ଆଜିଠୁ ତିନି ଦିନିଆ ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଆଜିଠୁ ତିନି ଦିନିଆ ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ରବିବାର ମାଓ ପ୍ରଭାବିତ ରାଜ୍ୟ ମୁଖ୍ୟମନ୍ତ୍ରୀମାନଙ୍କ ବୈଠକ ହେବ । ବୈଠକରେ ଯୋଗଦେବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ଭୁବନେଶ୍ୱର: ଆଜିଠୁ ତିନି ଦିନିଆ ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ରବିବାର ମାଓ ପ୍ରଭାବିତ ରାଜ୍ୟ ମୁଖ୍ୟମନ୍ତ୍ରୀମାନଙ୍କ ବୈଠକ ହେବ । ବୈଠକରେ ଯୋଗଦେବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହାଙ୍କ ଅଧ୍ୟକ୍ଷତାରେ ଗୃହ ମନ୍ତ୍ରାଳୟର ବୈଠକ ବସିବ ।

Naveen Patnaik

ମୁଖ୍ୟମନ୍ତ୍ରୀ ଦିଲ୍ଲୀ ଗସ୍ତରେ ଯାଉଥିବାରୁ ପିପିଲି ନିର୍ବାଚନ ପ୍ରଚାରରେ ଯୋଗ ଦେବାର ସମ୍ଭାବନା କମ ବୋଲି କୁହାଯାଉଛି । ପିପିଲିରେ ଆସନ୍ତା ୩୦ ତାରିଖରେ ଭୋଟ ଗ୍ରହଣ ହେବ ଓ ଅକ୍ଟୋବର ୩ରେ ଭୋଟ ଗଣତି ହେବ । ଏଥିପାଇଁ ବିଭିନ୍ନ ଦଳର ପ୍ରାର୍ଥୀମାନେ କରୁଥିବା ନିର୍ବାଚନ ପ୍ରଚାର ଜାରି ରହିଛି ।

ସେହିପରି ବୈଠକରେ କେନ୍ଦ୍ରୀୟ ଅଂଶଧନ ଓ ବକେୟା ଅର୍ଥ ପ୍ରଦାନ ପ୍ରସଙ୍ଗ ଉଠାଇପାରନ୍ତି ମୁଖ୍ୟମନ୍ତ୍ରୀ । କେନ୍ଦ୍ର ଉପରେ ୨୦୧୭ର ମାଓ ଦମନ ନେଇ ୯୦୭ କୋଟି ଟଙ୍କା ବାକି ପଡ଼ିଛି । ରାଜ୍ୟର ୫ ଜିଲ୍ଲାରେ ମାଓ କାର୍ଯ୍ୟକଳାପ ହ୍ରାସ ପାଇଛି । ମାଓ ମୁକାବିଲା ନେଇ କେନ୍ଦ୍ରକୁ ଅବଗତ କରିବା ସହ ବିଭିନ୍ନ କେନ୍ଦ୍ରମନ୍ତ୍ରୀଙ୍କୁ ମଧ୍ୟ ଭେଟିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+