ବ୍ରଜରାଜନଗର ଉପନିର୍ବାଚନ: ଆସନ୍ତାକାଲି ସକାଳ ୮ଟାରୁ ଭୋଟ ଗଣତି
ବ୍ରଜରାଜନଗର ଉପନିର୍ବାଚନ ପାଇଁ କାଲି ହେବ ଭୋଟ ଗଣତି । ଆସନ୍ତାକାଲି ସକାଳ ୮ଟାରୁ ଆରମ୍ଭ ହେବ ଭୋଟ ଗଣତି ପ୍ରକ୍ରିୟା । ସ୍ଥାନୀୟ ଇଂଜିନିୟରିଂ କଲେଜ ଠାରେ ହେବ ଭୋଟ ଗଣତି।
ଝାରସୁଗୁଡା: ବ୍ରଜରାଜନଗର ଉପନିର୍ବାଚନ ପାଇଁ କାଲି ହେବ ଭୋଟ ଗଣତି । ଆସନ୍ତାକାଲି ସକାଳ ୮ଟାରୁ ଆରମ୍ଭ ହେବ ଭୋଟ ଗଣତି ପ୍ରକ୍ରିୟା । ସ୍ଥାନୀୟ ଇଂଜିନିୟରିଂ କଲେଜ ଠାରେ ହେବ ଭୋଟ ଗଣତି।

ପ୍ରଥମେ ୩୦ ମିନିଟ ପୋଷ୍ଟାଲ ବାଲଟ ପେପର ଭୋଟ ଗଣତି କରାଯିବ। ପରେ ଇଭିଏମ ଭୋଟ ଗଣତି କରାଯିବ। ମୋଟ ୧୪ଟି ଟେବୁଲରେ ଗଣତି ହେବ। ମୋଟ ୨୭୯ ମତଦାନ କେନ୍ଦ୍ରରେ ମତଦାନ କରାଯାଇଥିବାରୁ ୨୦ ରାଉଣ୍ଡ କାଉଣ୍ଟ ହେବ। ପ୍ରତି ଟେବୁଲରେ ୪ ଜଣ କାଉଣ୍ଟିଂ ଅଫିସର ରହିବେ। ପ୍ରତି ରାଉଣ୍ଡ ପରେ ଫଳାଫଳ ମାଇକ ଯୋଗେ ଘୋଷଣା କରାଯିବ।
ଭୋଟ ଗଣତି ପ୍ରକ୍ରିୟାକୁ ସୁରୁଖୁରରେ ଶେଷ କରିବାକୁ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଥିବା ରାଜ୍ୟ ନିର୍ବାଚନ ଅଧିକାରୀ ସୁଶୀଲ କୁମାର ଲୋହାନୀ କହିଛନ୍ତି। ଭୋଟଗଣତି କେନ୍ଦ୍ରରେ କେନ୍ଦ୍ରୀୟ ଅର୍ଦ୍ଧ ସୁରକ୍ଷା ବଳ, ସଶସ୍ତ୍ର ପୋଲିସ ବାହୀନି ସହ ଓଡ଼ିଶା ପୋଲିସର ଯବାନମାନଙ୍କୁ ନିୟୋଜିତ କରାଯାଇଥିବା ସେ ସୂଚନା ଦେଇଛନ୍ତି।
ଝାରସୁଗୁଡା ଜିଲ୍ଲାର ବ୍ରଜରାଜନଗର ବିଧାନସଭା ଆସନରେ ଅନୁଷ୍ଠିତ ହେଉଥିବା ଉପନିର୍ବାଚନ ଲାଗି ମେ ୩୧ ତାରିଖ ମଙ୍ଗଳବାର ଅନୁଷ୍ଠିତ ହୋଇଥିଲା ଭୋଟ ଗ୍ରହଣ। ମୋଟ ୨୭୯ ମତଦାନ କେନ୍ଦ୍ରରେ ଅନୁଷ୍ଠିତ ହୋଇଥିଲା ମତଦାନ। ଏହି ନିର୍ବାଚନରେ ୭୧.୯୦% ପ୍ରତିଶତ ମତଦାନ ହୋଇଥିବା ଜଣାପଡ଼ିଛି।
-
ଯୁଦ୍ଧ ଭିତରେ ଇରାନ ସହ କଥା ହେଲା ଭାରତ, ଜାଣନ୍ତୁ କଣ ହେଲା ଆଲୋଚନା -
ହରିଶ ରାଣାଙ୍କୁ ମିଳିଲା ଇଚ୍ଛାମୃତ୍ୟୁ -
ଇରାନ ପାଇଁ ଆମେରିକା ଋଷ ମୁହାଁମୁହିଁ , ଋଷକୁ ବଡ ଚେତାବନୀ ଦେଲେ ଆମେରିକା -
ବାଚସ୍ପତିଙ୍କ ବିପକ୍ଷରେ ବିରୋଧୀଙ୍କ ଅବିଶ୍ୱାସ ପ୍ରସ୍ତାବ ଖାରଜ -
ସଞ୍ଜୁ ସାମସନ ହୋଇପାରନ୍ତି ପରବର୍ତ୍ତୀ ଟି୨୦ ଅଧିନାୟକ -
ଦିଲ୍ଲୀ ଏମ୍ସରେ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅସ୍ତ୍ରୋପଚାର ସଫଳ, ସ୍ୱାସ୍ଥ୍ୟାବସ୍ଥା ସ୍ଥିର ଥିବା ଏମ୍ସ ପକ୍ଷରୁ ସୂଚନା -
ବର୍ଷା ପାଇଁ ୪ ଜିଲ୍ଲାକୁ ଆଲର୍ଟ ଜାରି, ଆସନ୍ତା ୨୪ ଘଣ୍ଟାରେ... -
ଇରାନ ରାଷ୍ଟ୍ରପତିଙ୍କ ସହ କଥା ହେଲେ ମୋଦି, କହିଦେଲେ.. -
୬୯ ମଣ୍ଡି ନୋଡାଲ ଅଫିସର୍ଙ୍କ ମାର୍ଚ୍ଚ ମାସ ଦରମା ବନ୍ଦ, ଦରମା ବନ୍ଦ କଲେ ଜିଲ୍ଲାପାଳ -
ରାଜ୍ୟରେ ରନ୍ଧନ ଗ୍ୟାସ ସଙ୍କଟ, ଠିକ୍ ସମୟରେ ଆସୁନି ଗ୍ୟାସ୍ ସିଲିଣ୍ଡର -
ରାଜ୍ୟର ଏହି ୪ ଜିଲ୍ଲାରେ ଖୋଲିବ ଚାଉଳ ATM, ସୂଚନା ଦେଲେ ମନ୍ତ୍ରୀ -
୪ ଜିଲ୍ଲାରେ କାଳବେଶାଖୀ ସମ୍ଭାବନା











Click it and Unblock the Notifications