ବିଜେଡି଼ ପ୍ରତିଷ୍ଠା ଦିବସ ପାଇଁ ପାଇଁ ନବୀନଙ୍କ ବାର୍ତ୍ତା: ଉତ୍ସର୍ଗୀକୃତ ସେବା ମାଧ୍ୟମରେ ଲୋକଙ୍କ ନିକଟତର ହୁଅ
: ୨୬ ବର୍ଷରେ ପାଦ ଦେବ ବିଜୁ ଜନତା ଦଳ । ଡିସେମ୍ବର ୨୬ରେ ବିଜେଡିର ୨୬ତମ ପ୍ରତିଷ୍ଠା ଦିବସ ପାଳନ । ଏହା ପୂର୍ବରୁ ଦଳୀୟ କର୍ମୀ, ନେତା ଓ ଜନସାଧାରଣ ଉଦ୍ଦେଶ୍ୟରେ ପତ୍ର ଲେଖିଛନ୍ତି ବିଜୁ ଜନତା ଦଳ ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।
ଭୁବନେଶ୍ବର: ୨୬ବର୍ଷରେ ପାଦ ଦେବ ବିଜୁ ଜନତା ଦଳ । ଡିସେମ୍ବର ୨୬ରେ ବିଜେଡିର ୨୬ତମ ପ୍ରତିଷ୍ଠା ଦିବସ ପାଳନ । ଏହା ପୂର୍ବରୁ ଦଳୀୟ କର୍ମୀ, ନେତା ଓ ଜନସାଧାରଣ ଉଦ୍ଦେଶ୍ୟରେ ପତ୍ର ଲେଖିଛନ୍ତି ବିଜୁ ଜନତା ଦଳ ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବର୍ଷସାରା ବିଭିନ୍ନ ଉତ୍ସର୍ଗୀକୃତ ଲୋକସେବା ମାଧ୍ୟମରେ ସବୁ ବର୍ଗର ଜନଗଣଙ୍କ ଅଧିକ ନିକଟତର ହୋଇ ଜନସେବାକୁ ରାଜନୀତିର ମୂଳମନ୍ତ୍ର ଭାବେ ଗ୍ରହଣ କରିବାକୁ ସେ ଆହ୍ବାନ ଦେଇଛନ୍ତି ।

ନବୀନ ତାଙ୍କ ଚିଠିରେ ଦର୍ଶାଇଛନ୍ତି ବିଜୁ ବାବୁଙ୍କ ନୀତି, ଆଦର୍ଶ ଓ ଓଡ଼ିଶାର ସବୁ କ୍ଷେତ୍ରର ଓ ସବୁ ବର୍ଗର ଲୋକଙ୍କ ବିକାଶ ପାଇଁ ଆମ ଦଳର ଆଭିମୁଖ୍ୟକୁ ଓଡ଼ିଶାର ଅଗଣିତ ଜନସାଧାରଣ ଅକୁଣ୍ଠ ସମର୍ଥନ ଓ ଶୁଭେଚ୍ଛା ଦେଇଛନ୍ତି। ଦଳର କର୍ମକର୍ତ୍ତା, ଜନପ୍ରତିନିଧି, ଗାଁରୁ ସହର ତଥା ବସ୍ତି ଯାଏ ଲୋକଙ୍କ ସେବାରେ ନିୟୋଜିତ କର୍ମୀ, ଆଗୁଆ ସାଥୀମାନଙ୍କ ନିଷ୍ଠା, କଠିନ ପରିଶ୍ରମ ଓ ମନୋଭାବ ଆଜି ବିଜେଡିକୁ ଲୋକଙ୍କ ନିକଟତର କରିଛି। ଲଗାତର ବିଭିନ୍ନ ନିର୍ବାଚନରେ ବିଜେଡି ପ୍ରତି ଲୋକଙ୍କ ଥିବା ଆସ୍ଥା ପ୍ରମାଣିତ ହୋଇଛି। ୨୫ ବର୍ଷ ଧରି ଲୋକଙ୍କ ସେବା ଓ ଓଡ଼ିଶାର ବିକାଶ କରି ଆସୁଥିବା ଏହି ଦଳ ରାଜନୈତିକ କାର୍ଯ୍ୟକ୍ରମ ସହିତ ତା'ର ସାମାଜିକ ଅଙ୍ଗୀକାରବଦ୍ଧତା ପାଇଁ ଅନ୍ୟ ସର୍ବଭାରତୀୟ ଦଳ ଓ ଆଞ୍ଚଳିକ ଦଳଗୁଡ଼ିକ ଭିତରେ ବିଜେଡିକୁ ଏକ ପ୍ରଶଂସନୀୟ ପରିଚିତି ଆଣି ଦେଇଛନ୍ତି। ଏହା ଏକ ସାମାଜିକ ଆନ୍ଦୋଳନରେ ପରିଣତ ହୋଇଛି।
ଉଲ୍ଲେଖଥାଉ କି, ବିଜେଡିର ୨୫ ବର୍ଷ ପୂର୍ତ୍ତିର ସଫଳତାକୁ ଶ୍ରୀଜଗନ୍ନାଥଙ୍କ ଶଙ୍ଖକ୍ଷେତ୍ର ପୁରୀରେ ପାଳନ କରାଯିବ। ଏଥିରେ ଦଳର ସବୁ ରାଜ୍ୟ, ଜିଲ୍ଲା, ବ୍ଲକ୍ ଓ ପୌରାଞ୍ଚଳ କର୍ମକର୍ତ୍ତା, ସାଂସଦ ଓ ବିଧାୟକ, କ୍ଷେତ୍ରୀୟ ଜନପ୍ରତିନିଧି, ଯୁବ, ଛାତ୍ର, ମହିଳା ଆଦି କାର୍ଯ୍ୟକର୍ତ୍ତାମାନେ ଯୋଗ ଦେବେ। ଏହି ପୂର୍ତ୍ତି ଉତ୍ସବ ଗୋଟିଏ ପକ୍ଷ ଧରି ରାଜ୍ୟର ସମସ୍ତ ନିର୍ବାଚନମଣ୍ଡଳୀରେ ପାଳନ କରାଯିବ। ପ୍ରତିଷ୍ଠା ଦିବସ ସମାରୋହ ବର୍ଷତମାମ ବିଭିନ୍ନ ପର୍ଯ୍ୟାୟରେ ପ୍ରତ୍ୟେକ ବ୍ଲକ୍ ଓ ପୌରାଞ୍ଚଳରେ ପାଳନ କରାଯିବ। ଏହି କାର୍ଯ୍ୟକ୍ରମ ମାଧ୍ୟମରେ ୨୫ ବର୍ଷର ସମର୍ପିତ ଜନ ସେବାର ଗୁରୁତ୍ବପୂର୍ଣ୍ଣ ଉପଲବ୍ଧିକୁ ଆହୁରି ଆଗକୁ ନେବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି।












Click it and Unblock the Notifications