ଆଜି ରାଜ୍ୟର ୬ଟି ବ୍ଲକରେ ଅନୁଷ୍ଠିତ ହେଉଛି ଉପନିର୍ବାଚନ: ମୈଦାନରେ ମୁହାଁମୁହିଁ ବିଜେପି-ବିଜେଡି
ଆଜି ରାଜ୍ୟର ୬ଟି ବ୍ଲକରେ ଅନୁଷ୍ଠିତ ହେଉଛି ଉପନିର୍ବାଚନ । ପୁଣି ନିର୍ବାଚନ ମୈଦାନରେ ମୁହାଁମୁହିଁ ହେଉଛନ୍ତି ବିଜେପି-ବିଜେଡି। ଉପନିର୍ବାଚନ ହେବାକୁ ଥିବା ସମସ୍ତ ୬ ବ୍ଲକ୍ ଥିଲା ବିଜେଡି ପାଖରେ । କିନ୍ତୁ ଏବେ ସ୍ଥିତି ବଦଳିଛି ।
ତେଣୁ ଉଭୟ ବିଜେପି ଏବଂ ବିଜେଡି ପାଇଁ ଉପନିର୍ବାଚନ ସମ୍ମାନର ପ୍ରଶ୍ନ। ସବୁଠି ଛକାପଞ୍ଝା ସ୍ଥିତି ଲାଗି ରହିଥିବା ବେଳେ ଏସବୁ ସିଟ୍ ହାତେଇବାକୁ ରଣକୌଶଳ ଆରମ୍ଭ କରି ଦେଇଛନ୍ତି ବିଜେପି ଆଉ ବିଜେଡି।
ଗଞ୍ଜାମ ଦିଗପହଣ୍ଡି ନିର୍ବାଚନ ମଣ୍ଡଳୀର କୁକୁଡାଖଣ୍ଡି ବ୍ଲକ୍ ଥିଲା ବିଜେଡି ପାଖରେ। କିନ୍ତୁ ଅଧ୍ୟକ୍ଷଙ୍କ ମୃତ୍ୟୁ ପରେ ଏଠି ଉପନିର୍ବାଚନ ହେବାକୁ ଯାଉଛି। କୁହାଯାଉଛି ଏଠାକାର ୧୨ ସମିତି ସଭ୍ୟଙ୍କ ମଧ୍ୟରୁ ୭ ଜଣ ବିଜେପି ସମର୍ଥନରେ ରହିଛନ୍ତି। ତେଣୁ ଏଠାରେ ବିଜେପି ବାଜି ମାରିପାରେ। କିନ୍ତୁ ଖଲ୍ଲିକୋଟ୍ ବ୍ଲକରେ ଛକାପଞ୍ଝା ସ୍ଥିତି।

ସାଧାରଣ ନିର୍ବାଚନର ଦୁଇ ମାସ ପରେ ପୁଣି ଥରେ ଆଜି ମୈଦାନରେ ମୁହାଁମହିଁ ହେବେ ବିଜେପି- ବିଜେଡି। ଏହା ବିଜେଡି ପାଇଁ ଅଗ୍ନି ପରୀକ୍ଷା ହୋଇଥିବା ବେଳେ ଶାସକ ଦଳ ବିଜେପି ପାଇଁ ସମ୍ମାନର ପ୍ରଶ୍ନ। ୫ଟି ବ୍ଲକ ଅଧ୍ୟକ୍ଷ ଆଉ ଗୋଟିଏ ଉପାଧ୍ୟକ୍ଷ ପଦବୀ ପାଇଁ ହେବ ଉପନିର୍ବାଚନ। ଏହାବ୍ୟତୀତ କେନ୍ଦ୍ରାପଡା ଜିଲ୍ଲା ପରିଷଦ ଅଧ୍ୟକ୍ଷ ପାଇଁ ବି ହେବ ଉପନିର୍ବାଚନ।
ଅନ୍ୟପଟେ କଳାହାଣ୍ଡିର ନର୍ଲା, ନବରଙ୍ଗପୁରର ରାଇଘର ଆଉ ନୟାଗଡ଼ର ଭାପୁର ବ୍ଲକରେ ବି ସ୍ଥିତି ସମାନ। ଉପନିର୍ବାଚନ ହେବାକୁ ଥିବା ଏହି ୩ ବ୍ଲକରେ କିଏ ବାଜି ମାରିବ କହିବା ମୁସ୍କିଲ। ନର୍ଲା ବ୍ଲକ୍ ବିଜେଡି ପାଖରେ ରହିଥିଲା କିନ୍ତୁ ଏବେ ସ୍ଥିତି ବଦଳିଛି। ସେହିପରି ରାଇଘରରେ ନବୀନା ନାୟକଙ୍କ ଇସ୍ତଫା ପରେ ୨୬ ସମିତି ସଭ୍ୟଙ୍କ ମଧ୍ୟରୁ ୧୮ଟି ବିଜେଡି ୬ ବିଜେପି ପାଖରେ ରହିଛି। କିନ୍ତୁ ଏଠାରେ ବିଜେଡି ଗୋଷ୍ଠୀ କନ୍ଦଳର ଫାଇଦା ଉଠାଇପାରେ ବିଜେପି। ଅନ୍ୟ ପଟେ ଭାପୁରରେ କିନ୍ତୁ ଶାସକ ବିଜେପି ପାଇଁ ଜଟିଳ ସ୍ଥିତି ରହିଛି, କାହିଁକି ନା ୨୦ ସମିତି ସଭ୍ୟରୁ ୧୭ ଜଣ, ପୂର୍ବତନ ଅଧ୍ୟକ୍ଷା ସାବିତ୍ରୀ ପ୍ରଧାନଙ୍କ ସମର୍ଥନରେ ଥିବା ସେ ଦାବି କରିଛନ୍ତି।
ସେହିପରି ବିଜେଡିରୁ ଗୀତାଞ୍ଜଳି ସେଠୀଙ୍କ ଇସ୍ତଫା ପରେ କେନ୍ଦ୍ରାପଡା ଜିଲ୍ଲା ପରିଷଦ ଅଧ୍ୟକ୍ଷ ପଦବି ବି ଖାଲି ପଡିଛି। ସେଠି ବି ଉପନିର୍ବାଚନ ହେବାକୁ ଥିବା ବେଳେ ୩୧ରୁ ମାତ୍ର ୨ ଜଣ ଶାସକ ବିଜେପି ପାଖରେ ରହିଛି ।
ଏସବୁ ଛକାପଞ୍ଝା ଭିତରେ ରାଜ୍ୟସ୍ତରର ନେତାଙ୍କୁ ଗ୍ରାଉଣ୍ଡକୁ ଓହ୍ଲାଇବାକୁ ଯୋଜନା କରିଛନ୍ତି ବିଜେପି-ବିଜେଡି। ସାଧାରଣ ନିର୍ବାଚନ ପରେ ବଦଳିଛି ରାଜ୍ୟ ରାଜନୀତିର ଚିତ୍ର।
୨୪ ବର୍ଷର ନିରଙ୍କୁଶ କ୍ଷମତା ହରାଇଛି ବିଜେଡି। ତେଣୁ ବିଜେଡି ପାଇଁ ଚାଲେଞ୍ଜ ହେବ ଗୋଷ୍ଠୀ କନ୍ଦଳ। ତା'ସହିତ ପରାଜୟର ପରବର୍ତ୍ତୀ ସମୟରେ କର୍ମୀଙ୍କ ମନରେ ଯୋଶ୍ ଭରି ନିର୍ବାଚନ ଲଢିବା ବି ସହଜ ହେବନି। ଅନ୍ୟପଟେ ବିଜେପି କ୍ଷମତାକୁ ଆସିଥିଲେ ବି ପଞ୍ଚାୟତ ସ୍ତରରେ ତଥା ଦଳୀୟ ସମର୍ଥୀତ କମ୍ ସରପଞ୍ଚ ଏବଂ ସମିତି ସଭ୍ୟ ଥିବାରୁ କେମିତି ଏସବୁ ସିଟ୍କୂ ହାତେଇବ ତାହା ବି ଶାସକ ଦଳ ପାଇଁ ଚାଲେଞ୍ଜ ହେବ।
-
ନସ ମଙ୍ଗରାଜ ଓ ସୁଲତା ଦେଓଙ୍କୁ ବଡ ଦାୟିତ୍ୱ ଦେଲା ବିଜେଡ଼ି -
ସମ୍ରାଟ ଚୌଧୁରୀ ହେବେ ବିହାରର ନୂଆ ମୁଖ୍ୟମନ୍ତ୍ରୀ, ହେଲେ ବିଧାୟକ ଦଳ ନେତା -
ଆଲୋଚନା ବିଫଳ ପରେ ବଢ଼ିଲା ଟେନସନ୍, ଇରାନ ବନ୍ଦରକୁ ସାମୁଦ୍ରିକ ପରିବହନ ବନ୍ଦ କରିବ ଆମେରିକା -
୭୮ ବର୍ଷ ବୟସରେ ପାଦ ଥାପିଲା ଭୁବନେଶ୍ୱର, ସମୟ ସହ ବଦଳିଛି.. -
ରାଜ୍ୟରେ ଲାଗୁହେଲା ଓଡ଼ିଶା ସରକାରୀ ବିଶ୍ୱ ବିଦ୍ୟାଳୟ ଅଧିନିୟମ-୨୦୨୬ -
Adani Energyର ବଡ଼ ପଦକ୍ଷେପ; ମୁମ୍ବାଇକୁ ମିଳିଲା କ୍ଲିନ୍ ଏନର୍ଜି ବୁଷ୍ଟ, 1000 MW ପାୱାର୍ ଲିଙ୍କ ଚାଲୁ -
ଆଜି ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କ ବନକଲାଗି ନୀତି, ୪ ଘଣ୍ଟା ପାଇଁ ବନ୍ଦ ରହିବ ଜଗା ଦର୍ଶନ -
ଆଜିଠୁ ଭିତର ରତ୍ନଭଣ୍ଡାରରେ ହେବ ଗଣତିମଣତି -
ଆଜି ଆଶାତାଇଙ୍କ ଶେଷକୃତ୍ୟ -
ଆଜି ପବିତ୍ର ମହା ବିଷୁବ ସଂକ୍ରାନ୍ତି, ମହାପ୍ରଭୁଙ୍କୁ ଦର୍ଶନ କରିବେ ହଜାର ହଜାର ସଂଖ୍ୟାର ଭକ୍ତ -
ବକେୟା ବିଲ୍ ଥିଲେ ବି ବିଦ୍ୟୁତ୍ କାଟ ନୁହେଁ : ଶକ୍ତି ମନ୍ତ୍ରୀଙ୍କ ନିର୍ଦ୍ଦେଶ -
IPL 2026 : ସନ୍ଧ୍ୟାରେ ବେଙ୍ଗାଲୁରୁ-ଲକ୍ଷ୍ନୌ ଟକ୍କର









Click it and Unblock the Notifications