୧୪ରେ ମୁଖ୍ୟମନ୍ତ୍ରୀଙ୍କ ସୁନ୍ଦରଗଡ଼ ଗସ୍ତ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୧୪ ତାରିଖରେ ସୁନ୍ଦରଗଡ଼ ଗସ୍ତରେ ଯିବେ। ସେଠାରେ ସେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ କାର୍ଡ ବଣ୍ଟନ କରିବେ।

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୧୪ ତାରିଖରେ ସୁନ୍ଦରଗଡ଼ ଗସ୍ତରେ ଯିବେ। ସେଠାରେ ସେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ କାର୍ଡ ବଣ୍ଟନ କରିବେ। ମୁଖ୍ୟମନ୍ତ୍ରୀଙ୍କର ଏହା ସରକାରୀ କାର୍ଯ୍ୟକ୍ରମ ଥିବାରୁ ଜିଲ୍ଲା ପ୍ରଶାସନ ପକ୍ଷରୁ ଆବଶ୍ୟକ ପ୍ରସ୍ତୁତ ଚାଲିଛି। ତେବେ ଏହି ଗସ୍ତକୁ ପ୍ରଭାବୀ କରିବା ପାଇଁ ବିଜେଡି ପକ୍ଷରୁ ମଧ୍ୟ ଆବଶ୍ୟକ ପ୍ରସ୍ତୁତି ଚାଲିଛି।

 CM Naveen

ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପାଇଁ ୧୭ରୁ ଅଧିକ ମନ୍ତ୍ରୀ ସୁନ୍ଦରଗଡ଼ରେ ପ୍ରସ୍ତୁତି କାର୍ଯ୍ୟର ତଦାରଖ କରିବେ ବୋଲି ସୂଚନା ମିଳିଛି । ସେପ୍ଟେମ୍ବର ୧୩ତାରିଖ ସନ୍ଧ୍ୟା ସୁଦ୍ଧା ଏମାନେ ସମସ୍ତେ ପହଞ୍ଚିବାକୁ ନିର୍ଦ୍ଦେଶ ଦିଆଯାଇଛି। ମୁଖ୍ୟମନ୍ତ୍ରୀଙ୍କ ସ୍ମାର୍ଟ ହେଲଥ୍ କାର୍ଡ ବଣ୍ଟା କାର୍ଯ୍ୟକ୍ରମ ବୀରମିତ୍ରପୁରରେ ହେବ ବୋଲି ଜଣାପଡ଼ିଛି।

କୋଭିଡ୍‌ କଟକଣା ପାଇଁ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟକ୍ରମକୁ ଅଧିକ ଲୋକଙ୍କୁ ଏକାଠି କରା ନ ଯାଇ ବିଭିନ୍ନ ବ୍ଲକ୍‌ରେ ବଡ଼ ବଡ଼ ସ୍କ୍ରିନ୍ ଲଗାଯାଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟକ୍ରମର ସିଧା ପ୍ରସାରଣ କରାଯିବ। ମନ୍ତ୍ରୀ, ବିଧାୟକମାନେ ଏହି କାର୍ଯ୍ୟକ୍ରମର ତଦାରଖ କରିବେ। ମୁଖ୍ୟମନ୍ତ୍ରୀ କାର୍ଡ ବଣ୍ଟନ ଆରମ୍ଭ କଲା ପରେ ଦୁଇ ତିନି ଦିନ ଭିତରେ ବ୍ଲକ୍‌‌ ସ୍ତରରେ ହିତାଧିକାରୀଙ୍କୁ ମନ୍ତ୍ରୀ, ବିଧାୟକମାନେ କାର୍ଡ ବାଣ୍ଟିବେ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+