ଆଜିଠୁ ବିଜେପିର ଦୁଇ ଦିନିଆ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ; ଯୋଗ ଦେବେ ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା
ଆଜିଠୁ ବିଜେପିର ଦୁଇ ଦିନିଆ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ । ପୁରୀ ବଳିଆପଣ୍ଡା ସ୍ଥିତ ଏକ ହୋଟେଲରେ ବସିବ ବୈଠକ । ପ୍ରତିଶ୍ରୁତି ପୂରଣ ପାଇଁ ପ୍ରସ୍ତୁତ ହେବ ସରକାରଙ୍କ ରୋଡ୍ ମ୍ୟାପ୍ । ବୈଠକରେ ଯୋଗ ଦେବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା । ମୁଖ୍ୟମନ୍ତ୍ରୀଙ୍କ ସହ ରହିବେ କେନ୍ଦ୍ର ମନ୍ତ୍ରୀ ଓ ସାଂସଦ ।
ପୁରୀର ବଳିଆ ପଣ୍ଡା ସ୍ଥିତ ବ୍ଲୁ ହ୍ବିଲ୍ ହୋଟେଲରେ ଏହି ବୈଠକ ଅନୁଷ୍ଠିତ ହେବ । ନିର୍ବାଚନ ପରବର୍ତ୍ତୀ ଅବସ୍ଥାରେ କେନ୍ଦ୍ରରେ ତୃତୀୟ ଥର ଏବଂ ଓଡ଼ିଶାରେ ବିଜେପି ପ୍ରଥମ ଥର ସରକାର ଗଠନ ହେବା ପରେ ବୈଠକ ହେଉଛି । ୧୯ ତାରିଖ ସକାଳ ୧୦ ଟା ୩୦ରେ ପଦାଧିକାରୀ ବୈଠକ ହେବ । ଅପରାହ୍ନ ୨:୩୯ରେ କାର୍ଯ୍ୟକାରିଣୀ ବୈଠକ ଉଦ୍ଘାଟନ ହେବ ଏବଂ ୨୦ ତାରିଖ ସନ୍ଧ୍ୟା ପର୍ଯ୍ୟନ୍ତ ଚାଲିବ ।

ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ ରାଜ୍ୟର ସବୁ ନେତା ଉପସ୍ଥିତ ରହିବେ । ୨୪ ନିର୍ବାଚନ ବେଳେ ବିଧାନସଭା ଏବଂ ଲୋକସଭା ସଂଯୋଜକ, ଜିଲ୍ଲା ସାଧାରଣ ସଂପାଦକ, ସଭାପତି, ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ, ସମସ୍ତ ମୋର୍ଚ୍ଚା ସଭାପତି, ମୁଖ୍ୟମନ୍ତ୍ରୀ, ସମସ୍ତ ମନ୍ତ୍ରୀ, ସାଂସଦ, ବିଧାୟକ, କେନ୍ଦ୍ର ମନ୍ତ୍ରୀ ଉପସ୍ଥିତ ରହିବେ । କ୍ଷତ୍ରିୟ ପ୍ରଭାରୀ ସୁନୀଲ ବଂଶଲ, ରାଜ୍ୟ ପ୍ରଭାରୀ ବିଜୟ ପାଲ ସିଂ ତୋମାର, ସହ ପ୍ରଭାରୀ ଲତା ଉସେଣ୍ଡି ଉପସ୍ଥିତ ରହିବେ । ବୈଠକରେ ରାଜନୈତିକ ପରିସ୍ଥିତି, ସାଂପ୍ରତିକ ସରକାରର ଜନ କଲ୍ୟାଣ କାର୍ଯ୍ୟକ୍ରମ ବିଷୟରେ ଚର୍ଚ୍ଚା ଆଲୋଚନା ହୋଇ ଆଗାମୀ ରଣନୀତି ପ୍ରସ୍ତୁତ ହେବ । ଶାସକ ଦଳ ହିସାବରେ ବିଜେପି ଆଗାମୀ ଦିନରେ କେଉଁ କେଉଁ କାର୍ଯ୍ୟକ୍ରମ ହାତକୁ ନେବ ସେ ନେଇ ରାଜନୈତିକ ଚିଠା ପ୍ରସ୍ତାବ ପାରିତ ହେବ ।
କ୍ଷେତ୍ରୀୟ ପ୍ରଭାରୀ ସୁନୀଲ ବଂଶଲ, ରାଜ୍ୟ ପ୍ରଭାରୀ ବିଜୟ ପାଲ ସିଂ ତୋମାର, ସହ ପ୍ରଭାରୀ ଲତା ଉସେଣ୍ଡି ବି ଏହି ବୈଠକରେ ଉପସ୍ଥିତ ରହିବେ। ଏହି ବୈଠକରେ ରାଜନୈତିକ ପରିସ୍ଥିତି, ସାଂପ୍ରତିକ ସରକାରର ଜନ କଲ୍ୟାଣ କାର୍ଯ୍ୟକ୍ରମ ବିଷୟରେ ଚର୍ଚ୍ଚା ଆଲୋଚନା ହୋଇ ଆଗାମୀ ରଣନୀତି ପ୍ରସ୍ତୁତ ହେବ।












Click it and Unblock the Notifications