର୍ଷୀୟ ଝିଅ ପରୀକୁ ରାଜ୍ୟସରକାର ନ୍ୟାୟ ଦେବାକୁ ଚାହୁଁନାହାଁନ୍ତି । ମୁଖ୍ୟମନ୍ତ୍ରୀଙ୍କ ପାଇଁ ନିରୀହ ନାବାଳିକାଠୁ ତାଙ୍କ ଦଳର ମନ୍ତ୍ରୀ ହେଉଛନ୍ତି ଗୁରୁତ୍ୱପୂର୍ଣ୍ଣ । ମନ୍ତ୍ରୀ ଅରୁଣ ସାହୁଙ୍କୁ ସୁରକ୍ଷା ଦେବା ପାଇଁ ରାଜ୍ୟସରକାର କିଛି ବି ପନ୍ଥା ଆପଣାଇ ପାରନ୍ତି । ରାଜ୍ୟସରକାର ଦୋଷୀକୁ ଦଣ୍ଡ ଦେବା ଅପେକ୍ଷା ଅଭିଯୁକ୍ତମାନଙ୍କୁ ସୁରକ୍ଷା ଦେବା କାର୍ଯ୍ୟରେ ଲାଗିଛନ୍ତି । ବିଭିନ୍ନ ତଦନ୍ତର ଆଳ ଦେଖାଇ ନିର୍ଦ୍ଦୋଷକୁ ଦୋଷୀ କରାଇବାରେ ମାହିର ଏସଆଇଟି ଟିମ୍ ପରୀ ହତ୍ୟାକାଣ୍ଡରେ ଜଣେ ନିରୀହ ଅନୁସୂଚିତ ଜାତିର ନାବାଳକକୁ ଦୋଷୀ ସଜାଇ ଗିରଫ କରିଛି । ଏସଆଇଟି ମୁଖ୍ୟ ଅରୁଣ ବ୍ରୋଥା ବିଜେଡିର ହାତବାରେସି ସାଜି ଲିପାପୋତା କରି ପରୀ ହତ୍ୟାକାଣ୍ଡ ଘଟଣାରେ ମୁଖ୍ୟ ଅଭିଯୁକ୍ତ ବାବୁଲି ନାଏକ ଏବଂ ତାଙ୍କୁ ସୁରକ୍ଷା ଦେଉଥିବା ଶାସକ ଦଳ ମନ୍ତ୍ରୀ ଅରୁଣ ସାହୁଙ୍କ ପାଇଁ ସୁରକ୍ଷା କବଚ ସାଜିଛନ୍ତି ବୋଲି ପ୍ରଦୀପ ନାଏକ ଅଭିଯୋଗ କରିଛନ୍ତି ।
-
୪ଜିଲାକୁ ବିଜୁଳି, ଘଡ଼ଘଡ଼ି ସତର୍କତା -
ସୁଭଦ୍ରା ଯୋଜନା ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ଚତୁର୍ଥ କିସ୍ତି ଟଙ୍କା, ପଠାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ -
ଯୁଦ୍ଧ ଭିତରେ ଋଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସହ କଥା ହେଲେ ଟ୍ରମ୍ପ, କହିଲେ ଆଲୋଚନା... -
T20 ବିଶ୍ୱକପ: କେତେ ମିଳିଲା ପୁରସ୍କାର ରାଶି ? -
ସୋମବାର ଶ୍ରୀମନ୍ଦିରରେ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ -
ମଧ୍ୟପ୍ରାଚ୍ୟରେ ମହା ଭୟଙ୍କର ଯୁଦ୍ଧ, ଇସ୍ରାଏଲର ମିସାଇଲ ମାଡ଼ରେ ଆମେରିକାର ୩୦ କୋଟି ଡଲାର ମୂଲ୍ୟର ଥଡ୍ ରେଡାର ସିଷ୍ଟମ ଧ୍ବଂସ -
ବର୍ଷିଲେ ରାଷ୍ଟ୍ରପତି, ଅସନ୍ତୋଷ ପରେ ମମତା ବାନାର୍ଜୀ ଦେଲେ ପ୍ରତିକ୍ରିୟା -
ବଦଳିଲା ବୁକିଂ ନିୟମ, ଏଣିକି ୨୧ ଦିନ ନ ହେଲେ ମିଳିବନି ନୂଆ ସିଲିଣ୍ଡର -
ଦକ୍ଷିଣ ଲେବାନନ୍ ଉପରେ ପୁନର୍ବାର ଆକ୍ରମଣ କଲା ଇସ୍ରାଏଲ, ଏପର୍ଯ୍ୟନ୍ତ ଯୁଦ୍ଧରେ ୧,୨୩୦ ଲୋକଙ୍କର ମୃତ୍ୟୁ -
ଟି୨୦ ବିଶ୍ୱକପରେ ଇତିହାସ ରଚିଲା ଭାରତ , ଗମ୍ଭୀରଙ୍କ ପାଇଁ ଇନଷ୍ଟା ପୋଷ୍ଟ୍ କଲେ ଧୋନୀ -
ଘରୋଇ ମାଟିରେ ଭାରତର ବଡ଼ ବିଜୟ, ଖୁସିରେ ଝୁମିଲେ ବିରାଟ -
ଭେନେଜୁଏଲାରୁ ୧୦୦ ନିୟୁତ ଡଲାର ମୂଲ୍ୟର ସୁନା ପାଇଛି ଆମେରିକାର ; ଗୃହ ସଚିବ












Click it and Unblock the Notifications