For Quick Alerts
Turn On Notification  
For Daily Alerts
Oneindia App Download

ବିଜେପି ରାଜ୍ୟ କାର୍ଯ୍ୟକାରିଣୀ ବୈଠକ: ୨୦୨୪ ପାଇଁ ଦୁଇସୂତୀ କାର୍ଯ୍ୟକ୍ରମ ପ୍ରସ୍ତୁତି କଲା ବିଜେପି

ରାଜ୍ୟ କାର୍ଯ୍ୟକାରିଣୀ ବୈଠକରେ ୨୦୨୪ ପାଇଁ ଦୁଇସୂତୀ କାର୍ଯ୍ୟକ୍ରମ ପ୍ରସ୍ତୁତି କଲା ବିଜେପି। ରାଜ୍ୟର ସାଂପ୍ରତିକ ରାଜନୈତିକ ଓ ସାମାଜିକ ପ୍ରସଙ୍ଗକୁ ନେଇ ବିଜେପିର ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଛି ।

|

ଭୁବନେଶ୍ୱର: ରାଜ୍ୟ କାର୍ଯ୍ୟକାରିଣୀ ବୈଠକରେ ୨୦୨୪ ପାଇଁ ଦୁଇସୂତୀ କାର୍ଯ୍ୟକ୍ରମ ପ୍ରସ୍ତୁତି କଲା ବିଜେପି। ରାଜ୍ୟର ସାଂପ୍ରତିକ ରାଜନୈତିକ ଓ ସାମାଜିକ ପ୍ରସଙ୍ଗକୁ ନେଇ ବିଜେପିର ରାଜ୍ୟ କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଛି । ବିଜେଡିର ଅପାରଗ, ଭ୍ରଷ୍ଟ ସରକାରକୁ ଗାଦିଚ୍ୟୁତ କରି ଓଡ଼ିଶାରେ ବିଜେପି ଡବଲ ଇଞ୍ଜିନ ସରକାର କରିବ ବୋଲି କହିଛନ୍ତି ବିଜେପିର ରାଜ୍ୟ ସଭାପତି ସମୀର ମହାନ୍ତି ।

BJP State Working Meeting

ସେ ଆହୁରି କହିଛନ୍ତି ଯେ, ଓଡ଼ିଶା ଆଜି ପଛରେ । ରାଜ୍ୟ ଶାସନ ବ୍ୟବସ୍ଥା ଅମଲାତନ୍ତ୍ର କବଜାରେ । ରାଜ୍ୟରେ କୌଣସି ଦୀର୍ଘ ମିଆଦି ଉନ୍ନୟନ କାର୍ଯ୍ୟ ସମ୍ବନ୍ଧରେ ଚିନ୍ତା ରଖୁନଥିବା ବିଜେଡି ସରକାର ସମସ୍ତ କେନ୍ଦ୍ରୀୟ ଯୋଜନାକୁ ନିଜ ନାମରେ ନାମିତ କରି ଯୋଜନାକୁ ହଡପ କରିବା ସଙ୍ଗେ ସଙ୍ଗେ ରାଜ୍ୟବାସୀଙ୍କୁ ଭ୍ରମିତ କରିଆସୁଛନ୍ତି । ରାଜ୍ୟ ଓ ରାଜ୍ୟବାସୀଙ୍କ ଧନ ଜୀବନର ସୁୁରକ୍ଷା ରାଜ୍ୟ ସରକାରଙ୍କ ପ୍ରାଥମିକ ଦାୟିତ୍ୱ ଥିବାବେଳେ ସେଥିରେ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ବିଫଳ । ନାଁ ରାଜ୍ୟ ସୁରକ୍ଷିତ ନାଁ ରାଜ୍ୟବାସୀ ସୁରକ୍ଷିତ । ପ୍ରଧାନମନ୍ତ୍ରୀ ମୋଦିଙ୍କ ଜନକଲ୍ୟାଣ ଯୋଜନାକୁ ଲୋକଙ୍କ ପାଖରେ ପଂହଚାଇବା ସହିତ ରାଜ୍ୟ ସରକାରଙ୍କ ଦୁର୍ନୀତି, ଭ୍ରଷ୍ଟାଚାର ବିରୋଧରେ ଆଗାମୀ ଦିନରେ ବ୍ୟାପକ ଆନ୍ଦୋଳନ କରିବାକୁ ରାଜ୍ୟ ସଭାପତି ଶ୍ରୀ ସମୀର ମହାନ୍ତି ଆହ୍ୱାନ ଦେଇଛନ୍ତି ।

ଏହି ବୈଠକରେ ଓଡ଼ିଶା ଦାୟିତ୍ୱରେ ଥିବା ବିଜେପିର ସାଧାରଣ ସଂପାଦକ ତଥା କ୍ଷେତ୍ରୀୟ ପ୍ରଭାରୀ ସୁନୀଲ ବଂଶଲ, ପ୍ରଭାରୀ ତଥା ରାଷ୍ଟ୍ରୀୟ ସାଧାରଣ ସଂପାଦକ ଡି.ପୁରନ୍ଦେଶ୍ୱରୀ, ସହପ୍ରଭାରୀ ସାଂସଦ ବିଜୟ ପାଲସିଂ ତୋମାର ଓ ରାଜ୍ୟ ସଂଗଠନ ସାଧାରଣ ସଂପାଦକ ମାନସ କୁମାର ମହାନ୍ତି ବିଜେପିର ସାଙ୍ଗଠନିକ କାର୍ଯ୍ୟକ୍ରମରେ ସମୀକ୍ଷା କରିବା ସହ ଆଗାମୀ ୪ମାସର ରୋଡମ୍ୟାପର ବିସ୍ତୃତ ଆଲୋଚନା କରିଥିଲେ ।

ରାଜ୍ୟର ଆଇନ ଶୃଙ୍ଖଳା ପରିସ୍ଥିତି, ବେକାରୀ ସମସ୍ୟା, ଚାଷୀ ଓ ଚାଷ ସମସ୍ୟା, ଶକ୍ଷା ସମସ୍ୟା, ଦୁର୍ନୀତି ଓ ଭ୍ରଷ୍ଟାଚାର, ପ୍ରଧାନମନ୍ତ୍ରୀ ଆବାସ ବଂଟନରେ ଅନିୟମତତା, ମହିଳାଙ୍କ ଆର୍ଥିକ ବିକାଶ ପାଇଁ କେନ୍ଦ୍ର ସରକାରଙ୍କ ଅବଦାନ, ସ୍ୱାସ୍ଥ୍ୟ ସେବା ଓ ପାନୀୟ ଜଳ, ଆଦିବାସୀ-ଦଳୀତଙ୍କୁ ଅଣଦେଖା, ଓବିସି ବର୍ଗଙ୍କୁ ଅବହେଳା, ସମବାୟ ସଂସ୍ଥାର ଅଚଳାବସ୍ଥା ପ୍ରଭୃତିକୁ ନେଇ ପ୍ରସ୍ତୁତି ହେଇଥିବା ରାଜନୈତିକ ଚିଠା ପ୍ରସ୍ତାବକୁ ଆଗତ କରିଥିଲେ ରାଜ୍ୟ ସାଧାରଣ ସଂପାଦକ ଶ୍ରୀ ପୃଥ୍ୱୀରାଜ ହରିଚନ୍ଦନ ।

ସେହିପରି ଜାତୀୟ ରାଜପଥ ଓ ରେଳସେବା କ୍ଷେତ୍ରରେ ଓଡ଼ିଶାକୁ ଅଗ୍ରାଧିକାର, ଜି-୨୦ସମ୍ମିଳନୀ ପାଇଁ ଓଡ଼ିଶାକୁ ଗୁରୁତ୍ୱ, ୫ଜି ନେଟୱାର୍କ ସେବା ପ୍ରଚଳନ, ପ୍ରଧାନମନ୍ତ୍ରୀ ଖଣିଜ କ୍ଷେତ୍ରୀୟ କଲ୍ୟାଣ ଯୋଜନା ପ୍ରଭୃତିରେ ଓଡ଼ିଶାକୁ ବିପୁଳ ଅର୍ଥ ପ୍ରଦାନ କରିଥିବା ସମ୍ପର୍କରେ ରାଜ୍ୟ କାର୍ଯ୍ୟକାରିଣୀରେ ରାଜ୍ୟ ଉପସଭାପତି ଭୃଗୁ ବକ୍ସିପାତ୍ର ତଥ୍ୟ ରଖିଥିଲେ । କେନ୍ଦ୍ର ସରକାର ଓ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଧନ୍ୟବାଦ ଜଣାଇ କାର୍ଯ୍ୟକାରିଣୀ ପ୍ରସ୍ତାବ ଆଗତ କରାଯାଇଥିଲା ।

ଆଜିର ଏହି ରାଜ୍ୟ କାର୍ଯ୍ୟକାରିଣୀରେ ରାଷ୍ଟ୍ରୀୟ କାର୍ଯ୍ୟକାରିଣୀ ସଦସ୍ୟ, ରାଜ୍ୟ କୋର କମିଟି ସଦସ୍ୟ, ରାଜ୍ୟ ପଦାଧିକାରୀ, ରାଜ୍ୟ ମୁଖପାତ୍ର, ସାଂସଦ, ବିଧାୟକ, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ, ଜିଲ୍ଲା ସଭାପତି, ଜିଲ୍ଲା ପ୍ରଭାରୀ ଓ ସମସ୍ତ ମୋର୍ଚ୍ଚାର ସଭାପତି ପ୍ରମୁଖ ଉପସ୍ଥିତ ଥିଲେ ।

ଆମକୁ ଫୋଲୋ କରନ୍ତୁ
Instagram Youtube
English summary
BJP State Working Meeting: BJP Prepare for 2024 Election
ସର୍ବଶେଷ ସମ୍ବାଦ ପ୍ରାପ୍ତ କରନ୍ତୁ
Enable
x
Notification Settings X
Time Settings
Done
Clear Notification X
Do you want to clear all the notifications from your inbox?
Settings X