ଦ୍ରୌପଦୀ ମୁର୍ମୁଙ୍କ ଶପଥ ଗ୍ରହଣ ସମାରୋହରେ ସାମିଲ ହେବେ ମୁଖ୍ୟମନ୍ତ୍ରୀ ନବୀନ
ଭାରତର 15 ତମ ରାଷ୍ଟ୍ରପତି ଭାବେ ନିର୍ବାଚିତ ହୋଇଛନ୍ତି ଓଡ଼ିଆ ଝିଅ ଦ୍ରୌପଦୀ ମୁର୍ମୁ । ସେ ଆସନ୍ତା 25 ତାରିଖରେ ରାଷ୍ଟ୍ରପତି ଭାବେ ଶପଥ ନେବେ । ଏହି ଶପଥ ଗ୍ରହଣ ସମାରୋହରେ ଯୋଗ ଦେବେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।
ଭୁବନେଶ୍ୱର : ଭାରତର 15 ତମ ରାଷ୍ଟ୍ରପତି ଭାବେ ନିର୍ବାଚିତ ହୋଇଛନ୍ତି ଓଡ଼ିଆ ଝିଅ ଦ୍ରୌପଦୀ ମୁର୍ମୁ । ସେ ଆସନ୍ତା 25 ତାରିଖରେ ରାଷ୍ଟ୍ରପତି ଭାବେ ଶପଥ ନେବେ । ଏହି ଶପଥ ଗ୍ରହଣ ସମାରୋହରେ ଯୋଗ ଦେବେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ନବୀନ ପଟ୍ଟନାୟକଙ୍କୁ ଯୋଗ ଦେବାକୁ ନିମମନ୍ତ୍ରଣ ମିଳିଥିବା ବେଳେ ଏଥି ଲାଗି ସେ ଆସନ୍ତା 23 ତାରିଖରେ ଦିଲ୍ଲୀ ଗସ୍ତ କରିବେ । ଚାରି ଦିନିଆ ଗସ୍ତ ସମୟରେ ମୁଖ୍ୟମନ୍ତ୍ରୀ କେତେଜଣ କେନ୍ଦ୍ରମନ୍ତ୍ରୀଙ୍କୁ ସାକ୍ଷାତ କରିବେ ବୋଲି ସୂଚନା ମିଳିଛି । ଏହାପରେ 26 ତାରିଖରେ ଓଡ଼ିଶା ପ୍ରତ୍ୟାବର୍ତ୍ତନ କରିବେ ।
ରାଷ୍ଟ୍ରପତିଙ୍କ ଶପଥ ଗ୍ରହଣ କାର୍ଯ୍ୟକ୍ରମରେ ଯୋଗଦେବାକୁ ମୁଖ୍ୟମନ୍ତ୍ରୀ ମୁଖ୍ୟମନ୍ତ୍ରୀଙ୍କ ସହିତ ଅନ୍ୟ ବିଜେପି ଶାସିତ ମୁଖ୍ୟମନ୍ତ୍ରୀ ଏବଂ ଆନ୍ଧ୍ର ମୁଖ୍ୟମନ୍ତ୍ରୀ ୱାଇ ଏସ. ଜଗନମୋହନ ରେଡ୍ଡି ମଧ୍ୟ ଶପଥ ଗ୍ରହଣ କାର୍ଯ୍ୟକ୍ରମରେ ଯୋଗ ଦେବେ ବୋଲି ଜଣାପଡିଛି ।












Click it and Unblock the Notifications