ମା' ମାନେ ଚାହିଁଲେ ବିଜେଡି଼ ୧୦୦ ବର୍ଷ ରହିବ: ନବୀନ
: ଆଜି ବିଜେଡି ପାଳିଛି ତାର ୨୬ତମ ପ୍ରତିଷ୍ଠା ଦିବସ । ଏନେଇ ଆଜି ପୁରୀ ତାଳବଣିଆରେ ରାଜ୍ୟସ୍ତରୀୟ ସମାବେଶ ଆୟୋଜିତ ହୋଇଛି । ଦଳ ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମାବେଶରେ ଯୋଗ ଦେଇଥିବା ଦଳୀୟ ନେତା ଓ କର୍ମୀଙ୍କୁ ସମ୍ବୋଧନ କରିଛନ୍ତି ।
ପୁରୀ: ଆଜି ବିଜେଡି ପାଳିଛି ତାର ୨୬ତମ ପ୍ରତିଷ୍ଠା ଦିବସ । ଏନେଇ ଆଜି ପୁରୀ ତାଳବଣିଆରେ ରାଜ୍ୟସ୍ତରୀୟ ସମାବେଶ ଆୟୋଜିତ ହୋଇଛି । ଦଳ ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମାବେଶରେ ଯୋଗ ଦେଇଥିବା ଦଳୀୟ ନେତା ଓ କର୍ମୀଙ୍କୁ ସମ୍ବୋଧନ କରିଛନ୍ତି ।

ନୂଆବର୍ଷର ଆଗୁଆ ଶୁଭେଚ୍ଛା ସହ ଲୋକଙ୍କ ପାଇଁ ନିସ୍ୱାର୍ଥପର କାର୍ଯ୍ୟ ଜାରି ରଖିବାକୁ ଦଳର ନେତା ଓ କର୍ମୀଙ୍କୁ ଆହ୍ୱାନ ଦେଇଛନ୍ତି ନବୀନ । ଆଦିବାସୀ, ଦଳିତ, ଚାଷୀଙ୍କ ପାଇଁ ଭଲ କାମ କରିବାକୁ ଆହ୍ୱାନ ଦେଇଛନ୍ତି ବିଜେଡି ସୁପ୍ରିମୋ । ଏହି କାର୍ଯ୍ୟକ୍ରମରେ ପ୍ରାୟ ୪୦ରୁ ୫୦ ହଜାର କର୍ମୀ ଓ ନେତାଙ୍କ ସମାଗମ ହୋଇଛି।
ଭଲ କାମ କରନ୍ତୁ: ନବୀନ
ପୁରୀଠାରେ ଆୟୋଜିତ ଉତ୍ସବରେ ନୂଆବର୍ଷର ଶୁଭକାମନା ଜଣାଇବା ସହିତ ଉଦବୋଧନ ଦେଇ ବିଜେଡି ସୁପ୍ରିମୋ କହିଛନ୍ତି, ଆପଣମାନେ ଆଦିବାସୀ, ଦଳିତ, ଚାଷୀ ଓ ମହିଳାମାନଙ୍କ ପାଇଁ ଭଲ କାମ କରନ୍ତୁ । ସେ କହିଛନ୍ତି ଯେ, ଓଡ଼ିଶାବାସୀ ଦୀର୍ଘ ବର୍ଷ ସେବା କରିବାକୁ ବିଜେଡିକୁ ସୁଯାେଗ ଦେଇଛନ୍ତି । ଏ ସୁଯାେଗ ଦେଇଥିବାରୁ ଦଳ ରାଜ୍ୟବାସୀଙ୍କ ନିକଟରେ ଋଣୀ । ରାଜ୍ୟବାସୀଙ୍କ ଆସ୍ଥା ଓ ଭରସା ବିଜେଡି ପାଇଁ ବଡ଼ ପୁଞ୍ଜି ବୋଲି କହିଛନ୍ତି ନବୀନ ପଟ୍ଟନାୟକ ।
ବିଜେଡି ୧୦୦ ବର୍ଷ ରହିବ: ନବୀନ
ସେ କହିଛନ୍ତି ଯେ, ଓଡ଼ିଶାରେ ମାଆମାନଙ୍କୁ ମିଶନଶକ୍ତି ସ୍ବତନ୍ତ୍ର ପରିଚୟ ଦେଇଛି। ମା'ମାନେ ଚାହିଁଲେ ବିଜେଡି ୧୦୦ ବର୍ଷ ଯାଏ ରହିବ। ମା'ମାନେ ଆସନ୍ତୁ ଓ ଓଡ଼ିଶାର ଦାୟିତ୍ବ ନିଅନ୍ତୁ । ଆମ ସ୍ବପ୍ନର ଓଡ଼ିଶା ଗଠନରେ ସମସ୍ତେ ସହଯୋଗ କରିବାକୁ ଅପିଲ କରିଛନ୍ତି ମୁଖ୍ୟମନ୍ତ୍ରୀ ।
ଓଡ଼ିଶା ଅତୀତରେ କେଉଁଠି ଥିଲା, ଏବେ ରାଜ୍ୟ ବିକାଶରେ କେଉଁଠି ପହଞ୍ଚିଛି ତାହା ସାରା ବିଶ୍ବ ଜାଣିଛି । ବିଜେଡି ଏବେ ଆଉ ଦଳ ନୁହଁ ଏକ ସାମାଜିକ ଆନ୍ଦାେଳନରେ ପରିଣତ ହୋଇଛି ବୋଲି ନବୀନ କହିଛନ୍ତି । ଓଡ଼ିଶାର ଉନ୍ନତି ସହ ସ୍ବଚ୍ଛ ଓ ନିର୍ମଳ ଶାସନ ବିଜେଡିର ଏକମାତ୍ର ଏଜେଣ୍ଡା । ମହିଳା ସଶକ୍ତିକରଣକୁ ବିଜେଡି ସର୍ବାଧିକ ଗୁରୁତ୍ବ ଦେଇ ଆସୁଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।
ସୂଚନାଯୋଗ୍ୟ, ୧୯୯୭ ମସିହା ଡିସେମ୍ବର ୨୬ରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଆଶୀର୍ବାଦରେ ଗଠନ ହୋଇଥିଲା ବିଜୁ ଜନତା ଦଳ। ସେଥିପାଇଁ ରୌପ୍ୟ ଜୟନ୍ତୀ ସମାରୋହ ଶ୍ରୀକ୍ଷେତ୍ରରେ ପାଳନ କରାଯାଉଛି ।












Click it and Unblock the Notifications