Odisha Assembly Election 2024: ନାମାଙ୍କନ ଭରିଲେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ
ନାମାଙ୍କନ ଦାଖଲ କଲେ ବିଜେପି ରାଜ୍ୟ ସଭାପତି ତଥା ଚାନ୍ଦବାଲି ବିଧାୟକ ପ୍ରାର୍ଥୀ ମନମୋହନ ସାମଲ । ସମର୍ଥକ ଓ ଦଳୀୟ କର୍ମୀଙ୍କ ଗହଣରେ ବିରାଟ ଶୋଭାଯାତ୍ରାରେ ଆସି ପ୍ରାର୍ଥିପତ୍ର ଦାଖଲ କରିଛନ୍ତି । ଭଦ୍ରକ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚି ନାମାଙ୍କନ ଭରିଲେ।

ମାହାଙ୍ଗା ବିଜେପି ବିଧାୟକ ପ୍ରାର୍ଥୀ ସୁମନ୍ତ ଘଡେଇ ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ନିଜର ହଜାର ହଜାର ସମର୍ଥକଙ୍କୁ ନେଇ ଏରକଣାଠାରୁ ଏକ ବିଶାଳ ଶୋଭାଯାତ୍ରାରେ ବାହାରିଥିଲେ । ପରେ ସେ ନାମାଙ୍କନ ଦାଖଲ କରିଛନ୍ତି ।
ନାମାଙ୍କନ ଭରିଲେ ବୈଜୟନ୍ତ । ବିଜେପିର କେନ୍ଦ୍ରାପଡ଼ା ଲୋକସଭା ପ୍ରାର୍ଥୀ ବୈଜୟନ୍ତ ପଣ୍ଡା ଆଜି ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ସେ କେନ୍ଦ୍ରାପଡ଼ା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ନାମାଙ୍କନ ପତ୍ର ଦାଖଲ କରିଛନ୍ତି।












Click it and Unblock the Notifications