ନବନିର୍ବାଚିତ ମେୟର ଓ ପୌରାଧ୍ୟକ୍ଷଙ୍କୁ ଗୁରୁମନ୍ତ୍ର ଦେଲେ ନବୀନ

ନବନିର୍ବାଚିତ ମେୟର ଓ ପୌରାଧ୍ୟକ୍ଷଙ୍କୁ ଗୁରୁମନ୍ତ୍ର ଦେଲେ ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଲୋକସେବା ଭବନରେ ଭେଟି ଗୁରୁମନ୍ତ୍ର ଦେଲେ ନବୀନ ।

ଭୁବନେଶ୍ୱର: ନବନିର୍ବାଚିତ ମେୟର ଓ ପୌରାଧ୍ୟକ୍ଷଙ୍କୁ ଗୁରୁମନ୍ତ୍ର ଦେଲେ ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଲୋକସେବା ଭବନରେ ଭେଟି ଗୁରୁମନ୍ତ୍ର ଦେଲେ ନବୀନ । ଲୋକଙ୍କ ସମସ୍ୟା ସମାଧାନ ଉପରେ ଗୁରୁତ୍ୱ ଦେବାକୁ ନିର୍ଦ୍ଦେଶ ଦେଲେ। ଭଲ କାମ କରି ଲୋକଙ୍କ ଆସ୍ଥା ଜାରି ରଖିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି।

CM Naveen

ଏହା ସହ ନିଜ ନିଜ ସହରକୁ ଶ୍ରେଷ୍ଠ କରିବା ପାଇଁ ନେତୃତ୍ୱ ନେବାକୁ କହିଛନ୍ତି ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀ କହିଥିଲେ, ସହରାଞ୍ଚଳର ଉନ୍ନତି ପାଇଁ ରାଜ୍ୟ ସରକାରଙ୍କ ବିଭିନ୍ନ କାର୍ଯ୍ୟକ୍ରମ ଆଜି ଜାତୀୟ ଓ ଅନ୍ତର୍ଜାତୀୟ ସ୍ୱୀକୃତି ହାସଲ କରିଛି । ଜାଗା ମିଶନ ବିକାଶମୁଖୀ ଦେଶମାନଙ୍କ ପାଇଁ ଏକ ମଡେଲ ହୋଇଛି । ସୁଜଳ କାର୍ଯ୍ୟକ୍ରମ କାର୍ଯ୍ୟକାରୀ କରିବାରେ ଓଡ଼ିଶା ସାରା ଦେଶରେ ଏକମାତ୍ର ରାଜ୍ୟ ବୋଲି କହିଥିଲେ ମୁଖ୍ୟମନ୍ତ୍ରୀ ।

କର୍ମଶାଳାରେ ଉଦବୋଧନ ଦେଇ ନଗର ଉନ୍ନୟନ ପଞ୍ଚାୟତି ରାଜ ଓ ଆଇନ ମନ୍ତ୍ରୀ ପ୍ରତାପ ଜେନା ରାଜ୍ୟ ସରକାରଙ୍କ ବିଭିନ୍ନ ସହରାଞ୍ଚଳ ବିକାଶ କାର୍ଯ୍ୟକ୍ରମକୁ ସଫଳ ଭାବରେ କାର୍ଯ୍ୟକାରି କରିବା ଦିଗରେ ନିଷ୍ଠାପର ଉଦ୍ୟମ ଜାରି ରଖିବା ପାଇଁ ପରାମର୍ଶ ଦେଇଥିଲେ । ଏହି କାର୍ଯ୍ୟକ୍ରମ ରେ ମୁଖ୍ୟଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ନଗର ଉନ୍ନୟନ ବିଭାଗର ପ୍ରମୁଖ ସଚିବ ଜି ମାଥି ଭାତ ନାନ ଓ ପୌର ନିର୍ଦ୍ଦେଶକ ସଂଗ୍ରାମଜୀତ ନାୟକ ପ୍ରମୁଖ ଯୋଗ ଦେଇଥିଲେ ।

ଚଳିତ ପୌର ନିର୍ବାଚନରେ ମହିଳାମାନେ ବହୁ ସଂଖ୍ୟାରେ ଭାଗ ନେଇ ବିଜୟୀ ହୋଇଥିବାରୁ ମୁଖ୍ୟମନ୍ତ୍ରୀ ଖୁସି ପ୍ରକାଶ କରିବା ସହ ସେମାନଙ୍କୁ ଅଭିନନ୍ଦନ ଜଣାଇଥିଲେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+