ପ୍ରକାଶ ପାଇଲା ବ୍ରଜରାଜନଗର ଉପନିର୍ବାଚନ ବିଜ୍ଞପ୍ତି: ଆଜିଠୁ ୧୧ ଯାଏ ନାମାଙ୍କନ ଦାଖଲ
ପ୍ରକାଶ ପାଇଲା ବ୍ରଜରାଜନଗର ଉପନିର୍ବାଚନ ବିଜ୍ଞପ୍ତି । ରିଟର୍ଣ୍ଣିଂ ଅଫିସର ତଥା ଉପଜିଲ୍ଲାପାଳଙ୍କ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇବା ପରେ ଆଜିଠାରୁ ନାମାଙ୍କନ ପ୍ରକ୍ରିୟା ଆରମ୍ଭ ହୋଇଛି । ଆସନ୍ତା ୧୧ ତାରିଖ ପର୍ଯ୍ୟନ୍ତ ଆଶାୟୀମାନେ ନାମାଙ୍କନପତ୍ର ଦାଖଲ କରିପାରିବ
ଭୁବନେଶ୍ୱର: ପ୍ରକାଶ ପାଇଲା ବ୍ରଜରାଜନଗର ଉପନିର୍ବାଚନ ବିଜ୍ଞପ୍ତି । ରିଟର୍ଣ୍ଣିଂ ଅଫିସର ତଥା ଉପଜିଲ୍ଲାପାଳଙ୍କ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇବା ପରେ ଆଜିଠାରୁ ନାମାଙ୍କନ ପ୍ରକ୍ରିୟା ଆରମ୍ଭ ହୋଇଛି । ଆସନ୍ତା ୧୧ ତାରିଖ ପର୍ଯ୍ୟନ୍ତ ଆଶାୟୀମାନେ ନାମାଙ୍କନପତ୍ର ଦାଖଲ କରିପାରିବେ।

ସେହିପରି ମେ' ୧୨ରେ ନାମାଙ୍କନପତ୍ର ଯାଞ୍ଚ କରାଯିବ। ୧୭ ତାରିଖ ପର୍ଯ୍ୟନ୍ତ ହୋଇପାରିବ ନାମାଙ୍କନ ପ୍ରତ୍ୟାହାର । ଗତକାଲି ଉପନିର୍ବାଚନକୁ ନଜରରେ ରଖି ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ବୈଠକ ବସିଥିଲା। ନିର୍ବାଚନ ଆଚରଣ ବିଧି ପାଳନ ଉପରେ ନଜର ରଖିବା ଲାଗି ଏକ ଟିମ୍ ଗଢାଯାଇଥିଲା। ଆଇନଶୃଙ୍ଖଳା ରକ୍ଷା ଲାଗି ପୋଲିସ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯିବ ବୋଲି ନିଷ୍ପତ୍ତି ହୋଇଥିଲା।
ସୂଚନାଯୋଗ୍ୟ, ଗତ ଡିସେମ୍ବର ୩୦ରେ ବରିଷ୍ଠ ବିଜେଡି ନେତା ତଥା ବ୍ରଜରାଜନଗର ବିଧାୟକ କିଶୋର ମହାନ୍ତିଙ୍କ ପରଲୋକ ପରେ ଏହି ଆସନରେ ନିର୍ବାଚନ ହେବାକୁ ଯାଉଛି । ଉପନିର୍ବାଚନ ପାଇଁ ଘୋଷଣା ପରେ ଏବେ ୩ ପ୍ରମୁଖ ରାଜନୈତିକ ଦଳ ପକ୍ଷରୁ ଆରମ୍ଭ ହେବ କସରତ । ତେବେ କେଉଁ ଦଳରୁ କିଏ ପ୍ରାର୍ଥୀ ହେଉଛି ତାହା ଉପରେ ରହିବ ସମସ୍ତଙ୍କର ନଜର ।

ବ୍ରଜରାଜନଗର ବିଧାନସଭା ଉପନିର୍ବାଚନ ହେଲେ ଏଥର ୨ଲକ୍ଷ ୧୪ ହଜାର ୨୬୧ ଭୋଟର ସେମାନଙ୍କର ମତାଧିକାର ସାବ୍ୟସ୍ତ କରିବେ। ମେ' ୩୧ରେ ହେବ ବ୍ରଜରାଜନଗର ବିଧାନସଭା ଉପନିର୍ବାଚନ ପାଇଁ ଭୋଟ ହେବ।
ଆଜିଠୁ ନାମାଙ୍କନ ଦାଖଲ ହେଉଥିବାବେଳେ ସବୁ ରାଜନୈତିକ ଦଳ ଆରମ୍ଭ କରିଦେଲେଣି କସରତ୍ । ଲଢ଼େଇ ପାଇଁ ବିଜେଡି ପ୍ରସ୍ତୁତ ଥିବା କହିଛି । କାହାକୁ ପ୍ରାର୍ଥୀ କରାଯିବ, ସେନେଇ ଦଳର ସୁପ୍ରିମୋ ନିଷ୍ପତ୍ତି ନେବେ । ସେପଟେ ବିଜେପି ପ୍ରାର୍ଥୀ ଚୂଡ଼ାନ୍ତ କରିଥିବା କହିଛି । ଦିନେ ଦୁଇଦିନ ଭିତରେ ପ୍ରଭାରୀ ଓ ସହ-ପ୍ରଭାରୀ ଓଡ଼ିଶା ଆସି ଉପନିର୍ବାଚନ ରଣନୀତି ପ୍ରସ୍ତୁତ କରିବେ । ଏହାପରେ ଦଳର ସଂସଦୀୟ ବୋର୍ଡ ପ୍ରାର୍ଥୀଙ୍କ ନାଁରେ ମୋହର ମାରିବ । ଅନ୍ୟପଟେ କଂଗ୍ରେସ ମଧ୍ୟ ଉପନିର୍ବାଚନ ପାଇଁ ପ୍ରସ୍ତୁତ ଥିବା କହିଛି ।
-
ପ୍ରକାଶ ପାଇଲା ଟି-୨୦ ରାଙ୍କିଙ୍ଗ୍ : ବିଶ୍ୱର ନମ୍ବର ୧ ବ୍ୟାଟ୍ସମ୍ୟା କିଏ ଜାଣନ୍ତୁ… -
୨୦୨୬ ଟି-୨୦ ବିଶ୍ୱକପ ପାଇଁ ଶ୍ରେଷ୍ଠ ଏକାଦଶ ଘୋଷଣା କଲା ICC, ୪ ଭାରତୀୟ ଖେଳାଳଙ୍କୁ ମିଳିଲା ସ୍ଥାନ -
ବିମାନ ଯାତ୍ରା ଉପରେ ବି ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ, ଟିକେଟ ମୂଲ୍ୟ ବୃଦ୍ଧି କଲା ଏୟାର ଇଣ୍ଡିଆ -
କେନ୍ଦ୍ର ସରକାରଙ୍କୁ କଡ଼ା ନିର୍ଦ୍ଦେଶ, କୋଭିଡ ୧୯ ଭ୍ୟାକସିନ ଯୋଗୁଁ ଯେଉଁ ଜୀବନ ଯାଇଛି, ସେମାନଙ୍କୁ କ୍ଷତିପୂରଣ ମିଳୁ -
ପଶ୍ଚିମ ଏସିଆ ଅସ୍ଥିରତା ମଧ୍ୟରେ ସରକାର ରାଜ୍ୟଗୁଡ଼ିକୁ ଦିଆଯାଇଛି 40,000 କିଲୋଲିଟର ଅତିରିକ୍ତ କିରୋସିନି -
ଯୁଦ୍ଧ ଭିତରେ ଇରାନ ସହ କଥା ହେଲା ଭାରତ, ଜାଣନ୍ତୁ କଣ ହେଲା ଆଲୋଚନା -
ଇରାନ ଉପରେ ଆକ୍ରମଣ ନେଇ ଟ୍ରମ୍ପଙ୍କ ବଡ ବୟାନ, ଇସ୍ରାଏଲ ସହ ମିଶି ୪୬ ଜାହାଜ.... -
ହରିଶ ରାଣାଙ୍କୁ ମିଳିଲା ଇଚ୍ଛାମୃତ୍ୟୁ -
T-20 ବିଶ୍ବକପ୍ ଚାମ୍ପିଅନ୍ ଟିମ୍କୁ ୧୩୧ କୋଟିର ପୁରସ୍କାର ରାଶି ଘୋଷଣା କଲା BCCI -
ସଚିନ ତେନ୍ଦୁଲକରଙ୍କୁ ପଛରେ ପକାଇଇଲେ ନୂଆ ରେକର୍ଡ କଲେ ଜସପ୍ରିତ ବୁମରାହ -
ଆମେରିକା, ଇସ୍ରାଏଲ-ଇରାନ ଯୁଦ୍ଧ ସମୟରେ ଭାରତ ଯେଉଁ ଅତ୍ୟାବଶ୍ୟକୀୟ ସାମଗ୍ରୀ ଆଇନ ଲାଗୁ କରିଛି ଜାଣନ୍ତୁ ତାହା କ’ଣ? -
ଇରାନ ପାଇଁ ଆମେରିକା ଋଷ ମୁହାଁମୁହିଁ , ଋଷକୁ ବଡ ଚେତାବନୀ ଦେଲେ ଆମେରିକା











Click it and Unblock the Notifications