For Quick Alerts
Turn On Notification  
For Daily Alerts
Oneindia App Download

ରାଉରକେଲା ଷ୍ଟିଲ୍ ପ୍ଲାଣ୍ଟ ଗ୍ୟସ୍ ଲିକ୍ ଘଟଣା : ମୃତକଙ୍କ ପରିବାରକୁ ସମବେଦନା ଜଣାଇଲେ ମୁଖ୍ୟମନ୍ତ୍ରୀ

ରାଉରକେଲା ଷ୍ଟିଲ୍ ପ୍ଲାଣ୍ଟରେ ବିଷାକ୍ତ ଗ୍ୟାସ୍ ଲିକ୍‌ ଯୋଗୁଁ 4 ଜଣଙ୍କ ପ୍ରାଣହାନୀରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଦୁଃଖ ପ୍ରକାଶ କରିଛନ୍ତି । ଟ୍ୱିଟ୍ କରି ସେ ମୃତକଙ୍କ ପରିବାରକୁ ସମବେଦନା ଜଣାଇବା ସହ ଆହତଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି ।

|

ଭୁବନେଶ୍ୱର : ରାଉରକେଲା ଷ୍ଟିଲ୍ ପ୍ଲାଣ୍ଟରେ ବିଷାକ୍ତ ଗ୍ୟାସ୍ ଲିକ୍‌ ଯୋଗୁଁ 4 ଜଣଙ୍କ ପ୍ରାଣହାନୀରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଦୁଃଖ ପ୍ରକାଶ କରିଛନ୍ତି । ଟ୍ୱିଟ୍ କରି ସେ ମୃତକଙ୍କ ପରିବାରକୁ ସମବେଦନା ଜଣାଇବା ସହ ଆହତଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି ।

rourkale-steel-plant

ଅପରପକ୍ଷରେ ଏହି ଦୁର୍ଘଟଣାରେ ସେଲ୍ ପକ୍ଷରୁ ଉଚ୍ଚସ୍ତରୀୟ କମିଟିର ତଦନ୍ତ ଆରମ୍ଭ ହୋଇଛି । ତିନି ଜଣ ଚିଫ୍ ଜେନେରାଲ ମ୍ୟାନେଜର ଦୁର୍ଘଟଣାର ତଦନ୍ତ ଆରମ୍ଭ କରିଛନ୍ତି । ତଦନ୍ତ ପରେ ଦୁର୍ଘଟଣାର କାରଣ ଜଣାପଡ଼ିବ ଏବଂ ଆଇନ ଅନୁସାରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ରାଉରକେଲା ଷ୍ଟିଲ୍ ପ୍ଲାଣ୍ଟର ସୂଚନା ଓ ଲୋକସମ୍ପର୍କ ବିଭାଗ ତରଫରୁ କୁହାଯାଇଛି ।

ଗ୍ୟାସ୍ ଲିକର କାରଣ ଅସ୍ପଷ୍ଟ ଥିବା ବେଳେ, ଆରଏସପିର ବରିଷ୍ଠ ଅଧିକାରୀ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛନ୍ତି । ଘଟଣା ପରେ ଆଇଜିଏଚ ଓ ପଶ୍ଚିମାଞ୍ଚଳ ପୋଲିସ ଆଇଜି କବିତା ଜଲାନ ଦୁର୍ଘଟଣାସ୍ଥଳ ପରିଦର୍ଶନ କରିଛନ୍ତି ।

ଅମର ଆତ୍ମାର ସଦଗତି କାମନା କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଏଥିସହିତ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ଦୁର୍ଘଟଣାରେ ମୃତ୍ୟୁ ହୋଇଥିବା ଖବର ଶୁଣି ଦୁଃଥିତ ଓ ମର୍ମାହତ ବୋଲି ଟ୍ୱିଟ୍ କରିଛନ୍ତି । ସେ ଶୋକସନ୍ତପ୍ତ ପରିବାରକୁ ସମବେଦନା ଜଣାଇବା ସହ ଆମର ଆତ୍ମାର ସଦଗତି କାମନା କରିଛନ୍ତି ।

ବୁଧବାର ସକାଳେ କୋଲ୍ କେମିକାଲ ଡିପାର୍ଟମେଣ୍ଟ ବା ସିସିଡି ବିଭାଗରେ ଗ୍ୟାସ ଲିକ୍ ହେବାରୁ ସମସ୍ତ ଚାରି ଜଣ ଗୁରୁତର ହୋଇପଡିଥିଲେ । ସମସ୍ତଙ୍କୁ ଗୁରତର ଅବସ୍ଥାରେ ଇସ୍ପାତ ଜେନେରାଲ ହସପିଟାଲରେ ଭର୍ତ୍ତି କରାଯାଇଥିଲା । ହେଲେ ସେଠାରେ ସମସ୍ତ 4 ଜଣ ଠିକା କର୍ମଚାରୀଙ୍କର ମୃତ୍ୟୁ ହୋଇଥିଲା । ମୃତକ 4 ଜଣ ହେଲେ ବ୍ରହ୍ମାନନ୍ଦ ପଣ୍ଡା, ଗଣେଶ ଚନ୍ଦ୍ର ପାହିଲ, ଅଭିମନ୍ୟୁ ଶାହା ଓ ରବୀନ୍ଦ୍ର ସାହୁ ।

ଠିକା କର୍ମଚାରୀ ମୃତ୍ୟୁ ପରେ ବିଭିନ୍ନ ଶ୍ରମିକ ସଙ୍ଗଠନ ପକ୍ଷରୁ ଉଦବେଗ ପ୍ରକାଶ ପାଇଛି । ଏହି ଘଟଣାର ତଦନ୍ତ କରି ଦୋଷୀ ଅଧିକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଦାବି କରିଛନ୍ତି ଶ୍ରମିକ ସଂଗଠନ । ସେହିପରି ମୃତ ଠିକା କର୍ମଚାରୀଙ୍କ ପରିବାରର ଜଣେ ଲେଖାଏଁ ସଦସ୍ୟଙ୍କୁ ରାଉରକେଲା ଷ୍ଟିଲ୍ ପ୍ଲାଣ୍ଟରେ ସ୍ଥାୟୀ ନିଯୁକ୍ତି ପ୍ରଦାନ କରିବା ସହ ମୃତକଙ୍କ ପରିବାରକୁ ଆର୍ଥିକ ସହାୟତା ପ୍ରଦାନ କରିବାକୁ ଦାବି କରିଛନ୍ତି ।

ଆମକୁ ଫୋଲୋ କରନ୍ତୁ
Instagram Youtube
English summary
CM and BJP Leader Dharmendra Pradhan on Rourkela Steel Plant Gas Leak Incident.
ସର୍ବଶେଷ ସମ୍ବାଦ ପ୍ରାପ୍ତ କରନ୍ତୁ
Enable
x
Notification Settings X
Time Settings
Done
Clear Notification X
Do you want to clear all the notifications from your inbox?
Settings X