ପଦ୍ମପୁର ପାଇଁ ବିଜେପିର ଷ୍ଟାର ପ୍ରଚାରକ ତାଲିକା ପ୍ରକାଶ, ପ୍ରଚାର କରିବେ ୪ କେନ୍ଦ୍ରମନ୍ତ୍ରୀ
ପଦ୍ମପୁର ପାଇଁ ବିଜେପିର ଷ୍ଟାର ପ୍ରଚାରକ ତାଲିକା ପ୍ରକାଶ, ପ୍ରଚାର କରିବେ ୪ କେନ୍ଦ୍ରମନ୍ତ୍ରୀ
ପଦ୍ମପୁର: ଆଜି ବିଜେପି ଏବଂ ବିଜେଡି ଉଭୟ ପଦ୍ମପୁର ଉପ ନିର୍ବାଚନ ପାଇଁ ଷ୍ଟାର ପ୍ରଚାରକ ତାଲିକା ପ୍ରକାଶ କରିଛି । ଭାରତୀୟ ଜନତା ପାର୍ଟିର ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ପ୍ରକାଶ ପାଇଛି । ଏଥର ମୈଇଦାନରେ ଦେଖିବା ପାଇଁ ମିଳିବ ୪ କେନ୍ଦ୍ରମନ୍ତ୍ରୀଙ୍କୁ । ଏହା ଛଡା କେନ୍ଦ୍ର କୃଷିମନ୍ତ୍ରୀ ନରେନ୍ଦ୍ର ସିଂ ତୋମର ମଧ୍ୟ ପଦ୍ମପୁର ଉପନିର୍ବାଚନ ପାଇଁ ପ୍ରଚାରରେ ଯୋଗଦେଇ ପାରନ୍ତି ବୋଲି ଦଳ ପକ୍ଷରୁ ସୂଚାନା ଦିଆଯାଇଛି ।

ତେବେ ଏହି ତାଲିକାରେ ଚାରି କେନ୍ଦ୍ରମନ୍ତ୍ରୀ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଅଶ୍ୱିନୀ ବୈଷ୍ଣବ, ଅର୍ଜୁନ ମୁଣ୍ତା ଏବଂ ବିଶେଶ୍ୱର ଟୁଡୁ ରହିଛନ୍ତି । ଧାମନଗର ବିଧାୟକ ସୂରଜ ସୂର୍ଯ୍ୟବଂଶୀଙ୍କୁ ମଧ୍ୟ ସାମିଲ କରାଯାଇଛି । ସେହିପରି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପାଣ୍ତା, ବିଜେପି ପ୍ରଭାରୀ ଡି.ପୁରନ୍ଦେଶ୍ୱରୀ, ସାଂସଦ ଅପରାଜିତା ଷଡଙ୍ଗୀ, କ୍ଷେତ୍ର ପ୍ରଭାରୀ ସୁନୀଲ ବଂସଲ ବିଜେପି ପ୍ରାର୍ଥୀ ପ୍ରଦୀପ ପୁରୋହିତଙ୍କ ପାଇଁ ପ୍ରଚାର କରିବେ ।
ସୂଚନାଯୋଗ୍ୟ, ବରଗଡ ଜିଲ୍ଲାର ପଦ୍ମପୁର ବିଧାନସଭା ଆସନରୁ ୨୦୧୯ ରେ ଜିତିଥିବା ବିଜେଡି ବିଧାୟକ ବିଜୟ ରଞ୍ଜନ ସିଂ ବରିହାଙ୍କ ଦେହାନ୍ତ ପରେ ଉପନିର୍ବାଚନ ହେଉଛି । ଆସନ୍ତା ଡିସେମ୍ବର ୫ ତାରିଖରେ ହେବ ମତଦାନ ଏବଂ ୮ତାରିଖରେ ଭୋଟ ଗଣତି ହେବ । ଚଳିତମାସ ୧୭ ତାରିଖ ଯାଏଁ ଚାଲିବ ନୋମିନେସନ୍ । ନଭେମ୍ବର ୧୮ରେ ପ୍ରାର୍ଥୀପତ୍ରର ଯାଞ୍ଚ ହେବାକୁ ଥିବା ବେଳେ ନଭେମ୍ବର ୨୧ରେ ପ୍ରାର୍ଥୀପତ୍ର ପ୍ରତ୍ୟାହାର ଶେଷ ଦିନ । ଏହାପରେ ନଭେମ୍ବର ୨୧ରେ ଚୂଡାନ୍ତ ପ୍ରାର୍ଥୀଙ୍କ ନାମ ଘୋଷଣା କରାଯିବ । ଡିସେମ୍ବର ୧୦ରେ ଭୋଟ ଗଣତି ଓ ଫଳାଫଳ ପ୍ରକାଶ ପାଇବ ।












Click it and Unblock the Notifications